Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମେରୀ ମାଟି ମେରା ଦେଶ ଅଭିଯାନ: ପୁରୀ, ନୟାଗଡ଼, ଜଗତସିଂହପୁର ଓ ମୟୂରଭଞ୍ଜରେ ଅମୃତ କଳସ ଯାତ୍ରା ଅନୁଷ୍ଠିତ
ଆଜିର ଖବର

ମେରୀ ମାଟି ମେରା ଦେଶ ଅଭିଯାନ: ପୁରୀ, ନୟାଗଡ଼, ଜଗତସିଂହପୁର ଓ ମୟୂରଭଞ୍ଜରେ ଅମୃତ କଳସ ଯାତ୍ରା ଅନୁଷ୍ଠିତ

September 24, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଦେଶବାସୀଙ୍କ ମନରେ ଦେଶପ୍ରେମର ଭାବନା ଜାଗ୍ରତ କରିବା ଏବଂ ଦେଶ ପାଇଁ ପ୍ରାଣବଳୀ ଦେଇଥିବା ବୀରମାନଙ୍କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ମେରୀ ମାଟି ମେରା ଦେଶ କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ସଫଳତାପୂର୍ବକ ଗତ ଅଗଷ୍ଟ ୧୫ ତାରିଖରେ ଶେଷ ହେବା ପରେ ଏବେ ଦ୍ୱିତୀୟ ପର୍ଯ୍ୟାୟ ପ୍ରବଳ ଉତ୍ସାହ ଓ ଉଦ୍ଦୀପନାର ସହ ଦେଶବ୍ୟାପୀ ଜାରି ରହିଛି। ଦ୍ୱିତୀୟ ପର୍ଯ୍ୟାୟରେ ବୀରମାନଙ୍କୁ ପ୍ରଣାମ ସହ ସେମାନଙ୍କ ଜନ୍ମସ୍ଥାନରୁ କଳସରେ ମାଟି ସଂଗ୍ରହ କରାଯାଇ ଅମୃତ କଳସ ଯାତ୍ରାମାନ ଆୟୋଜନ କରାଯାଉଛି।

ଏହି କ୍ରମରେ ମୟୂରଭଞ୍ଜ ଜିଲ୍ଲା ବେତଟନୀ ବ୍ଲକ୍‌ ବଡ଼ାଲିଗାଁ ମୁଷାଗଡ଼ିଆ ଠାରେ ମେରୀ ମାଟି ଓ ମେରା ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବଡ଼ସାହି ବିଧାୟକ ସନାତନ ବିଜୁଳିଙ୍କ ନେତୃତ୍ୱରେ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା।

ଅନ୍ୟପଟେ ପୁରୀ ଜିଲ୍ଲା ବ୍ରହ୍ମଗିରି ଠାରେ ନେହରୁ ଯୁବା କେନ୍ଦ୍ର ପକ୍ଷରୁ ଅମୃତ କଳସ ଯାତ୍ରା ଆୟୋଜିତ ହୋଇଯାଇଛି। ଏଥିରେ ଭାରତୀୟ ପର୍ଯ୍ୟଟନ ନିଗମ ଅଧ୍ୟକ୍ଷ ଡକ୍ଟର ସମ୍ବିତ ପାତ୍ର, ଉପାସନା ମହାପାତ୍ର ପ୍ରମୁଖ ନେତୃତ୍ୱ ନେଇଥିଲେ।

ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ୍‌ ବଳଭଦ୍ରପୁର ଗ୍ରାମପଞ୍ଚାୟତ ଅନ୍ତର୍ଗତ ଗଡ଼ବାଣିକିଲୋ ଠାରେ ବାବା କମଳେଶ୍ୱର ଯୁବକ ସଂଘ ପକ୍ଷରୁ ମେରୀ ମାଟି ମେରା ଦେଶ କାର୍ଯ୍ୟକ୍ରମ ଅନ୍ତର୍ଗତ ଅମୃତ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସେହିପରି ଜିଲ୍ଲାର ଗଣିଆ ବ୍ଲକ ରସଙ୍ଗା ପଞ୍ଚାୟତର ମା’ ବଡ଼ରାଉରା ଯୁବ କ୍ଲକ୍ ଆନୁକୂଲ୍ୟରେ ଅମୃତ କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି।

