Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜିଓ ଟ୍ରୁ-୫ଜି କ୍ୟାମ୍ପସ୍ ଅଭିଯାନରେ ଯୋଡିହେଲେ ରାଜ୍ୟର ଅନେକ ଶିକ୍ଷାନୁଷ୍ଠାନ
ଆଜିର ଖବର

ଜିଓ ଟ୍ରୁ-୫ଜି କ୍ୟାମ୍ପସ୍ ଅଭିଯାନରେ ଯୋଡିହେଲେ ରାଜ୍ୟର ଅନେକ ଶିକ୍ଷାନୁଷ୍ଠାନ

September 3, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସାରା ଓଡ଼ିଶାରେ ଜିଓ ଟ୍ରୁ-୫ଜିର ସମ୍ପ୍ରସାରଣ ଦ୍ରୁତ ଗତିରେ ଆଗେଇ ଚାଲିଥିବା ବେଳେ ଶିକ୍ଷା କ୍ଷେତ୍ରରେ ଟ୍ରୁ-୫ଜିର ବ୍ୟାପକ ସମ୍ଭାବନାକୁ ଦୃଷ୍ଟିରେ ରଖି ରିଲାଏନ୍ସ ଜିଓ ପକ୍ଷରୁ ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ପରିସରଗୁଡ଼ିକରେ ଜିଓ ଟ୍ରୁ-୫ଜିର ରୂପାନ୍ତରଣ ଯାତ୍ରା ଜାରି ରହିଛି।

ଟ୍ରୁ-୫ଜି ଜରିଆରେ ଶିକ୍ଷା କ୍ଷେତ୍ରରେ ଆସିବାକୁ ଥିବା ବୈପ୍ଲବିକ ରୂପାନ୍ତରଣ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଭୁବନେଶ୍ୱରର ସୋଆ ବିଶ୍ୱବିଦ୍ୟାଳୟ ପରିସରରୁ ୨୩ ଅଗଷ୍ଟରୁ ଆରମ୍ଭ ହୋଇଥିବା ଏହି ଅଭିଯାନର ଅଂଶସ୍ୱରୂପ ଚଳିତ ସପ୍ତାହରେ ରାଉରକେଲାର ଏସକେଡ଼ିଏଭି ପଲିଟେକ୍ନିକ କଲେଜ, ଭଦ୍ରକ ଜିଲ୍ଲାର ଭଦ୍ରକ ଅଟୋନମସ କଲେଜ ଏବଂ କେନ୍ଦୁଝର ଜିଲ୍ଲାର ରେକୁଟିଆ ସ୍ଥିତ କୁଶଳେଶ୍ୱର ଆଞ୍ଚଳିକ ମହାବିଦ୍ୟାଳୟ ପରିସର ଏବେ ଜିଓ ଟ୍ରୁ୫ଜି କ୍ୟାମ୍ପସରେ ପରିଣତ ହୋଇଛି। ଏହି ଶିକ୍ଷାନୁଷ୍ଠାନ ଗୁଡିକରେ ଅନୁଷ୍ଠିତ ହୋଇଥିବା ସ୍ୱତନ୍ତ୍ର କାର‌୍ୟ୍ୟକ୍ରମରେ ରିଲାଏନ୍ସ ଜିଓ ପକ୍ଷରୁ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଏବଂ କର୍ତୃପକ୍ଷଙ୍କୁ ୫ଜି ସେବା ସମ୍ପର୍କିତ ସୂଚନା ଓ ବିଭିନ୍ନ ବ୍ୟବହାରିକ ପ୍ରୟୋଗ ପ୍ରଦର୍ଶିତ କରାଯାଇଥିଲା।

