Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗାନ୍ଧୀ ଜୟନ୍ତୀ ଅବସରରେ ଏମ୍ସ ଭୁବନେଶ୍ୱରରେ ଆରମ୍ଭ ହେଲା ସ୍ୱତନ୍ତ୍ର ସ୍ଵଚ୍ଛତା ଅଭିଯାନ ୩.୦
ଆଜିର ଖବର

ଗାନ୍ଧୀ ଜୟନ୍ତୀ ଅବସରରେ ଏମ୍ସ ଭୁବନେଶ୍ୱରରେ ଆରମ୍ଭ ହେଲା ସ୍ୱତନ୍ତ୍ର ସ୍ଵଚ୍ଛତା ଅଭିଯାନ ୩.୦

October 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଏମ୍ସ ଭୁବନେଶ୍ୱରରେ ପ୍ରଭାବୀ ଢଙ୍ଗରେ ସ୍ୱତନ୍ତ୍ର ସ୍ଵଚ୍ଛତା ଅଭିଯାନ ୩.୦ର ଶୁଭାରମ୍ଭ ହୋଇଛି। ଗତକାଲି ଏମ୍ସ ପରିସରରେ ଆୟୋଜିତ ଏହି କର୍ଯ୍ୟକ୍ରମରେ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ(ବିପିଏସପିଏ) ର ପ୍ରାୟ ଅଢେଇ ଶହ ପୋଲିସ୍ କର୍ମଚାରୀ ଏବଂ ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ରିଜର୍ଭ ପୋଲିସ୍ ଫୋର୍ସ (ସିଆରପିଏଫ୍) ର ସତୁରୀ ଜଣ ଯବାନ୍ ଙ୍କ ସ୍ବେଚ୍ଛାକୃତ ଯୋଗଦାନ ଉଲ୍ଲେଖନୀୟ ଆକର୍ଷଣ ସାଜିବା ସହିତ ଉତ୍ସାହ ବଢ଼େଇଥିଲା।

ଏହି ଅବସରରେ ଏମ୍ସ ଭୁବନେଶ୍ୱର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସଙ୍କ ନେତୃତ୍ୱରେ ଧର୍ମଶାଳା ନିକଟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅଭିଯାନରେ ଡିନ୍ ଡ. ପି ଆର ମହାପାତ୍ର, ମେଡିକାଲ୍ ସୁପରିଟେଣ୍ଡେଣ୍ଟ୍ ଡ. ଦିଲ୍ଲୀପ କୁମାର ପରିଡ଼ା, ହସ୍ପିଟାଲ୍ ଆଡମିନିଷ୍ଟ୍ରେସନ୍ ମୁଖ୍ୟ ଡ. ଜବାହର ଏସ୍ କେ ପିଲ୍ଲାଇ, ଡ. ମୁକୁନ୍ଦ ଚନ୍ଦ୍ର ସାହୁ, ଡ. ଅଶୋକ କୁମାର ଜେନା, ଡ. ପ୍ରଭାସ ରଂଜନ ତ୍ରିପାଠୀ ପ୍ରମୁଖଙ୍କ ସମେତ ବିପିଏସପିଏ ଏବଂ ସିଆରପିଏଫ୍ ର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

ପ୍ରାରମ୍ଭରେ ଓପିଡି ଫୟାରରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ ସହିତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଅଂଶଗ୍ରହଣକାରୀମାନେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ପରେ ସ୍ୱଚ୍ଛତା ଶପଥ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଅନୁଷ୍ଠିତ ବିଶାଳ ସଫେଇ ଅଭିଯାନରେ ସମସ୍ତେ ସାମିଲ ହୋଇଥିଲେ। ସ୍ୱଚ୍ଛତାର ଗୁରୁତ୍ୱ ଏବଂ ସମାଜରେ ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ସମସ୍ୟାର ସମାଧାନ ପାଇଁ ସ୍ବେଚ୍ଛାସେବୀମାନେ ବ୍ୟାନର ଏବଂ ପ୍ଲାକାର୍ଡ ଧରି ସଚେତନତା ସୃଷ୍ଟି କରିଥିଲେ।

କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ, ଡ. ଆଶୁତୋଷ ବିଶ୍ଵାସ ଉପସ୍ଥିତ ସମସ୍ତଙ୍କୁ ଏକ ପ୍ରେରଣାଦାୟୀ ଅଭିଭାଷଣ ପ୍ରଦାନ କରିବା ସହିତ ସ୍ଵଚ୍ଛତା ଅଭିଯାନରେ ଏପରି ଉତ୍ସର୍ଗୀକୃତ ସଂପୃକ୍ତିକୁ ଭୂୟସୀ ପ୍ରଶଂସା କରିଥିଲେ।

ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣୀତ ହେବା ସହିତ ପ୍ରଧାନମନ୍ତ୍ରୀଙ୍କ ଆହ୍ଵାନ କ୍ରମେ, ସ୍ବଚ୍ଛତା ହିଁ ସେବା ଅଭିଜାନ ଅନ୍ତର୍ଗତ ଅଭିଯାନରେ ଏମ୍ସ ଭୁବନେଶ୍ଵର ନିଜର ଏବଂ ଆଖପାଖ ଅଞ୍ଚଳକୁ ପରିଷ୍କାର ରଖିବା ନିମନ୍ତେ ଶତତ ପ୍ରୟାସ ଜାରି ରଖିଥିବା କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ବିଶ୍ଵାସ ମତବ୍ୟକ୍ତ କରିଛନ୍ତି।

ଏମ୍‌ସ ଭୁବନେଶ୍ୱର ଗାନ୍ଧୀ ଜୟନ୍ତୀ
Share. Facebook Twitter LinkedIn Email WhatsApp Copy Link

Related Posts

୧୮ ରୁ କଟକରେ ଆନ୍ତର୍ଜାତିକ ବାଣିଜ୍ୟମେଳା: ୧୦ ଦେଶ ଓ ୨୨ ରାଜ୍ୟର ବ୍ୟବସାୟୀ ହେବେ ସାମିଲ

September 17, 2026

ଗଣେଶଙ୍କ ମୂର୍ତ୍ତି ଭସାଣି ବେଳେ ପୋଲିସଙ୍କୁ ଆକ୍ରମଣ, ୬ ଗିରଫ

September 17, 2026

ଏନଟିପିସି କୋରବା ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 17, 2026

କେରଳମ୍ ଏବଂ ରାଜସ୍ଥାନର ଗଣମାଧ୍ୟମ ପ୍ରତିନିଧିଙ୍କ ସିଏସଆଇଆର-ଆଇଏମଏମଟି ପରିଦର୍ଶନ

September 17, 2026
Latest News

୨୦୧୩ ଝିରମ୍ ଘାଟି ମାଓ ଆକ୍ରମଣ: ୧୦ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର NIA କୋର୍ଟ

September 17, 2026

ଆଇସିସି ଟି-୨୦ ରାଙ୍କିଙ୍ଗ୍: ବ୍ୟାଟିଂ ଶୀର୍ଷରେ ଈଶାନ୍, ଦ୍ୱିତୀୟ ସ୍ଥାନକୁ ଉଠିଲେ ଅଭିଷେକ

September 17, 2026

ଅନ୍ତର୍ଜାତୀୟ ଫୁଟ୍‌ବଲ୍‌ରୁ ଅବସର ନେଲେ ଜେମ୍ସ ରୋଡ୍ରିଗେଜ୍

September 17, 2026

UPI ଶୁଳ୍କ ପ୍ରସଙ୍ଗରେ କେନ୍ଦ୍ରକୁ ସମର୍ଥନ କଲେ ଓମାର ଅବଦୁଲ୍ଲା: ଜାଣନ୍ତୁ କ’ଣ କହିଲେ?

September 17, 2026

୧୮ ରୁ କଟକରେ ଆନ୍ତର୍ଜାତିକ ବାଣିଜ୍ୟମେଳା: ୧୦ ଦେଶ ଓ ୨୨ ରାଜ୍ୟର ବ୍ୟବସାୟୀ ହେବେ ସାମିଲ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.