Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୬ତମ ରାଜ୍ୟ ଟେବୁଲ ଟେନିସ ରାଙ୍କିଙ୍ଗ୍ ଚାମ୍ପିୟନସିପ୍ ଉଦଯାପିତ
ଆଜିର ଖବର

୧୬ତମ ରାଜ୍ୟ ଟେବୁଲ ଟେନିସ ରାଙ୍କିଙ୍ଗ୍ ଚାମ୍ପିୟନସିପ୍ ଉଦଯାପିତ

October 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟ ପରିସରସ୍ଥ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମଠାରେ ଚାଲିଥିବା ୧୬ତମ ରାଜ୍ୟ ଟେବୁଲ ଟେନିସ ରାଙ୍କିଙ୍ଗ୍ ଚାମ୍ପିୟନସିପ୍ ସୋମବାର ଉଦଯାପିତ ହୋଇଛି। ଖୋର୍ଦ୍ଧା ଜିଲ୍ଲା ଟେବୁଲ ଟେନିସ ଆସୋସିଏସନ ଆନୁକୂଲ୍ୟରେ ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୨ ତାରିଖ ଯାଏଁ ୪ ଦିନ ଧରି ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।

ସୋମବାର ଆୟୋଜିତ ଟୁର୍ଣ୍ଣାମେଣ୍ଟର ଉଦଯାପନୀ କାର୍ଯ୍ୟକ୍ରମରେ ବିଭିନ୍ନ ବର୍ଗରେ ବିଜେତା ଓ ଉପବିଜେତା ହୋଇଥିବା ଖେଳାଳିମାନଙ୍କୁ ପୁରସ୍କୃତ କରାଯାଇଥିଲା। ସେମାନଙ୍କୁ ଟ୍ରଫି ଓ ସାର୍ଟିଫିକେଟ ସହ ଅର୍ଥରାଶି ପୁରସ୍କାର ଆକାରରେ ଦିଆଯାଇଥିଲା। ଟୁର୍ଣ୍ଣାମେଣ୍ଟରେ ଖେଳାଳିମାନଙ୍କ ପାଇଁ ମୋଟ ୨୫ ହଜାର ଟଙ୍କାର ଆର୍ଥିକ ପୁରସ୍କାର ରଖାଯାଇଥିଲା। ଏହାସହ ସବୁ ବର୍ଗରେ ସେମିଫାଇନାଲକୁ ଯାଇଥିବା ଖେଳାଳିମାନଙ୍କୁ ମଧ୍ୟ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା।

ଏହି ଟୁର୍ଣ୍ଣାମେଣ୍ଟର ଉଭୟ ବାଳକ ଓ ବାଳିକା ବର୍ଗରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ୨୩୦ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। ପ୍ରତିଯୋଗିତାରେ ସିନିୟର, ୧୯ ବର୍ଷରୁ କମ୍, ୧୭ ବର୍ଷରୁ କମ୍, ୧୫ ବର୍ଷରୁ କମ୍, ୧୩ ବର୍ଷରୁ କମ୍, ୧୧ ବର୍ଷରୁ କମ୍ ବୟସ ବର୍ଗରେ ୪୦୦ରୁ ଅଧିକ ଏକକ ଟେବୁଲ ଟେନିସ୍ ମ୍ୟାଚ୍ ଖେଳାଯାଇଥିଲା।

ଭୁବନେଶ୍ଵରସ୍ଥିତ ଓଡ଼ିଶା ସ୍ପୋର୍ଟସ୍ କ୍ଲବର ଖେଳାଳି ଶ୍ଵେତପଦ୍ମା ଦଳାଇ ଟୁର୍ଣ୍ଣାମେଣ୍ଟର ୩ଟି ବର୍ଗରେ ଚାମ୍ପିୟନ ହୋଇଥିଲେ। ସେ ୧୭ ବର୍ଷରୁ କମ୍, ୧୯ ବର୍ଷରୁ କମ୍ ଏବଂ ସିନିୟର ମହିଳା ବର୍ଗରେ ଟାଇଟଲ ଜିତିଥିଲେ। ସେହିପରି ସିନିୟର ପୁରୁଷ ବର୍ଗରେ ଓଡ଼ିଶା ଆକାଉଣ୍ଟସ୍ ଜେନେରାଲ ଦଳର ସମ୍ରାଟ ଚକ୍ରବର୍ତ୍ତୀ  ଚାମ୍ପିୟନ ହୋଇଥିଲେ।

