Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ୟାଙ୍କ ଓ ଓଡିଶା ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
ଆଜିର ଖବର

ବ୍ୟାଙ୍କ ଓ ଓଡିଶା ସରକାରଙ୍କ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

September 14, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ସେପେଫମ୍ବର ୧୩, ୨୦୨୩ ତାରିଖରେ ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ଦ୍ୱାରା ୬ଟି ପବ୍ଲିକ୍ ସେକଫର ବ୍ୟାଙ୍କ ଯଥା ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ, ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ, ୟୁକୋ ବ୍ୟାଙ୍କ, ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ବ୍ୟାଙ୍କ ଅଫ୍ ବରୋଦା ସହିତ ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଯାଇଛି। ସିଏସପି ପ୍ଲସ୍ ବ୍ୟାଙ୍କିଙ୍ଗ ଆଉଟଲେଟ୍ ମାଧ୍ୟମରେ ରାଜ୍ୟର ସମସ୍ତ ବ୍ୟାଙ୍କବିହୀନ ଗ୍ରାମ ପଞ୍ଚାୟତରେ ବ୍ୟାଙ୍କ ସେବା ଯୋଗାଇବା ପାଇଁ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି।

ଆର୍ଥିକ ଅନ୍ତର୍ଭୁକ୍ତୀକରଣ ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। ରାଜ୍ୟର ୬୭୯୮ ଜିପି ମଧ୍ୟରୁ ପ୍ରାୟ ଶତକଡା ୬୫ ଭାଗ ଜିପିରେ (୪୩୭୩ ଜିପି) ସ୍ଥାୟୀ ବ୍ୟାଙ୍କ ଶାଖା ନାହିଁ। ଆର୍ଥିକ ଅଗ୍ରସର ପାଇଁ ବ୍ୟାଙ୍କିଙ୍ଗ ଏକ ଅତ୍ୟାବଶ୍ୟକ ସେବା ହୋଇଥିବାରୁ, ବ୍ୟାଙ୍କ ସେବା ଓ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ବ୍ୟବସ୍ଥାକୁ ମଜବୁତ କରିବା ପାଇଁ ରାଜ୍ୟର ପ୍ରତ୍ୟେକ ଜିପିଙ୍କୁ ଏକ ସ୍ଥାୟୀ ବ୍ୟାଙ୍କ ଶାଖା ଯୋଗାଇ ଦିଆଯିବା ଆବଶ୍ୟକ।

ତେଣୁ ଓଡିଶା ସରକାର ସିଏସ୍‌ପି ପ୍ଲସ ବ୍ୟାଙ୍କିଙ୍ଗ ଆଉଟଲେଟ ମାଧ୍ୟମରେ ପ୍ରତ୍ୟେକ ବ୍ୟାଙ୍କବିହୀନ ଜିପିକୁ ବ୍ୟାଙ୍କିଙ୍ଗ ସେବା ଯୋଗାଇବା ପାଇଁ ଏକ ଉଚ୍ଚାଭିଳାଷୀ ଯୋଜନା ପ୍ରସ୍ତୁତ କରିଛନ୍ତି । ଚଳିତ ଆର୍ଥିକ ବର୍ଷ ୨୦୨୩-୨୪ ରେ ରାଜ୍ୟର ସମସ୍ତ ବ୍ୟାଙ୍କବିହୀନ ଜିପିମାନଙ୍କୁ ଏହି ଯୋଜନାରେ ପର‌୍ୟ୍ୟାୟ କ୍ରମେ ଅନ୍ତର୍ଭୁକ୍ତ କରିବା ପାଇଁ ବ୍ୟବସ୍ଥା କରାଯାଇଛି। ଓଡ଼ିଶା ସରକାର ୫ ବର୍ଷ ପାଇଁ ବିନା ଭଡାରେ ବ୍ୟାଙ୍କିଙ୍ଗ ସ୍ଥାନ ପ୍ରଦାନ କରିବେ। ଏଥିସହିତ ଏକକାଳୀନ ସ୍ଥାୟୀ ଖର୍ଚ୍ଚ ଏବଂ ୩ ବର୍ଷ ପାଇଁ ରେକରିଙ୍ଗ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏଥିପାଇଁ ସର୍ବମୋଟ ୫୦୦ କୋଟି ଟଙ୍କା ଖର୍ଚ୍ଚର ଯୋଜନା ପ୍ରସ୍ତୁତ କରାଯାଇଛି।

