Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମ୍ ହସ୍ପିଟାଲ୍‌ରେ ସମ୍ପୂର୍ଣ୍ଣ ସ୍ୱୟଂଚାଳିତ ରୋବୋଟ ମାଧ୍ୟମରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର
ଆଜିର ଖବର

ସମ୍ ହସ୍ପିଟାଲ୍‌ରେ ସମ୍ପୂର୍ଣ୍ଣ ସ୍ୱୟଂଚାଳିତ ରୋବୋଟ ମାଧ୍ୟମରେ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର

September 24, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ସ୍ୱୟଂଚାଳିତ ରୋବୋଟ ମାଧ୍ୟମରେ ସଂପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର ଆରମ୍ଭ ହୋଇଛି।

ଏହି ରୋବୋଟ ଦ୍ୱାରା ନିର୍ଭୁଲ ଭାବେ ଅସ୍ତ୍ରୋପଚାର ହୋଇପାରୁଛି ଏବଂ ଗତ ୬ ସପ୍ତାହ ମଧ୍ୟରେ ହସ୍ପିଟାଲ୍‌ରେ ଏଭଳି ୪୦ ଟି ଅସ୍ତ୍ରୋପଚାର ହୋଇ ସାରିଛି ବୋଲି ଏହାର ଅସ୍ଥିଶଲ୍ୟ ବିଭାଗର ମୁଖ୍ୟ ପ୍ରଫେସର (ଡଃ) ଅନିରୁଦ୍ଧ ଦାଶ କହିଛନ୍ତି।

ଏହି ସ୍ୱୟଂଚାଳିତ ଆକ୍ଟିଭ୍ କ୍ୟୁଭିସ୍ ରୋବୋଟିକ ସିଷ୍ଟମ୍‌ର ଶୁଭାରମ୍ଭ ଶୁକ୍ରବାର ହୋଇଥିଲା। ଏହି ଅବସରରେ ଡକ୍ଟର ଦାଶ କହିଥିଲେ ଯେ ଏହି ରୋବୋଟ ଦ୍ୱାରା ଉନ୍ନତ ମାନର ଏବଂ ସଠିକତାର ସହ ଅସ୍ତ୍ରୋପଚାର ହୋଇପାରୁଛି। ଏହାକୁ ଆଣ୍ଠୁ ପ୍ରତ୍ୟାରୋପଣ ନିମନ୍ତେ ବିଶ୍ୱର ପ୍ରଥମ ସଂପୂର୍ଣ୍ଣ ସ୍ୱୟଂଚାଳିତ ରୋବୋଟିକ୍ ସିଷ୍ଟମ ବୋଲି କୁହାଯାଇଛି।

ଏହି ଉପାୟରେ ଅସ୍ତ୍ରୋପଚାର କଲେ ଏହା ଏକ କ୍ଷୁଦ୍ର କ୍ଷତ ମାଧ୍ୟମରେ ଚିକିତ୍ସା କରେ, ଅଧିକ ନମନୀୟତା ପ୍ରଦାନ କରେ ଏବଂ ସଂକ୍ରମଣର ଆଶଙ୍କାକୁ ହ୍ରାସ କରେ ବୋଲି ସେ କହିଥିଲେ।
ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ ଓଡିଶାର ପ୍ରଥମ ହସ୍ପିଟାଲ୍ ଭାବେ ଏଭଳି ଅସ୍ତ୍ରୋପଚାର ପାଇଁ ସମ୍ପୂର୍ଣ୍ଣ ସ୍ୱୟଂଚାଳିତ ରୋବୋଟିକ୍ ବ୍ୟବସ୍ଥା ଆରମ୍ଭ କରିଛି ବୋଲି ପ୍ରଫେସର (ଡଃ) ଦାଶ କହିଥିଲେ। ଏହି ରୋବୋଟ ଦକ୍ଷିଣ କୋରିଆର ଏକ କମ୍ପାନୀ ଦ୍ୱାରା ପ୍ରସ୍ତୁତ କରାଯାଇଛି।

