Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିମଖଣ୍ଡି ଥାନା ପୋଲିସକୁ ବଡ ସଫଳତା: ଜବତ କଲା ଦୁଇ କିଲୋରୁ ଉର୍ଦ୍ଧ୍ଵ ସୁନା ଅଳଙ୍କାର ଏବଂ ଲକ୍ଷାଧିକ ଟଙ୍କା
ଆଜିର ଖବର

ନିମଖଣ୍ଡି ଥାନା ପୋଲିସକୁ ବଡ ସଫଳତା: ଜବତ କଲା ଦୁଇ କିଲୋରୁ ଉର୍ଦ୍ଧ୍ଵ ସୁନା ଅଳଙ୍କାର ଏବଂ ଲକ୍ଷାଧିକ ଟଙ୍କା

October 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ନିମଖଣ୍ଡି ଥାନା ଅନ୍ତର୍ଗତ ବିଜୟ ବିହାର ୩ ୟ ଗଳିର କାଳି ଚରଣ ପଣ୍ଡା ନାମକଙ୍କ ଘରେ ଏକ ବଡ ଧରଣର ଚୋରି ହୋଇଥିବା ଅଭିଯୋଗ ହୋଇଥିଲା। ଏନେଇ ସେ ଗତ ସେପ୍ଟେମ୍ବର ୨୧ ତାରିଖରେ ନିମଖଣ୍ଡି ଥାନାରେ ଅଭିଯୋଗ କରିଥିଲେ।

ତାଙ୍କର ଅଭିଯୋଗ ଅନୁଯାୟୀ, ତାଙ୍କ ଘରୁ ୪୦୦ ଗ୍ରାମ ସୁନା ଅଳଙ୍କାର ଓ ୪୦୦ ଗ୍ରାମ ରୁପା ଅଳଙ୍କାର ସମେତ କିଛି ନଗଦ ଟଙ୍କା ଚୋରି ହୋଇଥିବା ଅଭିଯୋଗ ରେ ଉଲ୍ଲେଖ କରିଥିଲେ। ଅଭିଯୋଗକୁ ଭିତ୍ତି କରି ନିମଖଣ୍ଡି ଥାନା ଅଧିକାରୀ ଭାବାନନ୍ଦ ପ୍ରଧାନ ଏସ୍ ଆଇ ଜେ ଆର୍ ବେହେରା ଓ କିଛି ଗ୍ରୁହରକ୍ଷୀଙ୍କୁ ନେଇ ଏକ ଟିମ୍ ଗଠନ କରି ସଦର ଏସ୍ ଡି ପି ଓ ଶିବଶଙ୍କର ମହାପାତ୍ରଙ୍କ ତତ୍ବାବଧାନରେ ଅନୁସନ୍ଧାନ ଆରମ୍ଭ କରିଥିଲେ। ଯାହା ଫଳରେ ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ବଡ଼ବଜାର ଥାନା ଅନ୍ତର୍ଗତ ନିଳାଞ୍ଚଳ ସାହିର ସନ୍ୟାସୀ ଗୌଡ଼ ନାମକ ଜଣେ ଯୁବକ କୁ କାବୁ କରି ଥାନାରେ ଜେରା କରିବା ବେଳେ ତା’ର ଜଣେ ସହଯୋଗୀ ସୁରେନ୍ଦ୍ର ମହାପାତ୍ର କୁ ଧରି ଉଭୟ ଙ୍କୁ ଜେରା କରିଥିଲେ।

ପରବର୍ତ୍ତୀ ସମୟରେ ଏହି ସବୁ ଚୋରି କାରନାମାରେ ଅଭିଯୁକ୍ତ ମୁଥୁଟ୍ ଫାଇନାନ୍ସ ବ୍ୟାଙ୍କ ର ମେନେଜର୍ ମୋହନ ପାଢୀ ଓ ମହାରାଷ୍ଟ୍ର ସାଙ୍ଗିଲି ଜିଲ୍ଲାର ସନ୍ତୋଷ ଗାଏଖୱ।ଡ଼ ନାମକ ଜଣେ ସ୍ବର୍ଣ୍ଣ ଅଳଙ୍କାର କାରିଗର କୁ ଥାନାରେ ଅଟକ ରଖି ପଚରାଉଚରା କରିବା ବେଳେ ଏକ ବଡ଼ ଧରଣର ସଫଳତା ପୋଲିସ କୁ ମିଳିଛି। ଯାହା ଫଳରେ ପୋଲିସ ଉକ୍ତ ସମସ୍ତ ଅଭିଯୁକ୍ତଙ୍କ ଠାରୁ ଦୁଇ କିଲୋ ୭୨୮ ଗ୍ରାମ ର ସ୍ବର୍ଣ୍ଣ ଅଳଙ୍କାର, ମୁଦ୍ରା ଓ ସୁନା ଖାଡି ସମେତ ୪୦୦ ଗ୍ରାମ ର ବିଭିନ୍ନ ରୁପା ଅଳଙ୍କାର ଓ ନଗଦ ୨୬ ଲକ୍ଷ ୩୮ ହଜାର ୫୦୦ ଟଙ୍କା ଜବତ କରିଛନ୍ତି ଓ ଉକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

ଆଜି ବ୍ରହ୍ମପୁର ଏସ୍ ପି ଡଃ ସର୍ବଣା ବିବେକ ଏମ୍ ସାମ୍ବାଦିକ ସମ୍ମିଳନୀରେ ଉକ୍ତ ସମସ୍ତ ବିବରଣୀ ପ୍ରଦାନ କରିବା ସହ ଉକ୍ତ ସଫଳତା ପାଇଁ କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ସ୍ବତନ୍ତ୍ରଭାବେ ସମ୍ମାନିତ କରିଛନ୍ତି।

ନିମଖଣ୍ଡି ଥାନା ଲକ୍ଷାଧିକ ଟଙ୍କା ସୁନା ଅଳଙ୍କାର
Share. Facebook Twitter LinkedIn Email WhatsApp Copy Link

Related Posts

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026
Latest News

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.