ଆର୍ଥିକ ଅନ୍ତର୍ଭୂକ୍ତିକରଣକୁ ସଠିକ ରୂପଦେବା ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କର ୫-ଟି ମନ୍ତ୍ର ଅନୁଯାୟୀ ଏହାକୁ ପରବର୍ତ୍ତୀ ସ୍ତରକୁ ନେବା ପାଇଁ ଏହା ଏକ ଯୁଗାନ୍ତକାରୀ ପଦକ୍ଷେପ। ସମସ୍ତ ଜିପିମାନଙ୍କୁ ବ୍ୟାଙ୍କିଙ୍ଗ୍ ସେବା ଯୋଗାଇବା ପାଇଁ ଏଭଳି ଏକ ଆଦର୍ଶ ମଡେଲ୍ ଗ୍ରହଣ କରିଥିବା ରାଜ୍ୟମାନଙ୍କ ମଧ୍ୟରେ ଓଡିଶା ସମଗ୍ର ଦେଶରେ ପ୍ରଥମ ରାଜ୍ୟ ଅଟେ।

ଏହା ଦ୍ୱାରା ରାଜ୍ୟର ସମସ୍ତ ଅଣବ୍ୟାଙ୍କିଙ୍ଗ ଗ୍ରାମ ପଞ୍ଚାୟତରେ ରହୁଥିବା ଲୋକମାନେ ସୁବିଧାରେ ସମସ୍ତ ପ୍ରକାର ବ୍ୟାଙ୍କିଙ୍ଗ୍ ସେବା ପାଇପାରିବେ। ବରିଷ୍ଠ ନାଗରିକ, ଭିନ୍ନକ୍ଷମ ବ୍ୟକ୍ତି ଏବଂ ଗର୍ଭବତୀ ମହିଳାମାନେ ଡୋର ଷ୍ଟେପ୍ ବ୍ୟାଙ୍କିଙ୍ଗ୍ ଏବଂ ଠିକ୍ ସମୟରେ ସରକାରଙ୍କ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ବ୍ୟବସ୍ଥାର ଲାଭ ପାଇ ପାରିବେ।

ଅର୍ଥ ବିଭାଗ ଏମଓୟୁ ଓଡିଶା ସରକାର ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ବୁଝାମଣାପତ୍ର ସ୍ୱାକ୍ଷରିତ ବ୍ୟାଙ୍କ ଅଫ୍ ବରୋଦା ୟୁକୋ ବ୍ୟାଙ୍କ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ
Share. Facebook Twitter LinkedIn Email WhatsApp Copy Link

Related Posts

ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 19, 2026

ଏକ ଦଶନ୍ଧିରେ ଟ୍ରେନ ଦୁର୍ଘଟଣାରେ ୬୦% ଓ ମୃତ୍ୟୁ ୧୭% ହ୍ରାସ: ଅଶ୍ଵିନୀ ବୈଷ୍ଣବ

March 19, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ରାୟଗଡା ଡିଭିଜନ ନିରୀକ୍ଷଣ

March 19, 2026

୭୦ କେଜି ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

March 19, 2026
Latest News

ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 19, 2026

ଏକ ଦଶନ୍ଧିରେ ଟ୍ରେନ ଦୁର୍ଘଟଣାରେ ୬୦% ଓ ମୃତ୍ୟୁ ୧୭% ହ୍ରାସ: ଅଶ୍ଵିନୀ ବୈଷ୍ଣବ

March 19, 2026

ଓମାନର ସୁଲତାନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 19, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ରାୟଗଡା ଡିଭିଜନ ନିରୀକ୍ଷଣ

March 19, 2026

୭୦ କେଜି ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.