Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ୟୟ ବହୁଳ ଓଡ଼ିଆ ଚଳଚ୍ଚିତ୍ର “ପ୍ରଥା” ର ଗୀତ ରିଲିଜ୍, ଗଣେଶ ପୂଜାରେ ମୁକ୍ତିଲାଭ
ଆଜିର ଖବର

ବ୍ୟୟ ବହୁଳ ଓଡ଼ିଆ ଚଳଚ୍ଚିତ୍ର “ପ୍ରଥା” ର ଗୀତ ରିଲିଜ୍, ଗଣେଶ ପୂଜାରେ ମୁକ୍ତିଲାଭ

September 4, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଡି. ଏନ୍. ରେଗାଲିଆ ମଲ୍ ଠାରେ ବହୁ ପ୍ରତିକ୍ଷୀତ ବ୍ୟୟ ବହୁଳ ଓଡ଼ିଆ ଚଳଚ୍ଚିତ୍ର “ପ୍ରଥା” ର ଗୀତ ରିଲିଜ୍ ହୋଇଯାଇଛି। ସେଇ ଅବସରରେ ମଲ୍ ରେ ବହୁ ସିନେ ପ୍ରେମୀ ଉପସ୍ଥିତ ଥିଲେ। ତା ସହିତ ସିନେମା ର ନିର୍ଦ୍ଦେଶକ କେ ମୁରଲୀକ୍ରିଷ୍ଣା, ସହ- ପ୍ରଯୋଜକ ସଞ୍ଜୟ କୁମାର ପଟେଲ, ନାୟକ ସ୍ୱରାଜ, ସଙ୍ଗୀତ ନିର୍ଦ୍ଦେଶକ ଅସଦ ନିଜାମ, ସିନେ ପ୍ରଯୋଜକ ସଚ୍ଚିକାନ୍ତ ଜେନା, ବଲିଉଡ କଣ୍ଠଶିଳ୍ପୀ କ୍ରିଷ୍ଣା ବେଉରା, ଅନ୍ତରା ଚକ୍ରବର୍ତ୍ତୀ, କୁଲଦୀପ ପଟ୍ଟନାୟକ, ସତ୍ୟଜିତ ପ୍ରଧାନ, ଅସୀମା ପଣ୍ଡା, ନାଭ୍ୟା, ଅଭିନେତା ଡିସ୍କୋ ରେଡ୍ଡୀ, ମିଡ଼ିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀ ଏବଂ ଏସ ଏସ କେବୁଲ ର ମୁଖ୍ୟ ସୁକାନ୍ତ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଆର.ଜେ ଗୁଡ୍ଡୀ ଏବଂ କମେଡିଆନ ପୁଷ୍ପକ ଙ୍କ ଯୁଗଳବନ୍ଦୀ ରେ ଗୀତ ରିଲିଜ୍ ପର୍ବ ବେଶ ସୁନ୍ଦର ଭାବରେ ସଂଯୋଜନା ହୋଇଥିଲା।

ଅନେକ ବର୍ଷ ବ୍ୟବଧାନ ରେ ଏକ ନିଛକ ପାରମ୍ପରିକ ମୌଳିକ କାହାଣୀ ସହିତ ବିଗ ବଜେଟ ର ଆକ୍ସନ ଫିଲ୍ମର ଟ୍ରେଲର ଆଗରୁ ଦେଖି ଯେତିକି ଉତ୍ସାହିତ ହେଇଥିଲେ ଦର୍ଶକ ଗୀତ ରିଲିଜ୍ ଉତ୍ସବ ରେ ମଧ୍ୟ ବେଶ ଉତ୍ସାହିତ ଥିଲେ। ଓଡ଼ିଆ ଝିଅ ସନଲିଶା ପଟେଲ ଦିଲ୍ଲୀ ରେ ଅବସ୍ଥାପିତ ହୋଇ ଓଡ଼ିଆ ଦର୍ଶକ ଙ୍କ ପାଇଁ କିଛି ନୂଆ ପ୍ରକାର ମନୋରଞ୍ଜନ ଯୋଗାଇଦେବା ପାଇଁ ମନବଳେଇବା କମ୍ କଥା ନୁହେଁ। ତେବେ ଆଜି ଡି ଏନ୍ ରେଗାଲିଆ ମଲ୍ ରେ ପ୍ରଥା ଚଳଚ୍ଚିତ୍ର ର ଗୀତ ଦେଖିଲା ପରେ ଓଡ଼ିଆ ଚଳଚ୍ଚିତ୍ର ର ନିର୍ମାଣ ଶୈଳୀ କେତେ ଉଚ୍ଚ କୋଟିର ଉପସ୍ଥିତ ଦର୍ଶକ ମାନେ ନିଜ ନିଜ ବକ୍ତବ୍ୟ ରେ ବଖାଣି ଥିଲେ। ଶିଶୁ କଳାକାର ରୁ ନାୟକ ସାଜି ଆଜି ଆକ୍ସନ ହିରୋ ଭାବେ ନିଜର ନିଖୁଣ ଅଭିନୟ ଦେଖାଇଥିବା ସ୍ୱରାଜ ବାରିକ ଙ୍କ ପ୍ରଶଂସା ସବୁରି ମୁହଁ ରୁ ଶୁଣିବାକୁ ମିଳିଥିଲା। ଓଲିଉଡ଼ ଅଭିନେତ୍ରୀ ଶୀତଲ ଙ୍କ ଅଭିନୟ ମଧ୍ୟ ମତୁଆଲା କରିଛି ଦର୍ଶକ ଙ୍କୁ, ହେଲେ ମୁମ୍ବାଇ ର ଅଭିନେତ୍ରୀ ସିମ୍ରନ୍ କୌର ଙ୍କ ଉପରେ ଦର୍ଶକ ଙ୍କ ନଜର ଜୋର ଥିଲା। ନିର୍ଦ୍ଦେଶକ କେ ମୁରଳୀକ୍ରିଷ୍ଣା ଙ୍କ ବଳିଷ୍ଠ ନିର୍ଦ୍ଦେଶନା ରେ ନିର୍ମିତ ପ୍ରଥା ଚଳଚ୍ଚିତ୍ର ନିଶ୍ଚିତ ଲୋକାଦୃତ ହେବ ଏଥିରେ ସନ୍ଦେହ ନାହିଁ ବୋଲି ପ୍ରଶଂସକ ମହଲ ରେ ଗୁଣୁଗୁଣୁ ଶୁଭୁଥିଲା।

