Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»“ସ୍ୱକଳ୍ପ” କାର୍ଯ୍ୟକ୍ରମ ଅଧୀନରେ ଅସ୍ତରଙ୍ଗ ବ୍ଳକରେ “ଉଦ୍ୟୋଗୀ ପରାମର୍ଶ ଶିବିର”
ଆଜିର ଖବର

“ସ୍ୱକଳ୍ପ” କାର୍ଯ୍ୟକ୍ରମ ଅଧୀନରେ ଅସ୍ତରଙ୍ଗ ବ୍ଳକରେ “ଉଦ୍ୟୋଗୀ ପରାମର୍ଶ ଶିବିର”

October 4, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଅସ୍ତରଙ୍ଗ/ପୁରୀ: ରାଜ୍ୟ ସରକାରଙ୍କ ଆତ୍ମନିଯୁକ୍ତି ତଥା ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ “ସ୍ୱକଳ୍ପ” ଅଧୀନରେ ବିଭିନ୍ନ ସ୍ଥାନରେ “ଉଦ୍ୟୋଗୀ ପରାମର୍ଶ ଶିବିର” ଆୟୋଜନ କରାଯାଉଛି। ମଙ୍ଗଳବାର ଦିନ ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକର କେନ୍ଦ୍ରାପତିଠାରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଠାରେ ସ୍ୱକଳ୍ପ ଅଧୀନରେ ଉଦ୍ୟୋଗୀ ଦକ୍ଷତା ବିକାଶ ତାଲିମ ନେଇଥିବା ସ୍ଥାନୀୟ ଅଞ୍ଚଳର ପ୍ରାର୍ଥୀମାନଙ୍କୁ ବିଭିନ୍ନ ପ୍ରକାରର ବ୍ୟବସାୟ ସ୍ଥାପନା ଲାଗି ଆବଶ୍ୟକ ସହାୟତା ଦିଆଯାଇଥିଲା

ଏହି କାର୍ଯ୍ୟକ୍ରମରେ “ସ୍ୱକଳ୍ପ” ଅଧୀନରେ ଉଦ୍ୟୋଗୀ ଦକ୍ଷତା ବିକାଶ ତାଲିମ ଶେଷ କରିଥିବା ସ୍ଥାନୀୟ ଅଞ୍ଚଳର ପ୍ରାର୍ଥୀମାନେ ଯୋଗ ଦେଇଥିଲେ। ସେଠାରେ ସେମାନଙ୍କୁ ତାଲିମ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ତା’ଛଡ଼ା ବ୍ୟବସାୟ ସ୍ଥାପନା ଲାଗି ପ୍ରାର୍ଥୀମାନଙ୍କର ଆବଶ୍ୟକ ହେଉଥିବା ଉଦ୍ୟମ ଆଧାର ମଧ୍ୟ ପଞ୍ଜୀକରଣ କରାଯାଇଥିଲା।

“ଉଦ୍ୟୋଗୀ ପରାମର୍ଶ ଶିବିର”ରେ ବିଭିନ୍ନ ବ୍ୟାଙ୍କ ଅଧିକାରୀଙ୍କ ସହ ବଜାର ବିଶେଷଜ୍ଞ ଏବଂ ପ୍ରମୁଖ ଅଂଶୀଦାରମାନେ ଯୋଗ ଦେଇଥିଲେ। ଏହି ଅବସରରେ ୧୬ରୁ ଅଧିକ ପ୍ରାର୍ଥୀ ନିଜ ନିଜର ବ୍ୟବସାୟ ସ୍ଥାପନା ଲାଗି ଆବଶ୍ୟକ ବ୍ୟାଙ୍କ ଋଣ ପାଇଁ ଆବେଦନ କରିଥିଲେ। କାର୍ଯ୍ୟକ୍ରମରେ ଉପସ୍ଥିତ ବ୍ୟାଙ୍କ ଅଧିକାରୀ ତାହା ଗ୍ରହଣ କରିଥିଲେ।

“ସ୍ୱକଳ୍ପ” କାର୍ଯ୍ୟକ୍ରମ ଅଧୀନରେ ସଫଳତାର ସହ ତାଲିମ ଶେଷ କରିଥିବା କେତେକ ପ୍ରାର୍ଥୀ ସେମାନଙ୍କ ସ୍ୱପ୍ନ କିପରି ସାକାର ହେଉଛି ସେ ବିଷୟରେ ବର୍ଣ୍ଣନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ପୁରୀ ଜିଲ୍ଲା ଶିଳ୍ପ କେନ୍ଦ୍ରର ସାଧନ ଅଧିକାରୀ ସଞ୍ଜିତ ମହାନ୍ତି, ବିଶ୍ୱ ଦକ୍ଷତା କେନ୍ଦ୍ରର ଜେନେରାଲ ମ୍ୟାନେଜର ଜିତେନ୍ଦ୍ର ମୋହନ ସାହୁ, ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଅସ୍ତରଙ୍ଗ ଶାଖାର ପ୍ରବନ୍ଧକ ସମୀର କୁମାର ନାୟକ, ଅସ୍ତରଙ୍ଗ ବ୍ଲକ ଉପାଧ୍ୟକ୍ଷ ଦୁର୍ଯ୍ୟୟ ମିଶ୍ର, ପାଲାଡିୟମ ଇଣ୍ଡିଆର କମ୍ୟୁନିକେସନ ମ୍ୟାନେଜର ପାରୁଲ ଶର୍ମା, ସହଯୋଗୀ ନିର୍ଦ୍ଦେଶକ ସୌମେନ୍ଦ୍ର ଚୌଧୁରୀ, ପ୍ରକଳ୍ପ ସଂଯୋଜକ ରାଜକୁମାର ନାୟକ, ହମାରା ବଚପନ ଟ୍ରଷ୍ଟର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଅର୍ପିତା ପଟ୍ଟନାୟକ, ଓମଫେଡ୍ ପୁରୀ ଜିଲ୍ଲାର ମାର୍କେଟିଙ୍ଗ ସୁପରିଣ୍ଟେଣ୍ଡେଣ୍ଟ ଜଗଦ୍ଦୀଶ ମଲ୍ଲିକ, ୟୁକୋ ବ୍ୟାଙ୍କ ଅସ୍ତରଙ୍ଗ ଶାଖାର ବ୍ୟାଙ୍କ ମିତ୍ର ସ୍ୱୟମତାରା ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ।

ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ଅଧୀନରେ ତଥା ବିଶ୍ୱ ଦକ୍ଷତା କେନ୍ଦ୍ର ଦ୍ୱାରା “ସ୍ୱକଳ୍ପ”ର ପରିଚାଳନା କରାଯାଉଛି। ସ୍ୱକଳ୍ପ କାର୍ଯ୍ୟକ୍ରମର ମୁଖ୍ୟ ସହଯୋଗୀ ସଂସ୍ଥା ପାଲାଡିୟମ କନସଲ୍ଟିଂ ତଥା ଏହାସହ ଥିବା ଅନ୍ୟତମ ସହଯୋଗୀ ସଂସ୍ଥା ହମାରା ବଚପନ ଟ୍ରଷ୍ଟ “ଉଦ୍ୟୋଗୀ ପରାମର୍ଶ ଶିବିର”ର ପରିଚାଳନା କରୁଛନ୍ତି।

"ସ୍ୱକଳ୍ପ'' କାର୍ଯ୍ୟକ୍ରମ ଅସ୍ତରଙ୍ଗ ବ୍ଳକ ଉଦ୍ୟୋଗୀ ପରାମର୍ଶ ଶିବିର ପୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.