Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ବ୍ୟାପକ ସ୍ଵଚ୍ଛତା ପକ୍ଷ୍ୟ ପାଳିତ
ଆଜିର ଖବର

ପୂର୍ବତଟ ରେଳପଥ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ବ୍ୟାପକ ସ୍ଵଚ୍ଛତା ପକ୍ଷ୍ୟ ପାଳିତ

October 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୪ ତମ ଜନ୍ମ ବାର୍ଷିକୀ ସାରା ଦେଶରେ ପାଳିତ ହେଉଛି। ଏହି ଅବସରରେ ପୂର୍ବ ତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବଙ୍କ ନେତୃତ୍ୱରେ ବିଭାଗୀୟ ପ୍ରମୁଖ ଅଧିକାରୀ, ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀମାନେ ଭୁବନେଶ୍ୱରସ୍ଥିତ ରେଳପଥର ମୁଖ୍ୟାଳୟ ରେଳ ସଦନ ଠାରେ ମହାତ୍ମା ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ ଜଣାଇଥିଲେ।

ଏହି ଉତ୍ସବକୁ ସ୍ମରଣୀୟ କରିବା ପାଇଁ, ପୂର୍ବ ତଟ ରେଳପଥ ୧୬ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୩ ପର୍ଯ୍ୟନ୍ତ ସ୍ଵଚ୍ଛତା ପକ୍ଷ୍ୟ (ପଖୱାଡା) ଆୟୋଜନ କରିଥିଲା। ସମସ୍ତ ସ୍ତରର ରେଳବାଇ କର୍ମଚାରୀ ମାନେ ଷ୍ଟେସନ, ଟ୍ରେନ୍, କୋଚ୍ ରକ୍ଷଣାବେକ୍ଷଣ ଡିପୋ, ବିଭିନ୍ନ କାର୍ଯ୍ୟାଳୟ, କର୍ମକ୍ଷେତ୍ର ଏବଂ ରେଳ କଲୋନୀରେ ଆୟୋଜିତ ସ୍ଵଚ୍ଛତା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଦୂର ଷ୍ଟେସନରେ ରେଳବାଇ କର୍ମଚାରୀମାନେ ମଧ୍ୟ ବହୁତ ସଂଖ୍ୟାରେ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।

ଏହି ଅବସରରେ ପରିଷ୍କାର ପରିଚ୍ଛନ୍ନତା ସମୟରେ ସ୍ଵଚ୍ଛ ସମ୍ବାଦ, ସ୍ଵଚ୍ଛ ଷ୍ଟେସନ, ସ୍ଵଚ୍ଛ ପରିସର, ସ୍ଵଚ୍ଛ ଆହାର, ସ୍ଵଚ୍ଛ ନୀର, ସ୍ଵଚ୍ଛ ପ୍ରସାଦ, ସ୍ଵଚ୍ଛ ରେଳଗାଡି ଇତ୍ୟାଦି କାର୍ଯ୍ୟକଳାପ ହାତକୁ ନିଆଯାଇଥିଲା। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ମଧ୍ୟ ଆୟୋଜିତ କରାଯାଇଥିଲା।

ଗାନ୍ଧୀ ଜୟନ୍ତୀ ଦିବସରେ ପୂର୍ବ ତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ଶରଦ କୁମାର ଶ୍ରୀବାସ୍ତବ ବିଭିନ୍ନ ପ୍ରତିଯୋଗିତାରେ ଉଲ୍ଲେଖନୀୟ ସଫଳତା ତଥା କାର୍ଯ୍ୟ ସଫଳତା ପାଇଁ ଅଂଶଗ୍ରହଣକାରୀମାନଙ୍କୁ ସମ୍ମାନିତ କରିବା ସହିତ ଅଭିନନ୍ଦନ ଜଣାଇଥିଲେ।

ଏହି କାର୍ଯ୍ୟକ୍ରମକୁ ସ୍ମରଣୀୟ କରିବା ପାଇଁ ସକାଳେ ପ୍ରଭାତ ଫେରି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ଯେଉଁଥିରେ ସମସ୍ତ ରେଳବାଇ ଅଧିକାରୀ, କର୍ମଚାରୀ, ଭାରତ ସ୍କାଉଟ ଓ ଗାଇଡ଼ ସମେତ ସ୍କୁଲ ପିଲାମାନେ ଅଂଶ ଗ୍ରହଣ କରି ବିଭିନ୍ନ ସ୍ଲୋଗାନ ମାଧ୍ୟମରେ ସଚେତନତା ବାର୍ତ୍ତା ଲୋକମାନଙ୍କୁ ଜଣାଇବା ସହିତ ଆୟୋଜିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।

ରେଳପଥର ପ୍ରମୁଖ ଯାନ୍ତ୍ରିକ ଯନ୍ତ୍ରୀ ବିଶ୍ୱଜିତ ମୈତ୍ରଙ୍କ ସମସ୍ତ ବିଭାଗର ବିଭାଗୀୟ ପ୍ରମୁଖ ଅଧିକାରୀ, ବରିଷ୍ଠ ଅଧିକାରୀ, ମହିଳା କଲ୍ୟାଣ ସଂଗଠନର ସଦସ୍ୟା ଓ କର୍ମଚାରୀମାନେ ଏହି ଅବସରରେ ଉପସ୍ଥିତ ଥିଲେ। ରେଳପଥର ମୁଖ୍ୟ ଯାନ୍ତ୍ରିକ ଯନ୍ତ୍ରୀ (ପରିବେଶ ଓ ଗୃହ ରକ୍ଷଣାବେକ୍ଷଣ) କେ. ପି. ଯାଦବ ଓ ଉପମୁଖ୍ୟ ଯାନ୍ତ୍ରିକ ଯନ୍ତ୍ରୀ (କୋଚିଙ୍ଗ ଏବଂ ପରିବେଶ ଓ ଗୃହ ରକ୍ଷଣାବେକ୍ଷଣ) ଶ୍ରୀ ଦୀନେଶ କୁମାର ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ଗାନ୍ଧୀ ଜୟନ୍ତୀ ଜନ୍ମ ବାର୍ଷିକୀ ପୂର୍ବତଟ ରେଳପଥ ସ୍ଵଚ୍ଛତା ପକ୍ଷ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026
Latest News

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.