Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମେରୀ ମାଟି ମେରା ଦେଶ ଅଭିଯାନ: ଖୋର୍ଦ୍ଧା, ବାଲେଶ୍ୱର ଓ ଜଗତସିଂହପୁରରେ ଅମୃତ କଳସ ଯାତ୍ରା ଅନୁଷ୍ଠିତ
ଆଜିର ଖବର

ମେରୀ ମାଟି ମେରା ଦେଶ ଅଭିଯାନ: ଖୋର୍ଦ୍ଧା, ବାଲେଶ୍ୱର ଓ ଜଗତସିଂହପୁରରେ ଅମୃତ କଳସ ଯାତ୍ରା ଅନୁଷ୍ଠିତ

September 21, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଦେଶବାସୀଙ୍କ ମନରେ ଦେଶପ୍ରେମର ଭାବନା ଜାଗ୍ରତ କରିବା ଏବଂ ଦେଶ ପାଇଁ ପ୍ରାଣବଳୀ ଦେଇଥିବା ବୀରମାନଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ମେରୀ ମାଟି ମେରା ଦେଶ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ସଫଳତାପୂର୍ବକ ଗତ ଅଗଷ୍ଟ ୧୫ ତାରିଖରେ ଶେଷ ହେବା ପରେ ଏବେ ଦ୍ୱିତୀୟ ପର୍ଯ୍ୟାୟ ପ୍ରବଳ ଉତ୍ସାହ ଓ ଉଦ୍ଦୀପନାର ସହ ଦେଶବ୍ୟାପୀ ଜାରି ରହିଛି। ଦ୍ୱିତୀୟ ପର୍ଯ୍ୟାୟରେ ବୀରମାନଙ୍କୁ ପ୍ରଣାମ ସହ ସେମାନଙ୍କ ଜନ୍ମସ୍ଥାନରୁ କଳସରେ ମାଟି ସଂଗ୍ରହ କରାଯାଇ ଅମୃତ କଳସ ଯାତ୍ରାମାନ ଆୟୋଜନ କରାଯାଉଛି।

ଗୁରୁବାର ଖୋର୍ଦ୍ଧା ଜିଲ୍ଲା ତରତୁଆ ଗ୍ରାମରେ ଆଇଟିବିପି ୪୧ ବାଟାଲିୟନ ଓ ନେହରୁ ଯୁବ କେନ୍ଦ୍ର ସଂଗଠନ ପକ୍ଷରୁ ବୀରଙ୍କୁ ସମ୍ମାନ ଓ ଅମୃତ କଳସରେ ମାଟି ସଂଗ୍ରହ ସହିତ ଅମୃତ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବହୁସଂଖ୍ୟାରେ ନେହରୁ ଯୁବ କେନ୍ଦ୍ର ସ୍ଵେଚ୍ଛାସେବୀ ଓ ଆଇ ଟି ବି ପି ଯବାନ ଭାଗ ନେଇଥିଲେ।

ଅନୁରୂପ ଭାବେ ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକରେ ମେରୀ ମାଟି ମେରା ଦେଶ କାର୍ଯ୍ୟକ୍ରମ ଅନ୍ତର୍ଗତ ଅମୃତ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ଅନ୍ତର୍ଗତ ବୀରଙ୍କ ଜନ୍ମମାଟିରୁ ଅମୃତ କଳସରେ ମାଟି ସଂଗ୍ରହ କରାଯାଇଛି।

