Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେଡିର ଜନସମ୍ପର୍କ ପଦଯାତ୍ରା ଶୁଭାରମ୍ଭ କଲେ ବିଧାୟକ ବାଦଲ
ଆଜିର ଖବର

ବିଜେଡିର ଜନସମ୍ପର୍କ ପଦଯାତ୍ରା ଶୁଭାରମ୍ଭ କଲେ ବିଧାୟକ ବାଦଲ

October 6, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ପବିତ୍ର ଗାନ୍ଧୀ ଜୟନ୍ତୀ ଠାରୁ ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ପର୍ଯ୍ୟନ୍ତ ବିଜୁଜନତା ଦଳ ପକ୍ଷରୁ ଜନ ସମ୍ପର୍କ ଅଭିଯାନ (ପଦଯାତ୍ରା) ଆରମ୍ଭ ହୋଇଛି। ଏହି ପଦଯାତ୍ରାରେ ମଧ୍ୟ ରଣପୁର ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳ ସାମିଲ ହୋଇ ଏହି ପଦଯାତ୍ରା କାର୍ଯ୍ୟକ୍ରମ ଆରମ୍ଭ କରିଛି। ଏହି ପଦଯାତ୍ରା ଗୋପାଳପୁର ଠାରୁ ମଝିଆଖଣ୍ଡ ପର୍ଯ୍ୟନ୍ତ କରାଯାଇଥିଲା।

ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ବ୍ଲକ ସଭାପତି ସଚିକାନ୍ତ ଷଡ଼ଙ୍ଗୀ, ବିଜ୍ଞାପିତ ଅଞ୍ଚଳ ପରିଷଦ ନଗର ସଭାପତି ଲିଙ୍ଗରାଜ ନାୟକ, ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷା ରଙ୍ଗୀନ ମହାନ୍ତି, ସାଂସଦ ପ୍ରତିନିଧି ସ୍ୱରାଜ ମହାନ୍ତି, ରଣପୁର ବ୍ଲକ ଉପସଭାପତି ପ୍ରଭାତ ଦଳବେହେରା, ଯୁବ ନେତା ବନମାଳୀ ମହାପାତ୍ର, ଲିଙ୍କନ ସୁବୁଦ୍ଧି, ନର୍ମଦା ରାୟ, ଡ଼ ସନ୍ତୋଷ କୁମାର ଲେଙ୍କା, ରଞ୍ଜନ ଦାଶ, ଲିଟୁ ସ୍ୱାଇଁଙ୍କ ସହ ସମସ୍ତ ବିଜେଡି କର୍ମୀ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଏଥିରେ ଲୋକମାନଙ୍କୁ ବିଭିନ୍ନ ଯୋଜନା ସମ୍ପର୍କରେ ବୁଝା ଯାଇଥିଲା।

ଗାନ୍ଧି ଜୟନ୍ତୀରୁ ସାରା ରାଜ୍ୟରେ ଆରମ୍ଭ ହୋଇଛି ବିଜେଡିର ଜନସମ୍ପର୍କ ପଦଯାତ୍ରା। ଜୟପ୍ରକାଶ ଜୟନ୍ତୀ ଯାଏଁ ରାଜ୍ୟବ୍ୟାପୀ ଚାଲିବ ଏହି ପଦଯାତ୍ରା। ଏହା ମାଧ୍ୟମରେ ପ୍ରତି ଘରେ ପହଞ୍ଚିବାକୁ ବିଜୁ ଜନତା ଦଳ ଲକ୍ଷ୍ୟ ରଖିଛି। ପଦଯାତ୍ରା କରି ବିଜେଡିର ନେତା, ମନ୍ତ୍ରୀ, ବିଧାୟକ ଓ ସାଂସଦ ରାଜ୍ୟ ସରକାରଙ୍କ ବିକାଶମୂଳକ କାମ ସମ୍ପର୍କରେ ଲୋକଙ୍କୁ ବୁଝାଇବେ। ସବୁ ନିର୍ବାଚନ ମଣ୍ଡଳୀରେ ପଦଯାତ୍ରା ସହ ରକ୍ତଦାନ, ବୃକ୍ଷରୋପଣ ଓ ଅନ୍ୟ ସାମାଜିକ କାର୍ଯ୍ୟକ୍ରମ ହେବ। ଜୟପ୍ରକାଶ ନାରାୟଣଙ୍କ ଜୟନ୍ତୀ ପର୍ଯ୍ୟନ୍ତ ଏହି ପଦଯାତ୍ରା ଚାଲିବ। ଅକ୍ଟୋବର ୨ରୁ ଡିସେମ୍ବର ୨୬ ତାରିଖ ଯାଏ ଏହି ଜନସମ୍ପର୍କ ଯାତ୍ରା କାର୍ଯ୍ୟକ୍ରମ କରାଯିବ ବୋଲି ରଣପୁର ବିଧାୟକ କହିଛନ୍ତି।

