Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଙ୍ଗାପୁରରେ “ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ” କାର୍ଯ୍ୟକ୍ରମ ସାରି ଭୁବନେଶ୍ୱର ଫେରିଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ
ଆଜିର ଖବର

ସିଙ୍ଗାପୁରରେ “ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ” କାର୍ଯ୍ୟକ୍ରମ ସାରି ଭୁବନେଶ୍ୱର ଫେରିଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀ

September 6, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ସିଙ୍ଗାପୁରର ଇନଷ୍ଟିଚ୍ୟୁଟ ଅଫ୍ ଟେକନିକାଲ ଏଜୁକେସନରେ (ଆଇଟିଇ) “ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ” କାର୍ଯ୍ୟକ୍ରମ ସାରି ଭୁବନେଶ୍ୱର ଫେରିଛନ୍ତି ବିଶ୍ୱ ଦକ୍ଷତା କେନ୍ଦ୍ରର ୪୦ ଜଣ ଛାତ୍ରଛାତ୍ରୀ। ମଙ୍ଗଳବାର ଅପରାହ୍ଣରେ ଛାତ୍ରଛାତ୍ରୀମାନେ ସିଙ୍ଗାପୁର-ଭୁବନେଶ୍ୱର ସିଧାସଳଖ ବିମାନଯୋଗେ ଆସିଥିଲେ।

ଏହି “ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ” କାର୍ଯ୍ୟକ୍ରମ ମଧ୍ୟରେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀମାନେ “ଆଇଟିଇ”ରେ ଅତ୍ୟାଧୁନିକ ଡ୍ରୋନ ଟେକ୍ନୋଲୋଜି ଏବଂ ରୋବୋଟିକ୍ସ ବିଷୟରେ ଅତିରିକ୍ତ ତାଲିମ ନେଇଥିଲେ। ଡ୍ରୋନ୍ ଏବଂ ରୋବୋଟିକ୍ସର କୋର୍ଡିଂ ଓ ଏହାର ପରିଚାଳନା ବିଷୟରେ ସେମାନେ ଅଧିକ ଶିକ୍ଷାଲାଭ କରିଥିଲେ।

ଏହି ଅବସରରେ ଛାତ୍ରଛାତ୍ରୀମାନେ ସିଙ୍ଗାପୁରର ବିଜ୍ଞାନ କେନ୍ଦ୍ର ପରିଦର୍ଶନରେ ଯାଇଥିଲେ। ସେଠାରେ ସେମାନେ ଅତ୍ୟାଧୁନିକ ଜ୍ଞାନକୌଶଳରେ ର୍ନିମିତ ବିଭିନ୍ନ ଉପକରଣ ବୁଲି ଦେଖିବା ସହ ଏହାର ପ୍ରୟୋଗ ବିଷୟରେ ପଚାରି ବୁଝିଥିଲେ।

ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର “ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ” କାର୍ଯ୍ୟକ୍ରମରୁ ଫେରିଥିବା ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବିଦେଶରୁ ସେମାନେ ଯେଉଁ ଅନୁଭୂତି ନେଇ ଫେରିଛନ୍ତି ତାହା ସେମାନଙ୍କ କ୍ୟାରିୟର ସ୍ୱପ୍ନ ସାକାର କରିବାରେ ସହାଯ୍ୟ କରିବ।

“ରୋବୋଟିକ୍ସରେ ମୁଁ କ୍ୟାରିୟର କରିବାକୁ ଚାହୁଁଛି। ବିଶ୍ୱ ଦକ୍ଷତା କେନ୍ଦ୍ରର ମେକାଟ୍ରୋନ୍ସିକ୍ସରେ ଏହି ଅତ୍ୟାଧୁନିକ ବିଷୟରେ ଆମକୁ ତାଲିମ ଦିଆଯାଉଛି। ତେବେ ସିଙ୍ଗାପୁରରେ ଏ ବିଷୟରେ ମୁଁ ଅଧିକ ଜାଣିବାର ସୁଯୋଗ ପାଇଲି। ଆଗାମୀ ଦିନରେ ମୋ ”କ୍ୟାରିୟର ପାଇଁ ଏହା ବଡ଼ ସହାୟକ ହେବ”, କହନ୍ତି ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ କାର୍ଯ୍ୟକ୍ରମରୁ ଫେରିଥିବା ଛାତ୍ରୀ ରୋଶ୍ନୀ ସାହୁ।