ସୋଆ କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଳେ ଓଡ଼ିଶା ସରକାରଙ୍କର ମେଡିକାଲ୍ ଏଜୁକେସନ୍ ଆଣ୍ଡ ଟ୍ରେନିଂ ନିର୍ଦ୍ଦେଶକ ଡାକ୍ତର ସଚିଦାନନ୍ଦ ମହାନ୍ତି, ଖୋର୍ଦ୍ଧାର ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ ଡ଼ଃ ଆର୍ତବନ୍ଧୁ ନାୟକ, ସୋଆର ପ୍ରମୁଖ ଉପଦେଷ୍ଟା (ସ୍ୱାସ୍ଥ୍ୟ ବିଜ୍ଞାନ) ପ୍ରଫେସର (ଡଃ)ଅଶୋକ କୁମାର ମହାପାତ୍ର, ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର (ଡଃ) ସଂଘମିତ୍ରା ମିଶ୍ର, ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର (ଡଃ) ପୁଷ୍ପରାଜ ସାମନ୍ତସିଂହାରଙ୍କ ସମେତ ଏହି ରୋବୋଟ ନିମନ୍ତେ ମାର୍କେଟିଂ କମ୍ପାନୀର ପ୍ରତିନିଧିମାନେ ଉପସ୍ଥିତ ଥିଲେ।

କମ୍ପାନୀର ଜଣେ ପ୍ରତିନିଧି ଏହି ଅବସରରେ କହିଥିଲେ ଯେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଦେଶର ପ୍ରଥମ ମେଡିକାଲ୍ କଲେଜ ଭାବେ ସମ୍ପୂର୍ଣ୍ଣ ଆଣ୍ଠୁ ପ୍ରତ୍ୟାରୋପଣ ଅସ୍ତ୍ରୋପଚାର ନିମନ୍ତେ ଏହି ସ୍ୱୟଂଚାଳିତ ରୋବୋଟର ବ୍ୟବହାର ଆରମ୍ଭ କରିଛି । ଏଥି ନିମନ୍ତେ ହସ୍ପିଟାଲ୍‌ରେ ଏକ ସେଂଟର ଅଫ୍ ଏକ୍ସିଲେନ୍ସ ଆରମ୍ଭ କରାଯିବାର ଯୋଜନା ରହିଛି ଯେଉଁଠାରେ ଅସ୍ଥିଶଲ୍ୟ ବିଭାଗର ସର୍ଜନମାନଙ୍କୁ ପ୍ରଶିକ୍ଷଣ ଦିଆଯାଇ ପାରିବ ବୋଲି ସେ କହିଥିଲେ।

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ ରାଜ୍ୟର ପ୍ରଥମ ଚିକିତ୍ସା କେନ୍ଦ୍ର ଭାବେ ଏହି ନୂତନ ଜ୍ଞାନକୌଶଳ ଆପଣାଇଥିବାରୁ ହସ୍ପିଟାଲ୍‌କୁ ଶୁଭେଚ୍ଛା ଜଣାଇ ପ୍ରଫେସର (ଡଃ) ମହାନ୍ତି କହିଥିଲେ ଯେ ଏଭଳି ଯନ୍ତ୍ରର ବ୍ୟବହାର ନିମନ୍ତେ ଅନ୍ୟ ଫ୍ୟାକଲ୍ଟିମାନଙ୍କୁ ପ୍ରଶିକ୍ଷଣ ଦେବା ଆବଶ୍ୟକ ଯାହାଦ୍ୱାରା ଜନସାଧାରଣ ଉପକୃତ ହୋଇପାରିବେ।

ପ୍ରଫେସର ନନ୍ଦ ରୋବୋଟିକ ଅସ୍ତ୍ରୋପଚାରର ଶୁଭାରମ୍ଭକୁ ଏକ ବଡ଼ ସଫଳତା ବୋଲି କହିବା ସହ ୨୦୦୬ ମସିହାରେ ଇଂଲଣ୍ଡର ଲିଡସ ବିଶ୍ୱବିଦ୍ୟାଳୟକୁ ପରିଦର୍ଶନରେ ଯାଇଥିବା ବେଳେ ସେ ଏପରି ନୂତନ ଜ୍ଞାନକୌଶଳର ବ୍ୟବହାର ଦେଖିଥିଲେ ବୋଲି କହିଥିଲେ। ସୋଆରେ ଏକ ରୋବୋଟିକ ଲ୍ୟାବ୍ ଆରମ୍ଭ କରାଯିବା ନେଇ ପ୍ରସ୍ତାବ ରହିଥିବା ପ୍ରକାଶ କରି ଏହି ଜ୍ଞାନକୌଶଳ ଦ୍ୱାରା ଅନେକ ଜଟିଳ ଅସ୍ତ୍ରୋପଚାର ହୋଇପ।।ରିବ ବୋଲି ସେ କହିଥିଲେ।