ଆସନ୍ତା ଡିସେମ୍ବର ୨୬ରେ ବିଜେଡି ଦଳ ପ୍ରତିଷ୍ଠାକୁ ୨୬ ବର୍ଷ ପୂରିବ। ଦଳର ଏହି ୨୭ତମ ପ୍ରତିଷ୍ଠା ଦିବସ ପାଇଁ ଜନସମ୍ପର୍କ ପଦଯାତ୍ରାକୁ ବ୍ୟାପକ କରିବାକୁ ଦଳ ଯୋଜନା କରିଛି । ସବୁ ନିର୍ବାଚନମଣ୍ଡଳୀରେ ପଦଯାତ୍ରା ସହ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ହେବ। ଅକ୍ଟୋବର ୧୨ରୁ ମାସକ ଯାଏ ଦଳର ସକ୍ରିୟ ସଦସ୍ୟ, ସଦସ୍ୟାଙ୍କୁ ନେଇ ଜିଲ୍ଲାପରିଷଦ ଜୋନ୍‌ସ୍ତର ଓ ପୌରାଞ୍ଚଳସ୍ତରରେ ପ୍ରଶିକ୍ଷଣ ଶିବିର କରାଯିବ। ଦଳର ସାଂଗଠନିକ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଲୋକଙ୍କ ପାଖକୁ ଯାଇ ସିଧାସଳଖ ସମ୍ପର୍କ ସ୍ଥାପନ କରିବାକୁ ଯୋଜନା ହୋଇଛି। ପ୍ରତି ୱାର୍ଡରେ ପହଞ୍ଚି ସରକାରୀ ଯୋଜନା ବାବଦରେ ସଚେତନତା ସୃଷ୍ଟି କରାଯିବ। ଡିସେମ୍ବର ୨୬ରେ ଦଳର ପ୍ରତିଷ୍ଠା ଦିବସ ପାଳନ କରାଯିବ। ଏଥିରେ ଓଡ଼ିଶାର ସଂଗ୍ରାମୀ ଓ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯିବ। ରାଜ୍ୟର ବିକାଶକୁ ଶୀର୍ଷକୁ ନେବାକୁ ବିଜେଡି ନେତା ଓ କର୍ମୀମାନେ ସଙ୍କଳ୍ପ ନେବେ। ଜିଲ୍ଲା ପର୍ଯ୍ୟବେକ୍ଷକ ଓ ଜିଲ୍ଲା ସଭାପତିଙ୍କ ନେତୃତ୍ୱ ନେଇ ପଦଯାତ୍ରା ସହ ସବୁ ସାମାଜିକ କାର୍ଯ୍ୟକ୍ରମ କରିବାକୁ ବିଜେଡି ଦଳର ସୁପ୍ରିମୋ ନବୀନ ଆହ୍ୱାନ ଦେଇଛନ୍ତି।

ଗାନ୍ଧୀ ଜୟନ୍ତୀ ଜନସମ୍ପର୍କ ପଦଯାତ୍ରା ଜୟପ୍ରକାଶ ନାରାୟଣ ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026
Latest News

ରେଳଭଡାରେ କୌଣସି ବ୍ୟବସାୟିକ ଗୋପନୀୟତା ନାହିଁ: ଅଶ୍ୱିନୀ ବୈଷ୍ଣବ

March 12, 2026

ତିରୁଚିରାପଲ୍ଲିରେ ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

March 12, 2026

ଦୃଢ଼ ଡିଜିଟାଲ ଭିତ୍ତିଭୂମି ଦ୍ୱାରା ଡିଜିଟାଲ ଅନ୍ତର୍ଭୁକ୍ତିକୁ ଆଗେଇ ନେଉଛି ଡିଜିଟାଲ ଇଣ୍ଡିଆ: ଅଶ୍ୱିନୀ ବୈଷ୍ଣବ

March 12, 2026

କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀଙ୍କ ଦ୍ୱାରା ‘ଭାରତ ଟେକ୍ସ ୨୦୨୬’ ଶୁଭାରମ୍ଭ

March 12, 2026

ଏର୍ଣ୍ଣାକୁଲମ୍‌ରେ ୧୧ ହଜାର କୋଟିର ବିକାଶ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.