Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନୀଷ ସିସୋଦିଆଙ୍କୁ ମିଳିଲାନି ସୁପ୍ରିମକୋର୍ଟଙ୍କଠାରୁ ଆଶ୍ଵସ୍ତି, ଅକ୍ଟୋବର ୪ରେ ହେବ ଜାମିନ ଶୁଣାଣି
ଆଜିର ଖବର

ମନୀଷ ସିସୋଦିଆଙ୍କୁ ମିଳିଲାନି ସୁପ୍ରିମକୋର୍ଟଙ୍କଠାରୁ ଆଶ୍ଵସ୍ତି, ଅକ୍ଟୋବର ୪ରେ ହେବ ଜାମିନ ଶୁଣାଣି

September 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ ଆଜି ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ଜାମିନ ଆବେଦନ ଉପରେ ଶୁଣାଣି ଅକ୍ଟୋବର ୪ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ଅବକାରୀ ଦୁର୍ନୀତି ମାମଲାରେ ଚଳିତ ବର୍ଷ ଫେବୃଆରୀରେ ସିସୋଦିଆଙ୍କୁ ଗିରଫ କରାଯାଇଥିଲା। ଶୁଣାଣି ସମୟରେ ଏହି ମାମଲା ସାମ୍ନାକୁ ଆସିବା ପରେ ଜଷ୍ଟିସ ସଞ୍ଜୀବ ଖାନ୍ନା ଏବଂ ଜଷ୍ଟିସ ଏସ.ଭି. ଭଟ୍ଟୀଙ୍କ ଖଣ୍ଡପୀଠ କହିଛନ୍ତି ଯେ ଶୁକ୍ରବାର କିମ୍ବା ଅନ୍ୟ କୌଣସି ଦିନ କୋର୍ଟ ଏହି ପିଟିସନର ଶୁଣାଣି କରିପାରିବେ।

ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ପକ୍ଷରୁ କୋର୍ଟରେ ହାଜର ହୋଇଥିବା ବରିଷ୍ଠ ଓକିଲ ଅଭିଷେକ ମନୁ ସିଂଭୀ ନିୟମିତ ଜାମିନ ଉପରେ ଯୁକ୍ତି କରିବାକୁ ୩ ରୁ ୪ ଘଣ୍ଟା ସମୟ ମାଗିଥିଲେ। ଏହି ଘଟଣାରେ ଗଣମାଧ୍ୟମରେ ପ୍ରକାଶିତ ଖବର ଉପରେ ସିଂଭି ମଧ୍ୟ ଆପତ୍ତି କରିଛନ୍ତି। ଏହା ଉପରେ ଜଷ୍ଟିସ ସଂଜୀବ ଖାନ୍ନାଙ୍କ ନେତୃତ୍ୱରେ ହୋଇଥିବା ଖଣ୍ଡପୀଠ କହିଛନ୍ତି ଯେ, କୋର୍ଟ ଏହି ରିପୋର୍ଟଗୁଡିକ ପ୍ରତି ଧ୍ୟାନ ଦେଉନାହାଁନ୍ତି। ତା’ପରେ ମାମଲା ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଥିଲା।

ପତ୍ନୀଙ୍କୁ ଭେଟିବା ପାଇଁ ଜାମିନ ମାଗିଥିଲେ:

ସିଂଭୀ କହିଛନ୍ତି ଯେ, ସେ ଅକ୍ଟୋବର ୪ ତାରିଖରେ ଏହି ମାମଲାର ଶୁଣାଣି ପାଇଁ ଖଣ୍ଡପୀଠକୁ ଅନୁରୋଧ କରିଥିଲେ। ସେ କହିଛନ୍ତି ଯେ, ଶୁଣାଣି ବହୁତ ସମୟ ନେଇପାରେ। କେନ୍ଦ୍ରୀୟ ଏଜେନ୍ସି ତରଫରୁ ଅତିରିକ୍ତ ସଲିସିଟର ଏସ୍ ରାଜୁ କୋର୍ଟରେ ହାଜର ହୋଇଥିଲେ। ମନୀଷ ସିସୋଦିଆ ତାଙ୍କ ଅସୁସ୍ଥ ପତ୍ନୀ ସୀମାଙ୍କୁ ଭେଟିବା ପାଇଁ ମାନବିକତା ଭିତ୍ତିରେ ଅନ୍ତରୀଣ ଜାମିନ ଆବେଦନ କରିଥିଲେ। କେତେକ ମେଡିକାଲ ରିପୋର୍ଟରେ ମଧ୍ୟ ସୀମାଙ୍କ ଅବସ୍ଥା ଖରାପ ହେବାର ବର୍ଣ୍ଣନା କରାଯାଇଛି।

ଜାମିନ ଶୁଣାଣି ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ସୁପ୍ରିମକୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.