ଛାତ୍ରଛାତ୍ରୀମାନଙ୍କ ସହ ଏକ ଭାବ ବିନିମୟ କାର‌୍ୟ୍ୟକ୍ରମରେ ଜିଓ ଓଡ଼ିଶା ଟିମ୍ ପକ୍ଷରୁ ଟ୍ରୁ-୫ଜିର ବହୁମୁଖୀ ଲାଭ ଓ ସମ୍ଭାବନାକୁ ଉପସ୍ଥାପନ କରାଯାଇଥିଲା ଏବଂ ଡିଜିଟାଲ ଶିକ୍ଷାଦାନରେ ବିପ୍ଳବ ଆଣିବା, ନବସୃଜନ, ସହଯୋଗିତା ଓ ଜ୍ଞାନପ୍ରଦାନର ପରିବେଶକୁ ସୁଦୃଢ଼ କରିବା ଦିଗରେ ରହିଥିବା ବ୍ୟାପକ ସମ୍ଭାବନାକୁ ଉପରେ ଗୁରୁତ୍ୱାରୋପ କରି ଟ୍ରୁ-୫ଜିର ରୂପାନ୍ତରଣ ସମ୍ଭାବନା ବିଷୟରେ ବର୍ଣ୍ଣନା କରାଯାଇଥିଲା। ବିଭିନ୍ନ କ୍ଷେତ୍ରରେ ୫ଜିର ବିଭିନ୍ନ ବ୍ୟବହାରିକ ପ୍ରୟୋଗ ଭିଡ଼ିଓ ମାଧ୍ୟମରେ ସିଧାସଳଖ ଛାତ୍ରଛାତ୍ରୀମାନଙ୍କୁ ପ୍ରଦର୍ଶନ କରାଯାଇଥିଲା ଏବଂ ଇ-ଗଭର୍ଣ୍ଣାସ, ଶିକ୍ଷା, ଅଟୋମେସନ, ଆର୍ଟିଫିସିଆଲ ଇଂଟେଲିଜେନ୍ସ, ଗେମିଂ, ସ୍ୱାସ୍ଥ୍ୟ ସେବା, କୃଷି, ଆଇଟି ଓ ଏସ୍‌ଏମ୍‌ଇ କ୍ଷେତ୍ରରେ ଏହାର ରହିଥିବା ବ୍ୟାପକ ଅଭିବୃଦ୍ଧି ସୁଯୋଗ ବିଷୟରେ ଅବଗତ କରାଯାଇଥିଲା। ଏଥିସହିତ ଜିଓର ଅଭିନବ ଏଆର ଭିଆର ଡିଭାଇସ ଜିଓ ଡାଇଭ ବ୍ୟବହାର ଅନୁଭୂତି ନେଇଥିଲେ ଛାତ୍ରଛାତ୍ରୀ।

ଶିକ୍ଷାନୁଷ୍ଠାନ ପରିସରରେ ଛାତ୍ରଛାତ୍ରୀଙ୍କ ଅଧିକ ଡାଟା ଆବଶ୍ୟକତା ଓ ବ୍ୟବହାରକୁ ନଜରରେ ରଖି ଜିଓ ପକ୍ଷରୁ ବ୍ୟବହାରକାରୀମାନଙ୍କୁ ଶ୍ରେଷ୍ଠ ଅନୁଭୂତି ପ୍ରଦାନ କରିବା ଏବଂ ନିରବଚ୍ଛିନ୍ନ ୫ଜି ସଂଯୋଗକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି। ରିଲାଏନ୍ସ ଜିଓ ପକ୍ଷରୁ ପ୍ରମୁଖ ଶିକ୍ଷାନୁଷ୍ଠାନଗୁଡ଼ିକରେ ଏକାଧିକ ୫ଜି ନେଟ୍‌ୱର୍କ ସାଇଟ୍ ସ୍ଥାପନ କରାଯାଇଛି।

ଓଡ଼ିଶାର ଏକ ନମ୍ବର ଡିଜିଟାଲ୍ ସେବା ପ୍ରଦାନକାରୀ ରିଲାଏନ୍ସ ଜିଓ ସାରା ରାଜ୍ୟରେ ଏହାର ଟ୍ରୁ-୫ଜି ନେଟ୍‌ୱର୍କକୁ ଦ୍ରୁତ ଗତିରେ ସମ୍ପ୍ରସାରଣ ଜାରି ରଖିଛି ଏବଂ ଏହା ହେଉଛି ଏକମାତ୍ର ଟେଲିକମ୍ ଅପରେଟର ଯାହାର ଓଡ଼ିଶାର ସମସ୍ତ ଜିଲ୍ଲାରେ ୫ଜି ନେଟ୍‌ୱର୍କ ଉପଲବ୍ଧ ରହିଛି। ଜିଓ ହେଉଛି ଏକମାତ୍ର ଟେଲିକମ୍ ଅପରେଟର ଯାହା ପାଖରେ ପ୍ରିମିୟମ୍ ୭୦୦ ମେଗାହର୍ଜର ସ୍ପେକ୍ଟ୍ରମ୍ ବ୍ୟାଣ୍ଡ୍ ରହିଛି ଯାହା ୫ଜି-ସ୍ଥାପନ ପାଇଁ ସବୁଠୁ ଉପଯୁକ୍ତ ବିବେଚନା କରାଯାଉଛି। ଟେଲିକମ୍ ବିଭାଗ ପକ୍ଷରୁ ନିକଟରେ ପ୍ରଦାନ କରାଯାଇଥିବା ଜିଲ୍ଲାଭିତିକ ତଥ୍ୟ ଅନୁସାରେ ଓଡ଼ିଶାରେ ସ୍ଥାପନ କରାଯାଇଥିବା ମୋଟ ୭୭୫୬ ଟି ୫ଜି ବିଟିଏସ୍ ମଧ୍ୟରୁ ଜିଓ ସର୍ବାଧିକ ୬୩୪୫ ଟି ୫ଜି ବିଟିଏସ୍ ସ୍ଥାପନ କରିଛି।

