
ଆୟୁଷ୍ମାନ ଯୋଜନାକୁ ନେଇ ନବୀନଙ୍କ ସମାଲୋଚନା କରିଛନ୍ତି ନିରଞ୍ଜନ ପଟ୍ଟନାୟକ। ନିକଟରେ କେନ୍ଦ୍ର ସରକାରଙ୍କ ତରଫରୁ ଆୟୁଷ୍ମାନ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରସ୍ତାବ ଦିଆଯାଇଥିବାବେଳେ ଏହାକୁ ନେଇ ସଚିବାଳୟରେ କେନ୍ଦ୍ରୀୟ ଅଧିକାରୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏହି ଯୋଜନା ସମ୍ପର୍କରେ ବିଶେଷ ଆଲୋଚନା ହୋଇଛି। ତେବେ ଏହାକୁ ନେଇ କଟାକ୍ଷ କରିଛନ୍ତି ପୂର୍ବତନ ପିସିସି ମୁଖ୍ୟ ନିରଞ୍ଜନ ପଟ୍ଟନାୟକ। ପୂର୍ବରୁ ଏହି ଯୋଜନାକୁ ପ୍ରତ୍ୟାଖ୍ୟାନ କରିଥିବା ନବୀନ ସରକାର ଏବେ ମୋଦିଙ୍କ ପାଖ ଲୋକ ହେବା ପାଇଁ ଏହି ଯୋଜନାକୁ ଆପାଣାଉଛନ୍ତି ବୋଲି ନିରଞ୍ଜନ କହିଛନ୍ତି। ରାଜ୍ୟ ସରକାରଙ୍କ ପାଖରେ ନିଜ ଯୋଜନା ପାଇଁ ଫାଣ୍ଠିର ଅଭାବ ରହିଛି ବୋଲି ମଧ୍ୟ କହିଛନ୍ତି ନିରଞ୍ଜନ।