ବଙ୍ଗୋପସାଗରରେ ସୃଷ୍ଟି ହେଲା ସଦୃଶ୍ୟ ଲଘୁଚାପ, ଆଜିଠାରୁ ପ୍ରବଳ ବର୍ଷା

Published: Sep 30, 2023, 11:17 am IST

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ସ୍ପଷ୍ଟ ଭାବେ ପ୍ରତିୟମାନ ହୋଇଛି। ଫଳରେ ପୂର୍ବ ଅପେକ୍ଷା ଏହା ବେଶ୍ ସକ୍ରିୟ ହୋଇପଡିଛି। ବର୍ତ୍ତମାନ ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗ ଆଡକୁ ଗତି କରିବ ବୋଲି ଜଣାପଡିଛି। ଏହା ପରେ ଏହି ଲଘୁଚାପ ଉତ୍ତର ଓଡିଶା ମୁହାଁ ହେବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି।

ତେବେ ଏହି ସଦୃଶ ଲଘୁଚାପ ପ୍ରଭାବରେ ରାଜ୍ୟରେ ୪ ଦିନ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡିକ ହେଉଛି କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ବର ଜିଲ୍ଲା। ଆଜି କେତେକ ସ୍ଥାନରେ ପ୍ରବଳ ଘଡଘଡି ସହିତ ବଜ୍ରପାତ ମଧ୍ୟ ହୋଇଛି।

Related posts