“ବିମାନଯୋଗେ ସିଙ୍ଗାପୁର ଯିବା ମୋ’ ପାଇଁ ପ୍ରଥମ। ସେଠାରେ ଡ୍ରୋନ୍ ଟେକ୍ନାଲୋଜି ବିଷୟରେ ଅଧିକ ଶିଖିବାକୁ ମିଳିଲା। ନିଜ ହାତରେ ଆମେ ଡ୍ରୋନ୍ ଚଲାଇଲୁ। ତା’ଛଡ଼ା ସିଙ୍ଗାପୁରର ପରିବେଶକୁ ଅତି ପାଖରୁ ଦେଖିବାର ସୁଯୋଗ ପାଇଲୁ”, କହନ୍ତି ଆଉ ଜଣେ ଛାତ୍ର ବି ସନ୍ଦୀପ ପାତ୍ର।

ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ ଅବସରରେ ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରଛାତ୍ରୀମାନେ ଆଇଟିଇର ଛାତ୍ରଛାତ୍ରୀଙ୍କ ସହ ମିଶିବାର ସୁଯୋଗ ପାଇଥିଲେ। ଶେଷରେ ଏହି କାର୍ଯ୍ୟକ୍ରମ ଲାଗି ସିଙ୍ଗାପୁର ଯାଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଆଇଟିଇ ପକ୍ଷରୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।

ଓଡ଼ିଶା ସରକାର ଏବଂ ସିଙ୍ଗାପୁର ସରକାରଙ୍କ ମଧ୍ୟରେ ହୋଇଥିବା ବୁଝାମଣା ଅନୁଯାୟୀ ପ୍ରତିବର୍ଷ ଏହି “ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ” କାର୍ଯ୍ୟକ୍ରମ କରାଯାଉଛି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀମାନଙ୍କ ଭିତରୁ ପ୍ରତିବର୍ଷ ୪୦ ଜଣଙ୍କୁ ବଛାଯାଇ ଏହି କାର୍ଯ୍ୟକ୍ରମ ଜରିଆରେ ସିଙ୍ଗାପୁର ପଠାଯାଉଛି।

ରାଜ୍ୟ ସରକାରଙ୍କ “ସ୍କିଲ୍ଡ ଇନ୍ ଓଡ଼ିଶା” କାର୍ଯ୍ୟକ୍ରମ ତଥା ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ଅଧୀନରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଭୁବନେଶ୍ୱରରେ ସ୍ଥାପନ କରାଯାଇଛି “ବିଶ୍ୱ ଦକ୍ଷତା କେନ୍ଦ୍ର”। ଏହି କେନ୍ଦ୍ରରେ “ସ୍କୁଲ ଅଫ୍ ଇଞ୍ଜିନିୟରିଂ” ଏବଂ “ସ୍କୁଲ ଅଫ୍ ସର୍ଭିସେସ୍‌” ବିଭାଗ ଅଧୀନରେ ୭ଟି ଅତ୍ୟାଧୁନିକ ବିଷୟରେ ଓଡ଼ିଶାର ଯୁବପଢ଼ିଙ୍କୁ ତାଲିମ ଦିଆଯାଉଛି।

ବିଶ୍ୱ ଦକ୍ଷତା କେନ୍ଦ୍ର ଭୁବନେଶ୍ୱର ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ ସିଙ୍ଗାପୁର
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.