ଜିଓ ଟ୍ରୁ-୫ଜିର ତିନି-ସ୍ତରୀୟ ଲାଭ ଏହାକୁ ଭାରତର ଏକମାତ୍ର ଟ୍ରୁ-୫ଜି ନେଟ୍‌ୱର୍କରେ ପରିଣତ କରିଛି ଯେଉଁଥିରେ ସାମିଲ ରହିଛି ଷ୍ଟାଣ୍ଡ୍‌-ଏଲୋନ୍ ୫ଜି ଢାଂଚା ସହିତ ଉନ୍ନତ ୫ଜି ନେଟ୍‌ୱର୍କ ଯାହାର ୪ଜି ନେଟ୍‌ୱର୍କ ଉପରେ କୌଣସି ନିର୍ଭରଶୀଳତା ନାହିଁ; ୭୦୦ ମେଗାହର୍ଜ, ୩୫୦୦ ମେଗାହର୍ଜ ଓ ୨୬ ଗିଗାହର୍ଜ ବ୍ୟାଣ୍ଡ୍‌ର ସର୍ବବୃହତ ଓ ଶ୍ରେଷ୍ଠ ୫ଜି ସ୍ପେକ୍ଟ୍ରମ୍ ମିଶ୍ରଣ, କ୍ୟାରିୟର ଏଗ୍ରିଗେସନ ଯାହା କ୍ୟାରିୟର ଏଗ୍ରିଗେସନ ନାମକ ଏକ ଉନ୍ନତ ପ୍ରଯୁକ୍ତିକୁ ବ୍ୟବହାର କରି ଏହି ୫ଜି ଫ୍ରିକ୍ୟୁଏନ୍‌ସିଗୁଡ଼ିକୁ ନିରବଚ୍ଛିନ୍ନ ଭାବେ ମିଶ୍ରଣ କରି ଏକ ସୁଦୃଢ଼ “ଡାଟା ହାଇୱେ’ରେ ପରିଣତ କରିଛି।

ଭାରତର ଶିକ୍ଷା କ୍ଷେତ୍ରରେ ରୂପାନ୍ତରଣ ଆଣିବାରେ ଜିଓର ଟ୍ରୁ-୫ଜି ପ୍ରଯୁକ୍ତି ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛି। ଦ୍ରୁତ ଓ ଭରସାଯୋଗ୍ୟ ଯୋଗାଯୋଗ ପ୍ରଦାନ କରି ଜିଓ ଟ୍ରୁ-୫ଜି ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ଉନ୍ନତ ଶିକ୍ଷଣୀୟ ଅନୁଭୂତି ପ୍ରଦାନ କରୁଥିବା ବେଳେ ନିଜର ଶ୍ରେଷ୍ଠତା ପ୍ରଦାନ କରିବା ଲାଗି ଫାକଲ୍‌ଟି ସଦସ୍ୟମାନଙ୍କୁ ସଶକ୍ତ କରୁଛି। ଅଧିକ ଶିକ୍ଷାନୁଷ୍ଠାନ ଏହି ପ୍ରଯୁକ୍ତି ବ୍ୟବହାର କରୁଥିବାରୁ ଦେଶର ଶିକ୍ଷା ଦୃଶ୍ୟପଟ୍ଟରେ ବିପ୍ଳବ ଆଣିବାର ସମ୍ଭାବନା ଏହି ପ୍ରଯୁକ୍ତି ପାଖରେ ରହିଛି ଯାହା ଜ୍ଞାନ ପ୍ରସାରଣ, ନବସୃଜନ ଓ ସହଯୋଗିତାର ଅସୀମ ସମ୍ଭାବନାକୁ ଉଜାଗର କରୁଛି। ସାରା ଭାରତର ଶିକ୍ଷାନୁଷ୍ଠାନ ପରିସରଗୁଡ଼ିକୁ ଡିଜିଟାଇଜ୍ କରିବା ଲାଗି ଜିଓର ପ୍ରତିବଦ୍ଧତା ଶିକ୍ଷାକୁ ସୁଦୃଢ଼ କରିବା ଏବଂ ପରର୍ବତୀ ପିଢ଼ିର ଭବିଷ୍ୟତକୁ ଆକାର ପ୍ରଦାନ କରିବାରେ ଏହାର ପ୍ରତିବଦ୍ଧତାକୁ ଦୋହରାଉଛି।

ରାଉରକେଲା ଶିକ୍ଷାନୁଷ୍ଠାନ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.