Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟ ସଂଗ୍ରହାଳୟରେ ଓଡ଼ିଶାର ସ୍ୱାଧୀନତା ସଂଗ୍ରାମୀ ଗ୍ୟାଲେରୀ ଉଦ୍‌ଘାଟିତ
ଆଜିର ଖବର

ରାଜ୍ୟ ସଂଗ୍ରହାଳୟରେ ଓଡ଼ିଶାର ସ୍ୱାଧୀନତା ସଂଗ୍ରାମୀ ଗ୍ୟାଲେରୀ ଉଦ୍‌ଘାଟିତ

October 2, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ ସଂଗ୍ରହାଳୟ
ରାଜ୍ୟ ସଂଗ୍ରହାଳୟରେ ଓଡ଼ିଶାର ସ୍ୱାଧୀନତା ସଂଗ୍ରାମୀ ଗ୍ୟାଲେରୀ ଉଦ୍‌ଘାଟିତ

ଭୁବନେଶ୍ୱର: ପ୍ରାଚୀନ ତାଳପତ୍ର ପୋଥି ସଂରକ୍ଷଣ ନିମନ୍ତେ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପକ୍ଷରୁ ଆରମ୍ଭ ହୋଇଥିବା ୧୫ ଦିନିଆ କର୍ମଶାଳା ଆଜି ଉଦ୍‌ଯାପିତ ହୋଇଛି। ଏହି କାର୍ଯ୍ୟକ୍ରମରେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରାଚୀନ ତାଳପତ୍ର ପୋଥିର ସଂରକ୍ଷଣ ଉପରେ ଗୁରୁତ୍ୱାରୋପ କରିଥିଲେ।

ଏଥିରୁ ଆମର ସୁସମୃଦ୍ଧ ସାହିତ୍ୟ, ଇତିହାସ, ପରମ୍ପରା, ପ୍ରାଚୀନ ଚିକିତ୍ସା ପଦ୍ଧତି ସଂପର୍କରେ ଅଧିକରୁ ଅଧିକ ଗବେଷଣାତ୍ମକ ତଥ୍ୟ ହାସଲ କରିହେବ ବୋଲି ସେ କହିଥିଲେ। ଉକ୍ତ କର୍ମଶାଳାରେ ଯୋଗଦେଇଥିବା ପ୍ରାୟ ୧୦୦ ଜଣ ସ୍ନାତକୋତ୍ତର, ଏମ୍‌.ଫିଲ୍‌ ଏବଂ ପି.ଏଚ୍‌ଡି ଛାତ୍ରଛାତ୍ରୀମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।

ଏହି ପାକ୍ଷିକ କର୍ମଶାଳାରେ ଡ. ରମେଶ ଚନ୍ଦ୍ର ମଲ୍ଲିକ, ଜ୍ୟୋତିରାଜ୍‌, ଡ. ପ୍ରଦୀପ୍ତ କୁମାର ପଣ୍ଡା, ଡ. ନଟବର ଶତପଥୀ, ଡ. ବାବାଜୀ ଚରଣ ପଟ୍ଟନାୟକ, ଡ. ଜ୍ଞାନୀ ଦେବାଶିଷ ମିଶ୍ର, ଡ. ଫଣୀନ୍ଦ୍ର ଭୂଷଣ ନନ୍ଦ, କୌଶିକ ନାଥ, ଡ. ସନ୍ତୋଷ କୁମାର ରଥ, ଡ. ସନ୍ତୋଷ କୁମାର ତି୍ରପାଠୀ, ଡ. ଭାଗ୍ୟଲିପି ମଲ୍ଲ, ଡ. ଭାରତୀ ପାଲ୍‌, ଶ୍ରୀ ଅରୁଣ କୁମାର ନାୟକ, ବିଭାସ କୁମାର, ଶ୍ରୀ ଅଜିତ କୁମାର ନାୟକ ପ୍ରମୁଖ ତାଲିମ ପ୍ରଦାନ କରିଥିଲେ।

ଏଥି ସହ ଆଜି ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ବିଭାଗୀୟ ମନ୍ତ୍ରୀ ଶ୍ରୀ ପାତ୍ର ଓଡ଼ିଶାରେ ସ୍ୱାଧୀନତା ସଂଗ୍ରାମୀ ଗ୍ୟାଲେରୀ ଉଦ୍‌ଘାଟନ କରିବା ସହ ଓଡ଼ିଶାରେ ମହାତ୍ମା ଗାନ୍ଧୀଙ୍କ ପଦଚିହ୍ନ ଉଭୟ ଓଡ଼ିଆ ଓ ଇଂରାଜୀ କଫି ଟେବୁଲ୍‌ ବୁକ୍‌, ଆନନ୍ଦ ଭବନ ସଂଗ୍ରହାଳୟର ଭର୍ଚୁଆଲ୍‌ ୱାକ୍‌ ଥ୍ରୁ ଏବଂ ଓଡ଼ିଶାରେ ସ୍ୱାଧୀନତା ସଂଗ୍ରାମ ସ୍ୱତନ୍ତ୍ର ଓଡ଼ିଶା ହିଷ୍ଟୋରିକାଲ୍‌ ରିସର୍ଚ୍ଚ ଜର୍ଣ୍ଣାଲ୍‌ ବିଶେଷାଙ୍କ ଉନ୍ମୋଚନ କରିଛନ୍ତି।

ଏହି ସମସ୍ତ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ, ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ମଧୁସୂଦନ ଦାଶ, ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ଅଧୀକ୍ଷକ ଡ. ଭାଗ୍ୟଲିପି ମଲ୍ଲ ପ୍ରମୁଖ ଉପସ୍ଥିତ ଥିଲେ।

ଓଡ଼ିଆ ଭାଷା ତାଳପତ୍ର ପୋଥି ରାଜ୍ୟ ସଂଗ୍ରହାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026
Latest News

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

NEET-UG ପ୍ୟାଟର୍ନରେ ବଡ଼ ପରିବର୍ତ୍ତନ: ସୁପ୍ରିମକୋର୍ଟଙ୍କ ସମ୍ମୁଖରେ ଯୋଜନା ପ୍ରକାଶ କଲେ ସରକାର

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.