Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଣତନ୍ତ୍ର ପାଇଁ ଏହା ଏକ କଳା ଦିନ: ଜେଲରୁ ମୁକୁଳିବା ପରେ ଏଭଳି ଅଭିଯୋଗ ଆଣିଲେ ଅଭିଷେକ ବାନାର୍ଜୀ
ଆଜିର ଖବର

ଗଣତନ୍ତ୍ର ପାଇଁ ଏହା ଏକ କଳା ଦିନ: ଜେଲରୁ ମୁକୁଳିବା ପରେ ଏଭଳି ଅଭିଯୋଗ ଆଣିଲେ ଅଭିଷେକ ବାନାର୍ଜୀ

October 4, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମଙ୍ଗଳବାର ଦିନ ଦିଲ୍ଲୀର କୃଷି ଭବନରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଟିଏମସି ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀ ଏବଂ ଅନ୍ୟ ନେତାମାନଙ୍କୁ ଗିରଫ କରିବା ପରେ ଦିଲ୍ଲୀ ପୋଲିସ ଛାଡି ଦେଇଥିଲା। ଅଭିଷେକ ବାନାର୍ଜୀ ବାହାରକୁ ଆସିବା ମାତ୍ରେ ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ ସେ କହିଥିଲେ ଯେ, ଭାରତୀୟ ଗଣତନ୍ତ୍ର ପାଇଁ ଏହା ଏକ କଳା ଦିନ। ରାଜ୍ୟରେ ହାରିଯାଇଥିବାରୁ ବିଜେପି ପଶ୍ଚିମବଙ୍ଗର ଲୋକଙ୍କ ଅଧିକାର ଛଡ଼ାଇ ନେଉଛି।

ଅଭିଷେକ ବାନାର୍ଜୀ ଆହୁରି କହିଛନ୍ତି ଯେ, ଯେଉଁମାନେ ବଙ୍ଗଳାବାସୀଙ୍କ ପାଇଁ ଲଢୁଛନ୍ତି ସେମାନଙ୍କୁ ୩ ଘଣ୍ଟା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ଦିଆଯାଇଛି। ଆମେ ସେଠାରେ ଶାନ୍ତିରେ ବସିଥିଲୁ, କିନ୍ତୁ ମହିଳାଙ୍କ ସମେତ ଆମ ସମସ୍ତଙ୍କୁ ଦୁର୍ବ୍ୟବହାର କରାଯାଇଥିଲା। ଯେଉଁଭଳି ଭାବରେ ଆମକୁ ନିଷ୍ଠୁର ଭାବରେ ଟାଣି ନିଆଯାଇଥିଲା ଏବଂ ଅପମାନିତ କରାଯାଇଥିଲା, ଆଜି ଗଣତନ୍ତ୍ର ପାଇଁ ଏକ କଳା ଦିନ ଏବଂ ଆମର ସାଂସଦମାନେ ଯେପରି ହଇରାଣ ହୋଇଥିଲେ ତାହା ମଧ୍ୟ ସମସ୍ତଙ୍କୁ ଦୃଶ୍ୟମାନ ହେଉଛି।

‘ରାଜଭବନ ଅଭିଯାନ’ ର ଘୋଷଣା:

କୋଲକାତାରେ ‘ରାଜ ଭବନ ଅଭିଯାନ’ ଆହ୍ଵାନ ଦେଇ ଏମସି ନେତା କହିଛନ୍ତି ଯେ, ଏହି ଅଭିଯାନ ଅକ୍ଟୋବର ୫ ତାରିଖ ଅପରାହ୍ନ ୩ ଟାରୁ ଆରମ୍ଭ ହେବ। କେବଳ ଏତିକି ନୁହେଁ ସେ କହିଛନ୍ତି ଯେ, ଆମେ ରାଜ୍ୟପାଳଙ୍କୁ ମଧ୍ୟ ଭେଟିବୁ ଏବଂ ତାଙ୍କୁ ୫୦ ଲକ୍ଷ ଚିଠି ହସ୍ତାନ୍ତର କରାଯିବ।

କେନ୍ଦ୍ର ମନ୍ତ୍ରୀ ସାଧବୀ ନିରଂଜନଙ୍କ ଉପରେ ଅଭିଯୋଗ କରି ଅଭିଷେକ ବାନାର୍ଜୀ କହିଛନ୍ତି ଯେ, ସାଧଭି ନିରଂଜନଙ୍କ ସହ ଆମର ସାକ୍ଷାତ ମଙ୍ଗଳବାର ଦିନ ଧାର୍ଯ୍ୟ କରାଯାଇଥିଲା। ଆମେ ତାଙ୍କୁ ୯୦ ମିନିଟ୍ ଅପେକ୍ଷା କରିଥିଲୁ, ଯାହା ପରେ ଆମକୁ କୁହାଯାଇଥିଲା ଯେ, ସେ ଆମ ସହିତ ସାକ୍ଷାତ କରିବାକୁ ସମର୍ଥ ହେବେ ନାହିଁ।

ଏଥି ସହ କେନ୍ଦ୍ର ମନ୍ତ୍ରୀ ସାଧଭି ନିରଂଜନ ଟିଏମସିର ଅଭିଯୋଗକୁ ଅସ୍ୱୀକାର କରିଛନ୍ତି। ସେ କହିଛନ୍ତି ଯେ, ତୃଣମୁଲ ସାଂସଦଙ୍କୁ ଅପେକ୍ଷା କରି କରି ସେ ୮.୩୦ ରେ ଅଫିସ ଛାଡିଥିଲେ। ତୃଣମୁଲ କଂଗ୍ରେସ ସାଂସଦ ଏବଂ ବଙ୍ଗଳାର ମନ୍ତ୍ରୀଙ୍କ ପ୍ରତିନିଧି ଦଳ ଅଫିସରେ ୬ ଟା ସମୟରେ ସାକ୍ଷାତ ପାଇଁ ସମୟ ନେଇଥିଲେ।

ଅଭିଷେକ ବାନାର୍ଜୀ କୃଷି ଭବନ ଗଣତନ୍ତ୍ର ଟିଏମସି ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ନୋବେଲ ପୁରସ୍କାର ବିଜେତା

February 25, 2026

ଷଷ୍ଠ ଥର ପାଇଁ ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

February 25, 2026

ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ: ମାର୍ଚ୍ଚ ୮ ଯାଏଁ ଗୃହ ମୁଲତବି

February 25, 2026
Latest News

‘ଗୋ-ଆଡଭେଞ୍ଚର’ ପୋର୍ଟାଲ୍ ଶୁଭାରମ୍ଭ: ଓଡ଼ିଶାରେ ସାହସିକ ପର୍ଯ୍ୟଟନର ନୂଆ ଅଧ୍ୟାୟ

February 25, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ନୋବେଲ ପୁରସ୍କାର ବିଜେତା

February 25, 2026

ଷଷ୍ଠ ଥର ପାଇଁ ସ୍ବର୍ଣ୍ଣ ପଦକ ହାସଲ କରିବା ପରେ ପ୍ରମୋଦ ଭଗତଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

February 25, 2026

ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ: ମାର୍ଚ୍ଚ ୮ ଯାଏଁ ଗୃହ ମୁଲତବି

February 25, 2026

ଆଜି ଫେବୃୟାରୀ ୨୫ ତାରିଖ ବୁଧବାର, ଏହି ରାଶିର ଲୋକେ ପାଇବେ ଖୁସି ଖବର

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.