ଅନ୍ୟପଟେ ବାଳକ ବର୍ଗରେ କଟକର ଜିଜ୍ଞାସୁ ସାହୁ ୧୫ ବର୍ଷରୁ କମ୍, ୧୭ ବର୍ଷରୁ କମ୍ ଏବଂ ୧୯ ବର୍ଷରୁ କମ୍ ଆଦି ୩ଟି ବର୍ଗରେ ଟାଇଟଲ ହାସଲ କରିଥିଲେ। ଟୁର୍ଣ୍ଣାମେଣ୍ଟରେ କଟକର ଶ୍ଵେତା ବର୍ମା ୧୧ ବର୍ଷରୁ କମ୍ ଓ ୧୩ ବର୍ଷରୁ କମ୍ ବୟସର ୨ଟି ବର୍ଗରେ ବିଜୟୀ ହୋଇଥିଲେ।

ଏହାସହ ୧୧ ବର୍ଷରୁ କମ୍ ବାଳକ ବର୍ଗରେ କଟକର ଆୟୁଷ ମାଣିଆ ବିଜୟୀ ହୋଇଥିବାବେଳେ ୧୩ ବର୍ଷରୁ କମ୍ ବାଳକ ବର୍ଗରେ ପୁରୀର ସାଇ କିରନ ପ୍ରଧାନ ବିଜୟୀ ହୋଇଛନ୍ତି। ସେହିପରି ୧୫ ବର୍ଷରୁ କମ୍ ବୟସ ବାଳିକା ବର୍ଗରେ କଟକର ଉର୍ଜା ବର୍ମାଙ୍କୁ ଜିତାପଟ ମିଳିଥିବାବେଳେ ଅୟାମ ମୁସ୍ତାକ ଓ ଫରାଜ ରାଜାଙ୍କ ଯୋଡ଼ି ବାଳକ ଯୁଗଳ ବର୍ଗରେ ଚାମ୍ପିୟନ ହୋଇଥିଲେ।

“୧୬ତମ ରାଜ୍ୟ ଟେବୁଲ ଟେନିସ ରାଙ୍କିଙ୍ଗ୍ ଚାମ୍ପିୟନସିପକୁ ଆମେ ସଫଳତାର ସହ ଆୟୋଜନ କରିଛୁ। ଏଥିରେ ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା ପ୍ରତିଯୋଗୀମାନେ ମ୍ୟାଚଗୁଡ଼ିକରେ ପରସ୍ପରକୁ କଡ଼ା ଟକ୍କର ଦେଇଥିଲେ। ଟୁର୍ଣ୍ଣାମେଣ୍ଟରେ ଖେଳାଳିମାନଙ୍କୁ ମିଳିଥିବା ପଏଣ୍ଟ ଓ ରାଙ୍କ୍ ଅନୁସାରେ ସେମାନେ ଜାତୀୟସ୍ତରର ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେବା ପାଇଁ ସୁଯୋଗ ପାଇବେ”, କହିଛନ୍ତି ଖୋର୍ଦ୍ଧା ଜିଲ୍ଲା ଟେବୁଲ ଟେନିସ ଆସୋସିଏସନର ସାଧାରଣ ସଂପାଦକ ସ୍ମୃତିରଞ୍ଜନ ଦାସ।

ଏହି ଟୁର୍ଣ୍ଣାମେଣ୍ଟରେ ରାଜ୍ୟର ପୂର୍ବତନ ଟେବୁଲ ଟେନିସ୍ ଖେଳାଳିମାନଙ୍କୁ ନେଇ ପୁରୁଷ ଏକକ ଓ ଯୁଗଳ ବର୍ଗର ମ୍ୟାଚ୍ ଖେଳାଯାଇଥିଲା। ସେଥିରେ ବିଜୟୀ ହୋଇଥିବା ଖେଳାଳିମାନଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା।

ଉଦଯାପନୀ କାର୍ଯ୍ୟକ୍ରମରେ ଖୋର୍ଦ୍ଧା ଜିଲ୍ଲା ଟେବୁଲ ଟେନିସ୍ ଆସୋସିଏସନର ସଭାପତି ସୁରେଶ ଚନ୍ଦ୍ର ମହାରଣା ଓ ଯୁଗ୍ମ ସଚିବ ଶଶାଙ୍କ ଶେଖର ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପି.କେ. ସାମନ୍ତରାୟ, ତ୍ରୈଲୋକ୍ୟ ରାଉତ, ନିରଞ୍ଜନ ସେଠୀ, ବିଜନ ଦାସମହାପାତ୍ର ଏବଂ ତପନ ଖା ଟୁର୍ଣ୍ଣାମେଣ୍ଟର ପରିଚାଳନାରେ ସହଯୋଗ କରିଥିଲେ।

କିଟ୍ ବିଶ୍ୱବିଦ୍ୟାଳୟ ଟେବୁଲ ଟେନିସ ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିୟମ ରାଙ୍କିଙ୍ଗ୍ ଚାମ୍ପିୟନସିପ୍
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Latest News

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.