ଦେଶର ଜଣେ ପ୍ରତିଷ୍ଠିତ ନ୍ୟୁରୋସର୍ଜନ ଭାବେ ଜଣାଶୁଣା ପ୍ରଫେସର ମହାପାତ୍ର ଏହି ଅବସରରେ କହିଥିଲେ ଯେ ରୋବୋଟର ବ୍ୟବହାର ବର୍ତମାନ ସମୟର ଆବଶ୍ୟକତା ଅଟେ। ଏହା ବ୍ୟୟସାପେକ୍ଷ ହୋଇଥିବାରୁ ଟେକ୍ନୋଲଜିକୁ ସଂପୂର୍ଣ୍ଣ ଭାବେ ବ୍ୟବହାର କରିବା ଉଚିତ୍ ବୋଲି ସେ କହିଥିଲେ।

ଡାକ୍ତର ନାୟକ କହିଥିଲେ ଯେ ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଅନେକ ଉନ୍ନତି କରୁଛି ଏବଂ ଏହି ଶିକ୍ଷାନୁଷ୍ଠାନକୁ ନେଇ ରାଜ୍ୟ ଗର୍ବିତ।

ପ୍ରଫେସର (ଡଃ) ମିଶ୍ର କହିଥିଲେ ଯେ ଏହି ନୂତନ ଜ୍ଞାନ କୌଶଳ ଦ୍ୱାରା ରୋଗୀକୁ ଖୁବ କମ୍ କଷ୍ଟ ହେବା ସହ କମ୍ ହାଡ଼ କ୍ଷୟ ହୋଇଥାଏ ଏବଂ ରୋଗୀ ଶୀଘ୍ର ସୁସ୍ଥତା ପାଇଥାଏ। ନୂତନ ଜ୍ଞାନକୌଶଳକୁ ଆପଣାଇବାରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ସବୁବେଳେ ଆଗରେ ରହିଛି। ରୋଗୀ ସେବା ଏବଂ ଶିକ୍ଷା ନିମନ୍ତେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ନୂତନ ଅତ୍ୟାଧୁନିକ ଜ୍ଞାନକୌଶଳ ଯୋଗାଇ ଦେବାରେ ଖୁବ୍ ଆଗ୍ରହୀ ବୋଲି ସେ କହିଥିଲେ।

ପ୍ରଫେସର (ଡଃ) ସାମନ୍ତସିଂହାର କହିଥିଲେ ଯେ ଏହି ଜ୍ଞାନକୌଶଳର ବ୍ୟବହାର ଏକ ବଡ଼ ସଫଳତା। ହସ୍ପିଟାଲ୍ ପକ୍ଷରୁ ଏକ ମଦର ରୋବୋଟ ମଧ୍ୟ ଅଣାଯିବାର ବ୍ୟବସ୍ଥା ହେଉଛି ଯାହାକି ଅନ୍ୟାନ୍ୟ ବିଭାଗର ଅସ୍ତ୍ରୋପଚାରରେ ସହାୟକ ହୋଇପାରିବ ବୋଲି ସେ କହିଥିଲେ।

ଅସ୍ଥିଶଲ୍ୟ ବିଭାଗର ପ୍ରଫେସର ଡଃ ସତ୍ୟ ପ୍ରସନ୍ନ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

ଅସ୍ତ୍ରୋପଚାର ଅସ୍ଥିଶଲ୍ୟ ବିଭାଗ ଆଣ୍ଠୁ ପ୍ରତ୍ୟାରୋପଣ ରୋବୋଟ ଶିକ୍ଷା ଓ ଅନୁସନ୍ଧାନ ସମ୍ ହସ୍ପିଟାଲ୍ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.