Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱ ଦକ୍ଷତା କେନ୍ଦ୍ରର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ, ବିଶ୍ୱସ୍ତରୀୟ ତାଲିମ ନେଇ ବାହାରିଲେ ଛାତ୍ରଛାତ୍ରୀ
ଆଜିର ଖବର

ବିଶ୍ୱ ଦକ୍ଷତା କେନ୍ଦ୍ରର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ, ବିଶ୍ୱସ୍ତରୀୟ ତାଲିମ ନେଇ ବାହାରିଲେ ଛାତ୍ରଛାତ୍ରୀ

September 14, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଦ୍ୱାରା ଭୁବନେଶ୍ୱରଠାରେ ପ୍ରତିଷ୍ଠିତ “ବିଶ୍ୱ ଦକ୍ଷତା କେନ୍ଦ୍ର”ର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୨୦୨୨-୨୩ ବ୍ୟାଚର ୬ଟି ଟ୍ରେଡରେ ତାଲିମ ପାଠ୍ୟକ୍ରମ ଶେଷ କରିଥିବା କେନ୍ଦ୍ରର ଛାତ୍ରଛାତ୍ରୀମାନଙ୍କୁ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା।

ଭୁବନେଶ୍ୱର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ଥିବା ବିଶ୍ୱ ଦକ୍ଷତା କେନ୍ଦ୍ର କ୍ୟାମ୍ପସରେ ଗୁରୁବାର ଦିନ ଏହି ସମାବର୍ତ୍ତନ ଉତ୍ସବର ଆୟୋଜନ କରାଯାଇଥିଲା। ଏଥିରେ ସ୍କୁଲ ଅଫ୍ ଇଞ୍ଜିନିୟରିଂ ଏବଂ ସ୍କୁଲ ଅଫ୍ ସର୍ଭିସେସ୍ ପ୍ରତ୍ୟେକ ବିଭାଗରୁ ଶ୍ରେଷ୍ଠ ଛାତ୍ର/ଛାତ୍ରୀଙ୍କୁ “ବେଷ୍ଟ ଟ୍ରେନି” ଭାବେ ସମ୍ମାନିତ କରାଯାଇଥିଲା।

ଦକ୍ଷତା କେନ୍ଦ୍ରରେ ତାଲିମ ଦିଆଯାଉଥିବା ୬ଟି ବିଷୟକୁ ନେଇ ପ୍ରତ୍ୟେକ ଟ୍ରେଡର ପ୍ରଥମ ତିନୋଟି ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ସ୍ୱର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ମେଡାଲ ମଧ୍ୟ ପ୍ରଦାନ କରାଯାଇଥିଲା। ଏହିଭଳି ୧୮ ଜଣ ଛାତ୍ରଛାତ୍ରୀଙ୍କୁ ମଞ୍ଚରେ ସମ୍ମାନିତ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ରାଜ୍ୟ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଊଷା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ସଫଳ କ୍ୟାରିୟର ଗଢ଼ିବାନେଇ ପରାମର୍ଶ ଦେଇଥିଲେ।

“ଛାତ୍ରଛାତ୍ରୀମାନଙ୍କ ଜୀବନର ଲକ୍ଷ୍ୟ ସବୁବେଳେ ବଡ଼ ହେବା ଦରକାର । ଲକ୍ଷ୍ୟ ବଡ଼ ହେଲେ ହିଁ ଆମର ସ୍ୱପ୍ନ ପୂରଣ ହୋଇପାରିବ। କ୍ୟାରିୟର ଗଠନ ବେଳେ ଅନେକ ଆହ୍ୱାନ ଆସିଥାଏ। କିନ୍ତୁ ସେସବୁକୁ ସାମ୍ନା କରି ଆମକୁ ଆଗକୁ ଯିବାକୁ ହେବ। ନିଜର ଦକ୍ଷତା ଏବଂ ସାଧନା ସହ ଧୌର୍ଯ୍ୟ ଓ ନିଷ୍ଠା ଉପରେ ଜୋର୍ ଦେଲେ ଆମକୁ ସବୁ କାମରେ ନିଶ୍ଚୟ ସଫଳତା ମିଳିପାରିବ”, କହିଛନ୍ତି ଊଷା ପାଢ଼ୀ।

ଏହି ଅବସରରେ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ବିଦାୟୀ ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଓ ଶୁଭକାମନା ଜଣାଇଥିଲେ।

