Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟବ୍ୟାପୀ ଶ୍ରମଦାନ, ସଫେଇ ଓ ଜନସଚେତନତା କାର୍ଯ୍ୟକ୍ରମରେ ଲକ୍ଷାଧିକ ଲୋକଙ୍କ ଅଂଶଗ୍ରହଣ
ଆଜିର ଖବର

ରାଜ୍ୟବ୍ୟାପୀ ଶ୍ରମଦାନ, ସଫେଇ ଓ ଜନସଚେତନତା କାର୍ଯ୍ୟକ୍ରମରେ ଲକ୍ଷାଧିକ ଲୋକଙ୍କ ଅଂଶଗ୍ରହଣ

September 25, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନକ୍ରମେ ଆରମ୍ଭ ହୋଇଥିବା ସ୍ୱଚ୍ଛ ଭାରତ ଅଭିଯାନକୁ ୯ ବର୍ଷ ପୂରଣ ହେବାକୁ ଯାଉଛି। ଏହି କ୍ରମରେ ଗତ ସେପ୍ଟେମ୍ବର ୧୫ ତାରିଖ ଠାରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଭାରତ ସରକାରଙ୍କ ଜଳ ଶକ୍ତି ମନ୍ତ୍ରଣାଳୟ ଅଧୀନ ପାନୀୟ ଜଳ ଓ ସ୍ୱଚ୍ଛତା ବିଭାଗ ଏବଂ ଆବାସ ଓ ସହରାଞ୍ଚଳ ମନ୍ତ୍ରଣାଳୟ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଅଭିଯାନ କାର୍ଯ୍ୟକାରୀ କରାଯାଉଛି। ଅଭିଯାନ ଅନ୍ତର୍ଗତ ଓଡ଼ିଶାର ବିଭିନ୍ନ ସ୍ଥାନରେ ସ୍ୱଚ୍ଛତା କାର୍ଯ୍ୟକ୍ରମ କରାଯାଉଛି। ଏଥିରେ ବହୁସଂଖ୍ୟାରେ ସାଧାରଣ ଲୋକ ସାମିଲ ହେଉଥିବା ଦେଖାଯାଉଛି।

ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘରକୁ ଘର ବୁଲି ଅଳିଆ ସଂଗ୍ରହ କରାଯାଇଛି। ଜଳାଶୟ, ନାଳନର୍ଦ୍ଦମା, ଅଧିକ ବର୍ଜ୍ୟବସ୍ତୁ ଏକତ୍ରିତ ହେଉଥିବା ସ୍ଥାନ, ଧାର୍ମିକ ସ୍ଥାନ, ବିଭିନ୍ନ ପ୍ରତିଷ୍ଠାନ, ବଜାର ଘାଟ, ସ୍ୱଚ୍ଛ ଭାରତ ମିଶନରେ ନିର୍ମିତ ପ୍ରକଳ୍ପ, ପୁଷ୍କରିଣୀ ଆଦି ସଫେଇ କରାଯାଇଛି। ବିଭିନ୍ନ ସଂଗଠନ ଓ ସ୍ଥାନୀୟ ଲୋକମାନେ ସ୍ୱତଃପ୍ରବୃତ ଭାବେ ଶ୍ରମଦାନ କରି ସଫେଇ କରିଛନ୍ତି।

ସେହିପରି ଗଜପତି ଜିଲ୍ଲାର ବିଭିନ୍ନ ସ୍ଥାନରେ ସ୍ୱଚ୍ଛତା ହିଁ ସେବା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର ପରମଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରକୁ ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀମାନେ ସଫା କରିଛନ୍ତି।

 ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ମଧ୍ୟ ସ୍ୱଚ୍ଛତା ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାର କାଲିମେଳା ଗ୍ରାମରେ ସ୍ଥାନୀୟ ମହିଳାମାନେ ଗାଁ ହାଟକୁ ସଫା କରିବା ଲାଗି ଶ୍ରମଦାନ କରିଛନ୍ତି।

ଏହାଛଡ଼ା ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀ ଦ୍ୱାରା ସ୍ୱଚ୍ଛତାକୁ ନେଇ ସଚେତନତା ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି। ବିଭିନ୍ନ ବିଦ୍ୟାଳୟରେ ସ୍ୱଚ୍ଛତା ଶପଥପାଠ, ପ୍ରଶ୍ନୋତ୍ତର ପ୍ରତିଯୋଗିତା ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ଗଜପତି ଓ ବାଲେଶ୍ୱର ଜିଲ୍ଲାରେ ଏଭଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଏବେ ସୁଦ୍ଧା (୨୪ ସେପ୍ଟେମ୍ବର ୨୦୨୩) ୭ ଲକ୍ଷ ୧୭ ହଜାର ୨୮୫ ଜଣ ଲୋକ ଜନ ସଚେତନତା କାର୍ଯ୍ୟକ୍ରମରେ ଭାଗ ନେଇଥିବା ବେଳେ ଗ୍ରାମାଞ୍ଚଳର ୧୧ ଲକ୍ଷ ୫୬ ହଜାର ୧୯୦ ଜଣ ଲୋକ ଏବଂ ଜିଲ୍ଲାସ୍ତରୀୟ ଅଧିକାରୀମାନେ ସ୍ୱଚ୍ଛତା ହିଁ ସେବା ଅଭିଯାନ ଅନ୍ତର୍ଗତ ଶ୍ରମଦାନ କରି ବିଭିନ୍ନ ସ୍ଥାନରେ ସଫେଇ କରିଛନ୍ତି। ରାଜ୍ୟର ଗ୍ରାମାଞ୍ଚଳରେ ସ୍ୱଚ୍ଛ ଭାରତ ମିଶନ -ଗ୍ରାମୀଣ ଅଧୀନରେ ନିର୍ମିତ ସମ୍ପତ୍ତିର ରଙ୍ଗ ଓ ସୌନ୍ଦର୍ଯ୍ୟକରଣ କାମରେ ୭୨ ହଜାର ୬୯୩ ଲୋକ ଭାଗ ନେଇଛନ୍ତି।

ଜନସଚେତନତା କାର୍ଯ୍ୟକ୍ରମ ଜଳ ଶକ୍ତି ମନ୍ତ୍ରଣାଳୟ ନରେନ୍ଦ୍ର ମୋଦୀ ଭାରତ ସରକାର ଶ୍ରମଦାନ ସ୍ୱଚ୍ଛ ଭାରତ ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.