Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେପ୍ଟେମ୍ବର ୩୦ରୁ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍!
ଆଜିର ଖବର

ସେପ୍ଟେମ୍ବର ୩୦ରୁ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍!

September 5, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବନ୍ଦେ ଭାରତ ଏକ୍ସପ୍ରେସ
ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଥର ମାଡ଼: ଯାତ୍ରା କରୁଥିଲେ ଆରଏସଏସ ମୁଖ୍ୟ ମୋହନ ଭାଗବତ

ଭୁବନେଶ୍ୱର: ସେପ୍ଟେମ୍ବର ଶେଷ ସପ୍ତାହ ସୁଦ୍ଧା ପୁରୀ-ରାଉରକେଲା ମଧ୍ୟରେ ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ ଚଳାଚଳ କରିବ। ମିଳିଥିବା ସୂଚନା ଅନୁଯାୟୀ, ଓଡ଼ିଶାର ଉପକୂଳ ଓ ପଶ୍ଚିମ ଭାଗ ମଧ୍ୟରେ ଭିଡ଼କୁ ଦୃଷ୍ଟିରେ ରଖି ଟ୍ରେନ ଏହି ରୁଟ୍ ବ୍ୟବହାର କରିବ। ଆଶା କରାଯାଉଛି ଯେ, ସେପ୍ଟେମ୍ବର ୩୦ରେ ପ୍ରଧାନମନ୍ତ୍ରୀ ମୋଦୀ ସେମି-ହାଇ ସ୍ପିଡ୍ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବାର ସମ୍ଭାବନା ରହିଛି।

ଏହା ପୂର୍ବରୁ ଅଗଷ୍ଟ ୧୪ ତାରିଖରେ ତେଜସ କୋଚ୍ ସହ ଭୁବନେଶ୍ୱର ରାଜଧାନୀ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିବା ଅବସରରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଥିଲେ ଯେ ରାଉରକେଲା-ଭୁବନେଶ୍ୱର ମଧ୍ୟରେ ଦ୍ୱିତୀୟ ବନ୍ଦେ ଭାରତ ଟ୍ରେନ ସେବା ଖୁବ୍ ଶୀଘ୍ର ଆରମ୍ଭ ହେବ।

ଗତ ମଇ ୧୮ ତାରିଖରେ ପୁରୀ-ହାଓଡ଼ା ମଧ୍ୟରେ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ପାଇଁ ଆଉ ଏକ ସେମି ହାଇସ୍ପିଡ୍ ଟ୍ରେନ୍ ଚଳାଚଳ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ସେହି ପ୍ରତିଶ୍ରୁତି ପାଳନ କରି ଦ୍ୱିତୀୟ ବନ୍ଦେ ଭାରତ ଖୁବ୍ ଶୀଘ୍ର ରାଉରକେଲାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ଚାଲିବ ବୋଲି ବୈଷ୍ଣବ ଅଗଷ୍ଟରେ କହିଥିଲେ।

ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ରୁଟ୍

ଶନିବାର ବ୍ୟତୀତ ସପ୍ତାହରେ ୬ ଦିନ ଏହି ଟ୍ରେନ ଚଳାଚଳ କରିବ । ଏହି ଟ୍ରେନ ଖୋର୍ଦ୍ଧା ରୋଡ୍, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୁଳ, କେରେଜଙ୍ଗା, ସମ୍ବଲପୁର ସହର, ଝାରସୁଗୁଡ଼ାରେ ଅଟକିବ । ଏହି ସେମି ହାଇସ୍ପିଡ୍ ଟ୍ରେନ ପୁରୀ-ରାଉରକେଲାରୁ ୭ ଘଣ୍ଟା ୩୦ ମିନିଟରେ ୫୦୫ କିଲୋମିଟର ଦୂରତା ଏବଂ ଡାଉନ୍ ଲାଇନ୍ ଅର୍ଥାତ୍ ରାଉରକେଲାରୁ ପୁରୀ ପର୍ଯ୍ୟନ୍ତ ୭ ଘଣ୍ଟା ୪୫ ମିନିଟରେ ଅତିକ୍ରମ କରିବ ।

ପୂର୍ବରୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଥିଲେ ଯେ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୁଳ, ତାଳଚେର ଆଦି ସ୍ଥାନ ଦେଇ ଯିବ ।

ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ସମୟ

ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସର ସମୟ ବିଷୟରେ କହିବାକୁ ଗଲେ ଏହି ଟ୍ରେନ ପୁରୀରୁ ସକାଳ ୫ଟାରେ ବାହାରି ଦିନ ୧୨ଟା ୪୫ରେ ରାଉରକେଲାରେ ପହଞ୍ଚିବ ଏବଂ ରାଉରକେଲାରୁ ଟ୍ରେନ୍ ଅପରାହ୍ନ ୨ଟା ୧୦ରେ ବାହାରି ରାତି ୯ଟା ୪୦ରେ ପୁରୀରେ ପହଞ୍ଚିବ ।

ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ୍
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଥର ମାଡ଼: ଯାତ୍ରା କରୁଥିଲେ ଆରଏସଏସ ମୁଖ୍ୟ ମୋହନ ଭାଗବତ

February 20, 2026

ଏଲିଏନ୍‌ମାନଙ୍କର ଗୁପ୍ତ ତଥ୍ୟ ପ୍ରକାଶ କରିବ ଆମେରିକା!: ବଡ଼ ନିର୍ଦ୍ଦେଶ ଜାରି କଲେ ଟ୍ରମ୍ପ୍ 

February 20, 2026

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026
Latest News

ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଥର ମାଡ଼: ଯାତ୍ରା କରୁଥିଲେ ଆରଏସଏସ ମୁଖ୍ୟ ମୋହନ ଭାଗବତ

February 20, 2026

ଏଲିଏନ୍‌ମାନଙ୍କର ଗୁପ୍ତ ତଥ୍ୟ ପ୍ରକାଶ କରିବ ଆମେରିକା!: ବଡ଼ ନିର୍ଦ୍ଦେଶ ଜାରି କଲେ ଟ୍ରମ୍ପ୍ 

February 20, 2026

ଆମେରିକା ସହିତ ‘ପ୍ୟାକ୍ସ ସିଲିକା’ରେ ଯୋଗଦେଲା ଭାରତ: ଜାଣନ୍ତୁ ଏହା କ’ଣ?

February 20, 2026

“ଯଦି ଆପଣମାନେ ଫ୍ରାନ୍ସ ଆସନ୍ତି…”: ଭାରତୀୟମାନଙ୍କୁ ବଡ଼ ପ୍ରସ୍ତାବ ଦେଲେ ମାକ୍ରୋନ୍

February 20, 2026

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.