ସେହିପରି ଜଗତସିଂହପୁର ଜିଲ୍ଲା ନୂଆଗାଁ ବ୍ଲକ ଶିଖର ଗ୍ରାମପଞ୍ଚାୟତରେ ଅମୃତ କଳସ ଯାତ୍ରା ଓ ସହୀଦଙ୍କ ଜନ୍ମମାଟିରୁ ମୃତ୍ତିକା ଓ ଶସ୍ୟ ସଂଗ୍ରହ କରାଯାଇଛି । ଜିଲ୍ଲାର ଅନ୍ୟ ଗ୍ରାମରେ ମଧ୍ୟ ମେରୀ ମାଟି ଓ ମେରା ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ସୂଚନାଯୋଗ୍ୟ ଯେ, ସର୍ବଭାରତୀୟ ପ୍ରସାର କାର୍ଯ୍ୟକ୍ରମ ଆକାରରେ ଦେଶର ପ୍ରତ୍ୟେକ ଘରେ ଏହି ଅଭିଯାନକୁ ପହଞ୍ଚାଇବା ଲାଗି ଲକ୍ଷ୍ୟ ରଖାଯାଇଛି। ଭାରତର ଗ୍ରାମୀଣ କ୍ଷେତ୍ରରେ ୬ ଲକ୍ଷରୁ ଅଧିକ ଗାଁ ଏବଂ ଅନ୍ୟ ସହରାଞ୍ଚଳରୁ ମାଟି ଓ ଚାଉଳ ଏକାଠି କରାଯାଉଛି। ଗ୍ରାମୀଣ କ୍ଷେତ୍ରରେ ଏହାକୁ ବ୍ଲକ୍‌ ସ୍ତରରେ ଏକାଠି କରାଯାଉଛି ଏବଂ ରାଜ୍ୟ ରାଜଧାନୀ ଦେଇ ଦିଲ୍ଲୀକୁ ଆଣିବା ପାଇଁ ପ୍ରସ୍ତୁତି କରାଯାଉଛି। ଅକ୍ଟୋବର ଶେଷ ସୁଦ୍ଧା ଅନ୍ତିମ କାର୍ଯ୍ୟକ୍ରମ ପାଇଁ ୮୫୦୦ରୁ ଅଧିକ କଳସ ଦିଲ୍ଲୀରେ ପହଞ୍ଚିବ ବୋଲି ଆଶା କରାଯାଉଛି। ଭାରତର କୋଣଅନୁକୋଣରୁ ଏକତ୍ରିତ କରାଯାଇଥିବା ମାଟିକୁ ଅମୃତ ବାଟିକା ଏବଂ ଅମୃତ ସ୍ମାରକରେ ରଖାଯିବ ଯାହାକି ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ କରାଯିବାର ଐତିହ୍ୟ ବହନ କରିବ।

ଅମୃତ କଳସ ଯାତ୍ରା ଜଗତସିଂହପୁର ନୟାଗଡ ଭାରତ ସରକାର ମୟୂରଭଞ୍ଜ ମେରୀ ମାଟି ମେରା ଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Latest News

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026

ଭାରତ ସହିତ ସ୍ଥଳ ସୀମା ଲାଗିଥିବା ଦେଶଗୁଡ଼ିକରୁ ନିବେଶ ଉପରେ ମାର୍ଗଦର୍ଶିକାରେ ପରିବର୍ତ୍ତନକୁ ଅନୁମୋଦନ

March 10, 2026

ଏହି ତାରିଖରେ ପ୍ରକାଶ ପାଇବ ୨୦୨୬ ଆଇପିଏଲ କାର୍ଯ୍ୟସୂଚୀ: BCCI ରୁ ମିଳିଲା ଅପଡେଟ୍

March 10, 2026

ପ୍ରମୁଖ କୃଷି ଫସଲ ଉତ୍ପାଦନର ଦ୍ୱିତୀୟ ଅଗ୍ରୀମ ଆକଳନ ପ୍ରକାଶ କଲା କୃଷି ମନ୍ତ୍ରଣାଳୟ

March 10, 2026

ପିଆଇବି ଏଡିଜିଙ୍କ ଆକାଶବାଣୀ ପୁରୀ କେନ୍ଦ୍ର ଗସ୍ତ

March 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.