Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କ ୭୩ ତମ ଜନ୍ମଦିନ: ରାଜ୍ୟର ବିଭିନ୍ନ ଦେବାଳୟମାନଙ୍କରେ ପୂଜାର୍ଚ୍ଚନା
ଆଜିର ଖବର

ପ୍ରଧାନମନ୍ତ୍ରୀଙ୍କ ୭୩ ତମ ଜନ୍ମଦିନ: ରାଜ୍ୟର ବିଭିନ୍ନ ଦେବାଳୟମାନଙ୍କରେ ପୂଜାର୍ଚ୍ଚନା

September 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ୨୦୧୪ ମସିହାରେ ଶାସନ ଭାରର ଯାତ୍ରା ଆରମ୍ଭ କରିବା ପରେ ଅବିଶ୍ରାନ୍ତ ଗତିରେ ଦିନରାତି କାମ କରିଚାଲିଛନ୍ତି। ତାଙ୍କର ପ୍ରୟାସ ଏବଂ କାର୍ଯ୍ୟ ନୂତନ ଭାରତ ସଂକଳ୍ପକୁ ବାସ୍ତବ ରୂପ ଦେବା ଦିଗରେ ଆଗେଇ ନେଉଛି। ଜଣେ ସାଂଗଠନିକ ବ୍ୟକ୍ତି, ଜଣେ ମୁଖ୍ୟମନ୍ତ୍ରୀ ଏବଂ ବର୍ତମାନ ପ୍ରଧାନମନ୍ତ୍ରୀ ଭାବେ ଦାୟୀତ୍ୱ ନିର୍ବାହ କରୁଥିବା ପ୍ରିୟ ମୋଦିଜୀ ସମାଜର ଅବହେଳିତ ଓ ଦୁର୍ବଳ ଶ୍ରେଣୀ ଲୋକଙ୍କ ଉତ୍‌ଥାନ ତଥା ଦଳିତ, ଆଦିବାସୀ ଓ ମହିଳାମାନଙ୍କ ପାଇଁ ଅନେକ ଜନକଲ୍ୟାଣ ଯୋଜନାର ସଫଳ କାର୍ଯ୍ୟନ୍ୱୟନ କରିଛନ୍ତି। ଜନଭାଗିଦାରୀକୁ ଆଧାର କରି ପ୍ରଧାନମନ୍ତ୍ରୀ ମୋଦିଜୀ ଆଜି ଦେଶ ପାଇଁ ଅନେକ ଅକଳ୍ପନୀୟ ସକାରାତ୍ମକ ପରିଣାମ ହାସଲ କରି ଭାରତବର୍ଷର ମାନ ଓ ସମ୍ମାନ ବିଶ୍ୱ ଦରବାରରେ ବୃଦ୍ଧି କରିବାରେ ସଫଳ ହୋଇଛନ୍ତି।

ଆଜି ସେହି ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୩ତମ ଜନ୍ମଦିନ। ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ରାଜ୍ୟର କୋଣ ଅନୁକୋଣରେ ବିଜେପି କାର୍ଯ୍ୟକର୍ତାମାନେ ମାନନୀୟ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇ ବିଭିନ୍ନ ମନ୍ଦିର ଓ ଦେବାଳୟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ତାଙ୍କର ନିରାମୟ ଓ ଦୀର୍ଘଜୀବନ କାମନା କରିଛନ୍ତି।

ଭୁବନେଶ୍ୱରରେ ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡ.ଐଶ୍ୱର୍ଯ୍ୟା ବିଶ୍ୱାଳଙ୍କ ନେତୃତ୍ୱରେ ମହିଳା ମୋର୍ଚ୍ଚାର କାର୍ଯ୍ୟକର୍ତାମାନେ ରାମମନ୍ଦିରଠାରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ନିରାମୟ ଓ ଦୀର୍ଘଜୀବନ କାମନା କରି ପୂଜାର୍ଚ୍ଚନା କରିଛନ୍ତି। ସେହିପରି ପୁରୀଠାରେ ରାଷ୍ଟ୍ରୀୟ ମୁଖପାତ୍ର ଡା.ସମ୍ବିତ ପାତ୍ର, ବିଧାୟକ ଜୟନ୍ତ ଷଡଙ୍ଗୀ ଓ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ଜିଲ୍ଲା ସଭାପତି ଆଶ୍ରୀତ ପଟ୍ଟନାୟକ ପ୍ରମୁଖଙ୍କ ସମେତ ବହୁ କାର୍ଯ୍ୟକର୍ତା ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ପ୍ରଧାନମନ୍ତ୍ରୀ ମୋଦିଜୀଙ୍କ ନିରାମୟ ଓ ଦୀର୍ଘଜୀବନ କାମନା କରିଛନ୍ତି।

ଜନ୍ମଦିନ ନରେନ୍ଦ୍ର ମୋଦି ପୂଜାର୍ଚ୍ଚନା
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.