‘ପ୍ରଥା’ ହେଉଛି ଆମ ଓଡ଼ିଶାର କାହାଣୀ, ଆମ ଗାଁ’ ର କାହାଣୀ। ଏହି କାହାଣୀ ଆମ ଓଡ଼ିଶାର ପ୍ରଥା ଓ ପରମ୍ପରା ଉପରେ ଆଧାରିତ। ପ୍ରଥମ ଥର ପାଇଁ ସ୍ବରାଜ ଏବଂ ଶୀତଲ ସ୍କ୍ରିନ ସେୟାର କରିଛନ୍ତି। ତାଙ୍କ ସହିତ ମୁଖ୍ୟ ଚରିତ୍ର ରେ ଅଛନ୍ତି ମୁମ୍ବାଇ ଅବସ୍ଥାପିତ ମଡେଲ ଅଭିନେତ୍ରୀ ସିମ୍ରନ୍ କୌର। ସିମ୍ରନ୍ ଲୋକପ୍ରିୟ ଆନିମେସନ୍ ସିରିଜ୍‌ ‘ଡୋରେମନ୍’ର ନୋବିତା ଚରିତ୍ରର ଭଏସ୍ ଆର୍ଟିଷ୍ଟ। ଏମାନଙ୍କ ବ୍ୟତୀତ ଚୌଧୁରୀ ବିକାଶ ଦାସ, ବବି ମିଶ୍ର, ଯଶ ଆଲୱାହଟ୍‌ (ବଲିଉଡ୍ ଅଭିନେତା), ଆଶୁ ବର୍ମା (ପଞ୍ଜାବର ମଡେଲ, ଅଭିନେତା ଓ ନିର୍ଦ୍ଦେଶକ), ରବି ମିଶ୍ର, ସତିଶ୍‌ ପଟେଲ, ଇଲ୍ଲୁ ବାନାର୍ଜୀ, ଚୌଧୁରୀ ଜୟପ୍ରକାଶ ଦାସ, ଡିସ୍କୋ ରେଡ୍ଡୀ ଏବଂ ଅସିତା ଶତପଥୀଙ୍କୁ ମଧ୍ୟ ଅନ୍ୟାନ୍ୟ ଭୂମିକାରେ ଦେଖିବାକୁ ମିଳିବ।
ତେବେ ଫିଲ୍ମ ରିଲିଜ ପାଇଁ ସମସ୍ତ ପ୍ରସ୍ତୁତି ସରିଯାଇଥିବା ବେଳେ ପବିତ୍ର ଗଣେଶ ପୂଜା ଉପଲକ୍ଷେ ଆସନ୍ତା ସେପ୍ଟେମ୍ବର ୧୫ ତାରିଖରେ ସାରା ଓଡ଼ିଶାରେ ମୁକ୍ତିଲାଭ କରିବ।  ଚଳଚ୍ଚିତ୍ର ର ପ୍ରଚାର ଚାରିଆଡେ ବିଭିନ୍ନ ଗଣମାଧ୍ୟମ ତଥା ପୋଷ୍ଟର ମାଧ୍ୟମରେ ଆରମ୍ଭ ହୋଇଯାଇଛି।

ଏହି ଚଳଚ୍ଚିତ୍ରରେ ଡିଓପି ନରେନ୍ଦ୍ର ଗୌଡ଼, ସଙ୍ଗୀତ ନିର୍ଦ୍ଦେଶନା ଅସଦ ନିଜାମ, ସଂଳାପ ବିଜୟ କୁମାର ରାଉଳ, କୋରିଓଗ୍ରାଫର ଆରିୟନ୍‌ ଓ ଲାଇନ୍ ପ୍ରଡ୍ୟୁସର ବିଜୟ ପାତ୍ର ଅଛନ୍ତି। ‘ପ୍ରଥା’ ଚଳଚ୍ଚିତ୍ରଟି କୋରାପୁଟ ସମେତ ସୁଦୂର ଦିଲ୍ଲୀ ଏବଂ ରାଜସ୍ଥାନରେ ସୁଟ୍ ହୋଇଛି। ତେବେ ଆସନ୍ତା ସେପ୍ଟେମ୍ବର ୧୫ ରେ ମୁକ୍ତିଲାଭ କଲେ ଗଣେଶ ପୂଜା ବଜାର ସରଗରମ ହେବ ବୋଲି ଦର୍ଶକ ଙ୍କ ମନରେ ଉତ୍କଣ୍ଠା ରହିଛି। ଏହାର ପ୍ରଚାର ଓ ପ୍ରସାର ଦାୟିତ୍ୱ ରେ ଅଛନ୍ତି ମିଡିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀ।

‘'ପ୍ରଥା'’ ଓଡିଆ ଚଳଚ୍ଚିତ୍ର ଗଣେଶ ପୂଜା ମୁକ୍ତିଲାଭ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Latest News

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.