ଅନ୍ୟପଟେ ବାଲେଶ୍ୱର ଜିଲ୍ଲା ସୋର ବ୍ଲକର ବିଭିନ୍ନ ଗ୍ରାମରେ ଜନସାଧାରଣ ଦେଶପ୍ରେମର ଭାବନା ନେଇ ଅମୃତ କଳସ ଯାତ୍ରାରେ ସାମିଲ ହୋଇଛନ୍ତି। ମେରୀ ମାଟି ମେରା ଦେଶ ଅଭିଯାନ ଅଧୀନରେ ସୋର ବ୍ଲକର ବିଭିନ୍ନ ଗ୍ରାମରୁ ଅମୃତ କଳସରେ ମୃତ୍ତିକା ଏବଂ ଶସ୍ୟ ସଂଗ୍ରହ କରାଯାଇଛି। ଏଥିରେ ସମାଜର ବିଭିନ୍ନ ବର୍ଗର ଲୋକମାନେ ଭାଗ ନେଇଥିବା ଦେଖିବାକୁ ମିଳିଥିଲା।

ସୂଚନାଯୋଗ୍ୟ ଯେ, ସର୍ବଭାରତୀୟ ପ୍ରସାର କାର୍ଯ୍ୟକ୍ରମ ଆକାରରେ ଦେଶର ପ୍ରତ୍ୟେକ ଘରେ ଏହି ଅଭିଯାନକୁ ପହଞ୍ଚାଇବା ଲାଗି ଲକ୍ଷ୍ୟ ରଖାଯାଇଛି। ଭାରତର ଗ୍ରାମୀଣ କ୍ଷେତ୍ରରେ ୬ ଲକ୍ଷରୁ ଅଧିକ ଗାଁ ଏବଂ ଅନ୍ୟ ସହରାଞ୍ଚଳରୁ ମାଟି ଓ ଚାଉଳ ଏକାଠି କରାଯାଉଛି। ଗ୍ରାମୀଣ କ୍ଷେତ୍ରରେ ଏହାକୁ ବ୍ଲକ୍‌ ସ୍ତରରେ ଏକାଠି କରାଯାଉଛି ଏବଂ ରାଜ୍ୟ ରାଜଧାନୀ ଦେଇ ଦିଲ୍ଲୀକୁ ଆଣିବା ପାଇଁ ପ୍ରସ୍ତୁତି କରାଯାଉଛି। ଅକ୍ଟୋବର ଶେଷ ସୁଦ୍ଧା ଅନ୍ତିମ କାର୍ଯ୍ୟକ୍ରମ ପାଇଁ ୮୫୦୦ରୁ ଅଧିକ କଳସ ଦିଲ୍ଲୀରେ ପହଞ୍ଚିବ ବୋଲି ଆଶା କରାଯାଉଛି। ଭାରତର କୋଣଅନୁକୋଣରୁ ଏକତ୍ରିତ କରାଯାଇଥିବା ମାଟିକୁ ଅମୃତ ବାଟିକା ଏବଂ ଅମୃତ ସ୍ମାରକରେ ରଖାଯିବ ଯାହାକି ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରାଯିବାର ଐତିହ୍ୟ ବହନ କରିବ।

ଅମୃତ କଳସ ଯାତ୍ରା ଖୋର୍ଦ୍ଧା ଜଗତସିଂହପୁର ଦେଶପ୍ରେମର ଭାବନା ବାଲେଶ୍ୱର ମେରୀ ମାଟି ମେରା ଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

“ମୁଁ ଆଉ ଅଧିକ କାମ କରିପାରିବି ନାହିଁ…”: ନୀତିନ ଗଡକରୀଙ୍କ ବଡ଼ ବୟାନ

August 25, 2026

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026
Latest News

“ମୁଁ ଆଉ ଅଧିକ କାମ କରିପାରିବି ନାହିଁ…”: ନୀତିନ ଗଡକରୀଙ୍କ ବଡ଼ ବୟାନ

August 25, 2026

ଜେଲ ଯିବେ ତରୁଣ ତେଜପାଲ: ଝଟକା ଦେଲେ ସୁପ୍ରିମକୋର୍ଟ

August 25, 2026

ସଙ୍କଟ ସମୟରେ ଭାରତକୁ ସବୁକିଛି ଯୋଗାଇବ ରୁଷ: ପୁଟିନ ଦେଲେ ବଡ଼ ପ୍ରତିଶ୍ରୁତି

August 25, 2026

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.