Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଆଜି ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

September 24, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବନ୍ଦେ ଭାରତ
ଦୁଇଟି ବନ୍ଦେ ଭାରତ ଟ୍ରେନ୍ ବନ୍ଦ କଲା ରେଳବାଇ: ଜାଣନ୍ତୁ ରୁଟ ଏବଂ କାରଣ

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ଆଜି ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଓଡ଼ିଶାବାସୀଙ୍କ ପାଇଁ ପୁରୀ-ରାଉରକେଲା ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ପତାକା ଦେଖାଇ ଶୁଭାରମ୍ଭ କରିବେ।

ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ଧର୍ମେନ୍ଦ୍ର ପ୍ରଧାନ ଏବଂ ଉଦ୍ୟମଶୀଳତା ମନ୍ତ୍ରୀ ଅନ୍ୟ ସାଂସଦ ତଥା ବିଧାୟକଙ୍କ ସହ ଭୁବନେଶ୍ୱର ଠାରେ ଉପସ୍ଥିତ ରହି ଏହି କାର୍ଯ୍ୟକୁ ଅନୁଗୃହୀତ୍ତ କରିବେ।

ଏହି ଦ୍ୱିତୀୟ ବନ୍ଦେ ଭାରତ ଏକ୍ସପ୍ରେସ ପୁରୀର ପବିତ୍ର ସହର ପ୍ରଭୁ ଜଗନ୍ନାଥଙ୍କ ବାସସ୍ଥାନକୁ ଇସ୍ପାତ ନଗରୀ ରାଉରକେଲା (ଓଡ଼ିଶାର ଇଣ୍ଡଷ୍ଟ୍ରିଆଲ୍ ରାଜଧାନୀ) ସହିତ ସଂଯୋଗ କରିବ ଏବଂ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର, ଅନଗୁଳ ଠାରେ ଥିବା ଇଣ୍ଡଷ୍ଟ୍ରିଆଲ୍ ଏରିଆ ଏବଂ ଝାରସୁଗୁଡା ସହିତ ସଂଯୋଗ କରିବ। ଏହି ପ୍ରିମିୟମ୍ ସେବା ପୁରୀ-ରାଉରକେଲା ମଧ୍ୟରେ ଦ୍ରୁତତମ ରେଳ ସଂଯୋଗ ପ୍ରଦାନ କରିବ ଏବଂ ଶନିବାର ବ୍ୟତୀତ ସପ୍ତାହରେ ଛଅ ଦିନ ଚାଲିବ।

ଏହି ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ ରାଉରକେଲା ପର୍ଯ୍ୟନ୍ତ 7 ଘଣ୍ଟା 45 ମିନିଟରେ 505 କିଲୋମିଟର ଦୂରତା ଅତିକ୍ରମ କରିବ। ଟ୍ରେନ୍ ସଂଖ୍ୟା 20836 ପୁରୀ- ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ପୁରୀରୁ 05.00 ଘଣ୍ଟାରେ ଯାତ୍ରା ଆରମ୍ଭ କରିବ ଏବଂ ସେହି ଦିନ 12: 45 ରେ ରାଉରକେଲାରେ ପହଞ୍ଚିବ। ପ୍ରତ୍ୟାବର୍ତ୍ତନ ଦିଗରେ, 20835 ରାଉରକେଲା- ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ 14:10 ଘଣ୍ଟାରେ ରାଉରକେଲା ଛାଡି ସେହି ଦିନ 21.40 ଘଣ୍ଟାରେ ପୁରୀରେ ପହଞ୍ଚିବ। ଏହି ଟ୍ରେନଟି ଖୋର୍ଦ୍ଧା ରୋଡ, ଭୁବନେଶ୍ୱର, କଟକ, ଢ଼େଙ୍କାନାଳ, ତାଳଚେର ରୋଡ, ଅନଗୁଳ, ରେଢ଼ାଖୋଲ, ସମ୍ବଲପୁର ସହର ଏବଂ ଝାରସୁଗୁଡା ଷ୍ଟେସନ ମାନଙ୍କରେ ରହିବ।

ଏହି ବନ୍ଦେ ଭାରତ ସେବା ପୁରୀ-ରାଉରକେଲା ମଧ୍ୟରେ ଚାଲୁଥିବା ଅନ୍ୟାନ ଟ୍ରେନ ମାନଙ୍କ ତୁଳନାରେ ହାରାହାରି ଯାତ୍ରା ସମୟକୁ ଯଥେଷ୍ଟ ହ୍ରାସ କରିବ। ପୁରୀ-ଯୋଗ ନାଗରୀ ଋଷିକେଶ ଏକ୍ସପ୍ରେସ 11.50 ଘଣ୍ଟା ନେଇଥାଏ ଏବଂ ପୁରୀ-ହାଟିଆ ତପସ୍ୱିନି ଏକ୍ସପ୍ରେସ 10.25 ଘଣ୍ଟା ନେଇଥାଏ ଯାହାକି ଏହି ମାର୍ଗରେ ଦ୍ରୁତତମ ଟ୍ରେନ୍ ଅଟେ।

ଏହି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନରେ ଯାତ୍ରୀମାନଙ୍କ ଆରାମ ପାଇଁ ଅଧିକ ଉନ୍ନତ ତଥା ଆରାମଦାୟକ ସୁବିଧା ଵିଶେଶ୍ୱତଃ ରହିଛି। ଯାତ୍ରୀମାନଙ୍କଠାରୁ ନିଆଯାଇଥିବା ମତାମତକୁ ଆଧାର କରି ଏହି ଵିଶେଶ୍ୱତଃ ଗୁଡିକ ନୂତନ ଭାବରେ ଏହି ଟ୍ରେନରେ ପ୍ରାବଧାନ କରାଯାଇଛି।

ଏହା ଉପକୂଳ, ମଧ୍ୟ ଏବଂ ପଶ୍ଚିମ ଓଡିଶାର ଜିଲ୍ଲା ଗୁଡିକୁ ସଂଯୋଗ କରିବା ସହ ଉପକୂଳ ଏବଂ ପଶ୍ଚିମ ଓଡିଶା ଅଞ୍ଚଳର ଲୋକଙ୍କ ବିଳାସପୂର୍ଣ୍ଣ, ଆରାମଦାୟକ, ସୁଗମ, ନିରାପଦ ଟ୍ରେନ୍ ଯାତ୍ରା କରିବାର ସ୍ୱପ୍ନକୁ ପୂରଣ କରିବ। ଏହି ଟ୍ରେନ୍ ପୁରୀ ଏବଂ ରାଉରକେଲା ମଧ୍ୟରେ ଯାତ୍ରା ସମୟ ହ୍ରାସ କରିବାସହ ତୀର୍ଥଯାତ୍ରୀ, ବ୍ୟବସାୟୀ, ଛାତ୍ର ଏବଂ ପର୍ଯ୍ୟଟକଙ୍କୁ ବହୁଳ ଭାବରେ ଉପକୃତ କରିବ।

ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ ଭିଡିଓ କନଫରେନ୍ସିଂ ଭୁବନେଶ୍ୱର ରେଳ ଷ୍ଟେସନ
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026
Latest News

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.