ଚଳିତ ବର୍ଷ କ୍ୟାମ୍ପସ ନିଯୁକ୍ତି କ୍ଷେତ୍ରରେ ବିଶ୍ୱ ଦକ୍ଷତା କେନ୍ଦ୍ର ଏକ ନୂଆ ଅନୁଭବ ହାସଲ କରିଛି । ବିଭିନ୍ନ ପ୍ରତିଷ୍ଠିତ ଜାତୀୟ ଏବଂ ଅନ୍ତର୍ଜାତୀୟ କମ୍ପାନି ଓଡ଼ିଶା ଆସି ଏହି କେନ୍ଦ୍ରରୁ ତାଲିମପ୍ରାପ୍ତ ଯୁବପିଢ଼ିକୁ ନିଯୁକ୍ତି ଲାଗି ଚୟନ କରିଛନ୍ତି। ଏହି ବ୍ୟାଚରେ ୯୦ ପ୍ରତିଶତ ଛାତ୍ରଛାତ୍ରୀ ବିଭିନ୍ନ କମ୍ପାନିରେ ନିଯୁକ୍ତି ସୁଯୋଗ ପାଇଥିବା ବେଳେ ତା’ ଭିତରେ ୨୫ ପ୍ରତିଶତ ଛାତ୍ରଛାତ୍ରୀଙ୍କୁ ଅନ୍ତର୍ଜାତୀୟ ସ୍ତରରେ ନିଯୁକ୍ତି ମିଳିଛି।

ଏହି ସଫଳତାକୁ ଆଧାରକରି ସମାବର୍ତ୍ତନ ଉତ୍ସବ ଅବସରରେ ପ୍ରମୁଖ ନିଯୁକ୍ତିଦାତାମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେମାନଙ୍କ ମଧ୍ୟରେ ଆର୍ସେଲର ମିତ୍ତଲ ଏବଂ ନିପନ୍ ଷ୍ଟିଲର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସୁରେଶ ଜି, ସିଏସଆର ମୁଖ୍ୟ ବିକାଶ ୟାଦବେନ୍ଦୁ ଏବଂ ବିବାନ୍ତା ହୋଟେଲ ଚେନର ସିଜିଏମ ଆଶୀର୍ବାଦ ପ୍ରହରାଜଙ୍କୁ ମଞ୍ଚରେ ସମ୍ମାନିତ କରାଯାଇଥିଲା।

ଏହି ଉତ୍ସବରେ ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରେଘୁ ଜି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭାଗର ଅତିରିକ୍ତ ସଚିବ ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଓଓ ପିନାକୀ ପଟ୍ଟନାୟକ ଉପସ୍ଥିତ ଥିଲେ।

ସେହିପରି ଏହି କାର୍ଯ୍ୟକ୍ରମରେ ବିଶ୍ୱ ଦକ୍ଷତା କେନ୍ଦ୍ରର ସ୍କୁଲ ଅଫ୍ ଇଞ୍ଜିନିୟରିଂ ବିଭାଗର ନିର୍ଦ୍ଦେଶକଙ୍କ ସହିତ ନିର୍ଦ୍ଦେଶକ (ଏକାଡେମୀ), ନିର୍ଦ୍ଦେଶକ (ପ୍ରଶାସନ) ଏବଂ ସ୍କୁଲ ଅଫ୍ ସର୍ଭିସେସର ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ।

କାର୍ଯ୍ୟକ୍ରମ ଆରମ୍ଭରେ ବିଶ୍ୱ ଦକ୍ଷତା କେନ୍ଦ୍ରର ଅଧ୍ୟକ୍ଷ ସଙ୍ଗରଣ ଗୋପାଳ ସ୍ୱାଗତ ଭାଷଣ ଦେଇଥିଲେ। ଶେଷରେ ଉପାଧ୍ୟକ୍ଷ ଡକ୍ଟର ଶୁଭଙ୍ଗ କିଶୋର ଦାସ ଧନ୍ୟବାଦ ପ୍ରଦାନ କରିଥିଲେ। ଏହି ଅବସରରେ କେନ୍ଦ୍ରର ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରକାର ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ।

ବିଶ୍ୱ ଦକ୍ଷତା କେନ୍ଦ୍ରର ୨୦୨୨-୨୩ ବ୍ୟାଚର ଛାତ୍ରଛାତ୍ରୀମାନେ ଅତ୍ୟାଧୁନିକ ତାଲିମ ନେଇ ବାହାରିଛନ୍ତି । ୨୦୨୩-୨୪ ତାଲିମ ବର୍ଷ ଲାଗି କେନ୍ଦ୍ରରେ ୨୨୦୦ ସିଟରେ ନାମଲେଖା ପାଇଁ ସୁଯୋଗ ସୃଷ୍ଟି କରାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ “ସ୍କିଲ୍ଡ ଇନ୍ ଓଡ଼ିଶା” ପରିକଳ୍ପନା ଏବଂ ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ଅଧୀନରେ ରାଜ୍ୟ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ବିଶ୍ୱ ଦକ୍ଷତା କେନ୍ଦ୍ର ସ୍ଥାପନ କରାଯାଇଛି। ଏହି ବିଶ୍ୱସ୍ତରୀୟ ତଥା ଶିଳ୍ପ-ଉପଯୋଗୀ ଅତ୍ୟାଧୁନିକ ତାଲିମ ଅନୁଷ୍ଠାନ ଦକ୍ଷତା ବିକାଶ କ୍ଷେତ୍ରରେ ଦେଶର ଏକ ଅନନ୍ୟ ଅନୁଷ୍ଠାନ ଭାବେ ପରିଚୟ ପାଇଛି।

ବିଶ୍ୱ ଦକ୍ଷତା କେନ୍ଦ୍ର ସମାବର୍ତ୍ତନ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.