Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବକ୍ସ ଅଫିସ୍‌ରେ କମାଲ୍‌ କରୁଛି ସଲ୍ଲୁଙ୍କ ‘ଭାରତ’
ଆଜିର ଖବର

ବକ୍ସ ଅଫିସ୍‌ରେ କମାଲ୍‌ କରୁଛି ସଲ୍ଲୁଙ୍କ ‘ଭାରତ’

June 6, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଇଦ୍‌ ଅବସରରେ ମୁକ୍ତିଲାଭ କରିଛି ସଲମାନ୍‌- କ୍ୟାଟ୍ରିନା ଷ୍ଟାରର୍‌ ‘ଭାରତ’। ଭାଇଜାନ୍‌ଙ୍କ ଫିଲ୍ମକୁ ନେଇ ବଲିଉଡ୍‌ରେ ଗୋଟେ ଅଲଗା ପ୍ରକାରର କ୍ରେଜ୍‌ ରହିଥାଏ। ଏହି ଫିଲ୍ମରେ ସଲମାନ୍‌ଙ୍କୁ ଭିନ୍ନ ଭିନ୍ନ ଲୁକ୍‌ରେ ଦେଖିବାକୁ ମିଳିଥିବାବେଳେ କ୍ୟାଟ୍ରିନାଙ୍କ ଦେଶୀ ଅନ୍ଦାଜ୍‌ ଦର୍ଶକଙ୍କୁ ବେଶ୍‌ ଆକୃଷ୍ଟ କରିଛି। ସଲ୍ଲୁ-କ୍ୟାଟ୍‌ଙ୍କ ବ୍ୟତୀତ ଦିଶା ପଟ୍ଟାନୀ, ସୁନୀଲ ଗ୍ରୋଭର୍‌, ତବୁ, ଜ୍ୟାକିଶ୍ରଫ୍ ପ୍ରମୁଖଙ୍କ ଅଭିନୟ ମଧ୍ୟ ବେଶ୍‌ ଭଲ ରହିଛି। ଫିଲ୍ମଟି ପ୍ରଥମ ଦିନରେ ୪୦ କୋଟିରୁ ଉର୍ଦ୍ଧ୍ବ ଆୟ କରିଥିବାବେଳେ ଫିଲ୍ମକୁ ନେଇ ଫିଲ୍ମ ସମୀକ୍ଷକଙ୍କ ରିଭ୍ୟୁ ମଧ୍ୟ ବେଶ୍‌ ଭଲ ରହିଛି। ଏହି ଫିଲ୍ମର ନିର୍ଦ୍ଦେଶନା ଭାର ଗ୍ରହଣ କରିଛନ୍ତି ଅଲ୍ଲୀ ଆବାସ ଜାଫର୍‌। ଅଲ୍ଲୀ ଓ ସଲ୍ଲମାନ୍‌ଙ୍କ ଏହା ତୃତୀୟ ଫିଲ୍ମ ହୋଇଥିବାବେଳେ ଅନ୍ୟ ଦୁଇଗୋଟି ଫିଲ୍ମ ‘ସୁଲତାନ୍‌’ ଓ ‘ଟାଇଗର୍‌ ଜିନ୍ଦା ହୈ’କୁ ବକ୍ସ ଅଫିସର ଅପୂର୍ବ ସଫଳତା ମିଳିଥିବାବେଳେ ‘ଭାରତ’ର ଦୁଇଦିନର ପ୍ରଦର୍ଶନ ବେଶ୍‌ ଭଲ ରହିଛି। ତେବେ ପ୍ରଥମ ଦିନର ଓପନିଂକୁ ନେଇ ସଲମାନ୍‌ ତାଙ୍କ ନିଜ ଫ୍ୟାନ୍‌ମାନଙ୍କୁ ଧନ୍ୟବାଦ ଜଣାଇ ଏକ ଟୁଇଟ୍‌ କରିଛନ୍ତି। ତେବେ ଦେଖାଯାଉ ଆଗାମୀ ଦିନରେ ‘ଭାରତ’ ବକ୍ସ ଅଫିସ୍‌ରେ କେତେ ବ୍ୟବସାୟ କରୁଛି।

bharat movie salmankhan thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଟି ବିଏଚୟୁ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ ସୋଆ ଛାତ୍ରଛାତ୍ରୀଙ୍କ ବାଜିମାତ୍‌

October 16, 2026

ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରଠାରେ ରାଜ୍ୟସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ୨୦୨୬ ଆୟୋଜିତ

October 16, 2026

ଏସୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିଥିବା ଭାରତୀୟ ଖେଳାଳିଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

October 16, 2026

ନକ୍ସଲମୁକ୍ତ ଭାରତ ପରେ ପୀଡ଼ିତଙ୍କ କ୍ଷତ ଉପଶମ ଓ ସମ୍ମାନଜନକ ଜୀବନ ସୁନିଶ୍ଚିତ କରିବା ଲକ୍ଷ୍ୟ

October 16, 2026
Latest News

ଆଇଆଇଟି ବିଏଚୟୁ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତାରେ ସୋଆ ଛାତ୍ରଛାତ୍ରୀଙ୍କ ବାଜିମାତ୍‌

October 16, 2026

ଭାରତ-ଆମେରିକା ଦ୍ୱିପାକ୍ଷିକ ବାଣିଜ୍ୟ ଚୁକ୍ତି: ପ୍ରଥମ ପର୍ଯ୍ୟାୟ ଆଲୋଚନା ଶେଷ

October 16, 2026

ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରଠାରେ ରାଜ୍ୟସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ୨୦୨୬ ଆୟୋଜିତ

October 16, 2026

ଚଳିତ ବର୍ଷ ରାବଣ ସାଙ୍ଗକୁ ଜଳିବ ୩୦ ଫୁଟର ‘କକ୍ରୋଚ୍’

October 16, 2026

ଏସୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିଥିବା ଭାରତୀୟ ଖେଳାଳିଙ୍କ ସହ ମତବିନିମୟ କଲେ ପ୍ରଧାନମନ୍ତ୍ରୀ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.