ଓଡିଶାରେ ଗଡିବ ଆଉ ଏକ ବନ୍ଦେ ଭାରତ ଏକ୍ସପ୍ରେସ, ଆସନ୍ତାକାଲି ପ୍ରଧାନମନ୍ତ୍ରୀ କରିବେ ଶୁଭାରମ୍ଭ

Published: Sep 23, 2023, 7:00 pm IST

ନୂଆଦିଲ୍ଲୀ: ଆସନ୍ତାକାଲି ରାଉରକେଲା-ଭୁବନେଶ୍ୱର- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ୍ ଶୁଭାରମ୍ଭ ହେବ। ଏହାକୁ ଅପରାହ୍ନ ସାଢେ ୧୨ଟାରେ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏ ନେଇ ପୂର୍ବତଟ ରେଳ ବିଭାଗ ତରଫରୁ ପ୍ରସ୍ତୁତି କରାଯାଇଛି।

ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଷୀଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଭୁବନେଶ୍ବରରୁ ଯୋଗଦେବେ। ଭୁବନେଶ୍ବର ରେଳ ଷ୍ଟେସନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ଅପରାଜିତା ଷଡଙ୍ଗୀ ଏବଂ ବିଧାୟକମାନେ ଉପସ୍ଥିତ ରହିବେ।

ସେହିପରି ପୁରୀ, କଟକ, ତାଳଚେର ରୋଡ, ଅନୁଗୁଳ, ରେଢାଖୋଲ,ସମ୍ବଲପୁର ସିଟି, ଝାରସୁଗୁଡା ଏବଂ ରାଉରକେଲା ଷ୍ଟେସନରେ ମଧ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ସେଠାରେ ସ୍ଥାନୀୟ ବିଧାୟକ ଏବଂ ସାଂସଦମାନେ ଉପସ୍ଥିତ ରହିବେ।

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ୧୧ଟି ରାଜ୍ୟ ପାଇଁ ୯ଟି ବନ୍ଦେ ଭାରତ ଏକ୍ପପ୍ରେସ ଟ୍ରେନର ଶୁଭାରମ୍ଭ କରିବେ। ସେହି ରାଜ୍ୟଗୁଡିକ ହେଲା ହେଲା ରାଜସ୍ଥାନ, ତାମିଲନାଡୁ, ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ, କର୍ଣ୍ଣାଟକ, ବିହାର, ପଶ୍ଚିମବଙ୍ଗ, କେରଳ, ଓଡ଼ିଶା, ଝାଡ଼ଖଣ୍ଡ ଓ ଗୁଜରାଟ ଭଳି ରେ ଯୋଗାଯୋଗ ବୃଦ୍ଧି କରିବ।

Related posts