Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩ର ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
ଆଜିର ଖବର

ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩ର ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

September 5, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଶିକ୍ଷକ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ୭, ଲୋକକଲ୍ୟାଣ ମାର୍ଗଠାରେ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩ର ବିଜେତାମାନଙ୍କ ସହ ଆଲୋଚନା କରିଛନ୍ତି। ଏଥିରେ ୭୫ ଜଣ ପୁରସ୍କାର ବିଜେତା ଅଂଶଗ୍ରହଣ କରିଥିଲେ।

ଦେଶର ଯୁବ ମାନସିକତାକୁ ପ୍ରତିପୋଷଣ କରିବାରେ ଶିକ୍ଷକମାନଙ୍କ ପ୍ରୟାସକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ। ସେ ଉତ୍ତମ ଶିକ୍ଷକମାନଙ୍କର ଗୁରୁତ୍ୱ ଏବଂ ଦେଶର ଭାଗ୍ୟ ଗଠନରେ ସେମାନଙ୍କର ଭୂମିକା ଉପରେ ଆଲୋକପାତ କରିଥିଲେ। ତୃଣମୂଳସ୍ତରର ସଫଳତା ହାସଲକାରୀଙ୍କ ବିଷୟରେ ପିଲାମାନଙ୍କୁ ଶିକ୍ଷା ଦେଇ ପ୍ରେରଣା ଦେବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ।

ପ୍ରଧାନମନ୍ତ୍ରୀ ଆମର ସ୍ଥାନୀୟ ଐତିହ୍ୟ ଏବଂ ଇତିହାସକୁ ନେଇ ଗର୍ବ କରିବା ବିଷୟରେ କହିଥିଲେ ଏବଂ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କ ଅଞ୍ଚଳର ଇତିହାସ ଏବଂ ସଂସ୍କୃତି ବିଷୟରେ ଜାଣିବା ପାଇଁ ପ୍ରୋତ୍ସାହିତ କରିବାକୁ ଶିକ୍ଷକମାନଙ୍କୁ ଅନୁରୋଧ କରିଥିଲେ। ଦେଶରେ ବିବିଧତାର ଶକ୍ତି ଉପରେ ଆଲୋକପାତ କରି ସେ ଶିକ୍ଷକମାନଙ୍କୁ ଦେଶର ବିଭିନ୍ନ ସ୍ଥାନର ସଂସ୍କୃତି ଓ ବିବିଧତାକୁ ନିଜ ନିଜ ବିଦ୍ୟାଳୟରେ ପାଳନ କରିବାକୁ ଅନୁରୋଧ କରିଥିଲେ।

ଚନ୍ଦ୍ରଯାନ-୩ର ସାମ୍ପ୍ରତିକ ସଫଳତା ବିଷୟରେ ଆଲୋଚନା କରି ପ୍ରଧାନମନ୍ତ୍ରୀ ଏକବିଂଶ ଶତାବ୍ଦୀ ଏକ ପ୍ରଯୁକ୍ତି ଭିତ୍ତିକ ଶତାବ୍ଦୀ ହୋଇଥିବାରୁ ବିଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା ବିଷୟରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଥିବା ଜିଜ୍ଞାସାକୁ ପ୍ରୋତ୍ସାହିତ କରିବାର ଗୁରୁତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ। ଯୁବପିଢ଼ିଙ୍କୁ ଦକ୍ଷ କରିବା ଏବଂ ସେମାନଙ୍କୁ ଭବିଷ୍ୟତ ପାଇଁ ପ୍ରସ୍ତୁତ କରିବା ଉପରେ ମଧ୍ୟ ସେ ଆଲୋଚନା କରିଥିଲେ।

ମିଶନ ଲାଇଫ୍‍ ବିଷୟରେ ଆଲୋଚନା କରି ପ୍ରଧାନମନ୍ତ୍ରୀ ବ୍ୟବହାର ଏବଂ ଫିଙ୍ଗିବା ସଂସ୍କୃତି ବଦଳରେ ରିସାଇକ୍ଲିଂର ଗୁରୁତ୍ୱ ଉପରେ ଆଲୋଚନା କରିଥିଲେ। ଅନେକ ଶିକ୍ଷକ ସେମାନଙ୍କ ବିଦ୍ୟାଳୟରେ ହେଉଥିବା ସ୍ୱଚ୍ଛତା କାର୍ଯ୍ୟକ୍ରମ ବିଷୟରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାବ୍ୟତୀତ ପ୍ରଧାନମନ୍ତ୍ରୀ ଶିକ୍ଷକମାନଙ୍କୁ ପରାମର୍ଶ ଦେଇଥିଲେ ଯେ ସେମାନେ ସେମାନଙ୍କ କ୍ୟାରିୟରରେ ନିରନ୍ତର ଭାବରେ ଶିଖିବା ସହିତ ନିଜର ଦକ୍ଷତାରେ ଉନ୍ନତି କରନ୍ତୁ।

ଜାତୀୟ ଶିକ୍ଷକ ପୁରସ୍କାରର ଉଦ୍ଦେଶ୍ୟ ହେଉଛି ଦେଶର କିଛି ଶ୍ରେଷ୍ଠ ଶିକ୍ଷକଙ୍କ ଅନନ୍ୟ ଅବଦାନକୁ ପାଳନ କରିବା ଏବଂ ସେହି ଶିକ୍ଷକମାନଙ୍କୁ ସମ୍ମାନିତ କରିବା ଯେଉଁମାନେ ସେମାନଙ୍କ ପ୍ରତିବଦ୍ଧତା ମାଧ୍ୟମରେ କେବଳ ଶିକ୍ଷାର ଗୁଣବତ୍ତାରେ ଉନ୍ନତି କରିନାହାଁନ୍ତି ବରଂ ସେମାନଙ୍କ ଛାତ୍ରଛାତ୍ରୀଙ୍କ ଜୀବନକୁ ମଧ୍ୟ ସମୃଦ୍ଧ କରିଛନ୍ତି। ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗ ଦ୍ୱାରା ପୂର୍ବରୁ ମନୋନୀତ ଶିକ୍ଷକଙ୍କ ସହିତ ଚଳିତ ବର୍ଷ ଉଚ୍ଚଶିକ୍ଷା ବିଭାଗ ଓ ଦକ୍ଷତା ବିକାଶ ମନ୍ତ୍ରଣାଳୟ ଦ୍ୱାରା ମନୋନୀତ ଶିକ୍ଷକଙ୍କୁ ସାମିଲ କରାଯାଇ ଏହି ପୁରସ୍କାରର ପରିସରକୁ ବୃଦ୍ଧି କରାଯାଇଛି।

ଜାତୀୟ ଶିକ୍ଷକ ପୁରସ୍କାର ୨୦୨୩ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା ଶିକ୍ଷକ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025

ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ବ୍ୟକ୍ତି ରାଜ୍ୟପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ

July 23, 2025
Latest News

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025

ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ବ୍ୟକ୍ତି ରାଜ୍ୟପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ

July 23, 2025

ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.