Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କାଳିଆ ଦର୍ଶନ କରି ଫେରୁଥିବା ବେଳେ ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ୨ ମୃତ
ଆଜିର ଖବର

କାଳିଆ ଦର୍ଶନ କରି ଫେରୁଥିବା ବେଳେ ବାଇକ୍‌କୁ ଧକ୍କା ଦେଲା ଟ୍ରକ୍, ୨ ମୃତ

September 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୁଜଙ୍ଗ: କୁଜଙ୍ଗ ଥାନା ଅନ୍ତର୍ଗତ କଟକ ପାରାଦୀପ ରାସ୍ତା ୧୫ ନମ୍ବର ରାଜ୍ୟ ରାଜପଥ ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ମୃତକମାନେ ହେଲେ କେନ୍ଦ୍ରାପଡ଼ା ଜିଲ୍ଲା ଛନ୍ଦା ରୋମିତ୍ ଗ୍ରାମର ଜିତେନ୍ ପାଲ (୫୨), ଅନ୍ୟ ଜଣେ ପାଟୁଲିପଙ୍କ ଗ୍ରାମର ପ୍ରଭାକର ଭୋଳ(୫୬)।

ସୂଚନା ମୁତାବକ, କଟକ ପାରାଦ୍ଵୀପ ରାଜ୍ୟ ରାଜପଥରେ ଗୁରୁବାର ସକାଳ ୭ ଟାରେ ଏକ ବାଇକ ନମ୍ବର୍ (ଓଡି – ୨୧ -୩୦୩୧)ରେ ଜିତେନ ଓ ସହଯୋଗୀ ପ୍ରଭାକର ପୁରୀରୁ କାଳିଆ ଦର୍ଶନ କରି ଫେରୁଥିଲେ। ଏତିକି ବେଳେ ରାଜ୍ୟ ରାଜପଥ ର ପନ୍ଦର ନମ୍ବର ଠାରେ ପାରାଦ୍ଵୀପ ଆଡୁ ଆସୁଥିବା ଏକ ଟ୍ରକ୍ ଓଡ଼ି – ୨୧ – ଏଲ୍- ୯୮୦୯ ଗାଡ଼ି ବାଇକକୁ ଧକ୍କା ଦେଇଥିଲା। ଫଳରେ ଉଭୟ ବାଇକ ଆରୋହୀ ଟ୍ରକର ଚକା ତଳେ ପଡ଼ି ଯାଇଥିଲେ। ଘଟଣା ସ୍ଥଳରେ ଦୁଇ ବାଇକ୍ ଆରୋହି ଙ୍କର ପ୍ରାଣହାନି ଘଟିଥିଲା।ଅନ୍ୟପକ୍ଷରେ ଦୁର୍ଘଟଣା ଘଟାଇ ଥିବା ଟ୍ରକ ଚାଳକ ଘଟଣା ସ୍ଥଳରୁ ଫେରାର ହୋଇ ଯାଇଥିଲା।

ସୂଚନା ପାଇ ଦୁର୍ଘଟଣା ସ୍ଥଳରେ କୁଜଙ୍ଗ ପୋଲିସ ଟିମ, ଅଗ୍ନିଶମ ବାହିନୀ ଓ ଦେବଦୁତ୍ତ ବାହିନୀ ପହଞ୍ଚି ଉଭୟଙ୍କୁ କୁଜଙ୍ଗ ଡାକ୍ତରଖାନାକୁ ଆଣିଥିଲେ। ପରେ ମୃତକ ମାନଙ୍କ ପରିବାର ମେଡିକାଲ ରେ ପହଞ୍ଚିଥିଲେ। ପୋଲିସ ମୃତ ଦେହ ଉଭୟ ପରିବାର ଙ୍କୁ ହସ୍ତାନ୍ତର କରିଥିବା ଜଣାପଡିଛି। ଏହି ଘଟଣା ହେତୁ କଟକ ପାରାଦ୍ଵୀପ ରାସ୍ତା କିଛି ସମୟ ପାଇଁ ଯାତାୟତ ବାଧାପ୍ରାପ୍ତ ହୋଇଥିଲା। କୁଜଙ୍ଗ ପୋଲିସ ଦୁର୍ଘଟଣା ଘଟାଇ ଥିବା ଟ୍ରକ ଓ ମୃତକ ଙ୍କ ବାଇକ୍ କୁ ଜବତ୍ କରି ଏକ ମାମଲା ରୁଜ୍ଜୁ କରିଥିବା ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶ ପ୍ରକାଶ କରିଛନ୍ତି।

କଟକ ପାରାଦୀପ କାଳିଆ ଦର୍ଶନ ଟ୍ରକ୍‌ ବାଇକ୍ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୨୨ ତାରିଖ ରବିବାରରେ ଏହି ରାଶି ଉପରେ ଶନିଦେବ ଅଛନ୍ତି ଖୁସି

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026
Latest News

ଆଜି ଫେବୃୟାରୀ ୨୨ ତାରିଖ ରବିବାରରେ ଏହି ରାଶି ଉପରେ ଶନିଦେବ ଅଛନ୍ତି ଖୁସି

February 22, 2026

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.