Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ଼ରେ ପୁଞ୍ଜିନିବେଶ କରିବ ଆବୁଧାବି ଇନଭେଷ୍ଟମେଣ୍ଟ ଅଥୋରିଟି
ଆଜିର ଖବର

ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ଼ରେ ପୁଞ୍ଜିନିବେଶ କରିବ ଆବୁଧାବି ଇନଭେଷ୍ଟମେଣ୍ଟ ଅଥୋରିଟି

October 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ଼ର ସହଯୋଗୀ କମ୍ପାନୀ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ଼ (ଆରଆରଭିଏଲ)ରେ ଆବୁଧାବି ଇନଭେଷ୍ଟମେଣ୍ଟ ଅଥୋରିଟିର ଏକ ପୂର୍ଣ୍ଣ ଅଧିକୃତ ସହଯୋଗୀ ସଂସ୍ଥା ୪୯୬୬.୮୦ କୋଟି ଟଙ୍କା ପୁଞ୍ଜିନିବେଶ କରିବା ନେଇ ଆରଆରଭିଏଲ ପକ୍ଷରୁ ଘୋଷଣା କରାଯାଇଛି। ଆବୁଧାବି ଇନଭେଷ୍ଟମେଣ୍ଟ ଅଥୋରିଟିର ଏହି ନିବେଶ ପୂର୍ଣ୍ଣ ବିଘଟିତ ଭାବରେ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ଼ର ୦.୫୯ ପ୍ରତିଶତ ଇକ୍ୱିଟି ଅଂଶରେ ପରିବର୍ତ୍ତିତ ହେବ। ଏହି ନିବେଶ ଆରଆରଭିଏଲର ପ୍ରି-ମନି ଇକ୍ୱିଟି ମୂଲ୍ୟ ୮.୩୮୧ ଲକ୍ଷ କୋଟି ଟଙ୍କା ଆକଳନ କରିଛି, ଯାହା ଇକ୍ୱିଟି ମୂଲ୍ୟ ହିସାବରେ ଦେଶର ଚାରି ଅଗ୍ରଣୀ କମ୍ପାନୀ ମଧ୍ୟରେ ରହିଛି।

ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ଼ ଏହାର ସହଯୋଗୀ କମ୍ପାନୀ ଗୁଡିକ ଜରିଆରେ ଭାରତର ସର୍ବବୃହତ, ଦ୍ରୁତ ଅଭିବୃଦ୍ଧିଶୀଳ ଏବଂ ସର୍ବାଧିକ ଲାଭଦାୟକ ରିଟେଲ ବ୍ୟବସାୟ ପରିଚାଳନା କରୁଛି। ଗ୍ରୋସରୀ, କଂଜୁମର ଇଲେକ୍ଟ୍ରୋନିକ୍ସ, ଫ୍ୟାସନ ଓ ଲାଇଫଷ୍ଟାଇଲ ଏବଂ ଫାର୍ମା ଉପଭୋକ୍ତା ବର୍ଗରେ ୧୮୫୦୦ ରୁ ଉର୍ଦ୍ଧ୍ୱ ଷ୍ଟୋର ଏବଂ ଡିଜିଟାଲ କମର୍ସ ପ୍ଳାଟଫର୍ମ ନେଟୱାର୍କ ଜରିଆରେ ଏହା ୨୬୭ ନିୟୁତରୁ ଅଧିକ ନିୟମିତ ଗ୍ରାହକମାନଙ୍କ ଆବଶ୍ୟକତା ପୁରଣ କରୁଛି। ଏହାର ନିଉ-କମର୍ସ ବ୍ୟବସାୟ ଜରିଆରେ ଆରଆରଭିଏଲ ୩୦ ଲକ୍ଷରୁ ଅଧିକ ଛୋଟ ଓ ଅସଂଗଠିତ ବ୍ୟବସାୟୀଙ୍କୁ ଡିଜିଟାଇଜ ହେବାରେ ସହାୟକ ହୋଇଛି। ଏହା ଦ୍ୱାରା ଏହି ବ୍ୟବସାୟୀ ମାନେ ଟେକ୍ନୋଲୋଜି ବଳରେ ସେମାନଙ୍କ ନିଜ ଗ୍ରାହକମାନଙ୍କୁ ଶ୍ରେଷ୍ଠ ସୁବିଧା ଓ ସେବା ଦେଇପାରିବେ।

ଏହି ଅବସରରେ ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ଼ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ଇଶା ଅମ୍ବାନୀକହିଛନ୍ତି ” ରିଲାଏନ୍ସ ରିଟେଲ ଭେଞ୍ଚର୍ସ ଲିମିଟେଡ଼ର ଏକ ନିବେଶକ ଭାବରେ ଆବୁଧାବି ଇନଭେଷ୍ଟମେଣ୍ଟ ଅଥୋରିଟି ସହିତ ଆମର ସମ୍ପର୍କକୁ ଆହୁରି ସୁଦୃଢ କରି ଆମେ ବେଶ ଆନନ୍ଦିତ। ବିଶ୍ୱରେ ମୂଲ୍ୟ ସୃଷ୍ଟି କରିବା କ୍ଷେତ୍ରରେ ସେମାନଙ୍କର ରହିଥିବା ସୁଦୀର୍ଘ ଅଭିଜ୍ଞତା ଆମକୁ ଭାରତର ରିଟେଲ କ୍ଷେତ୍ରକୁ ପରିବର୍ଦ୍ଧିତ କରିବାନେଇ ଆମର ରହିଥିବା ଲକ୍ଷ୍ୟ ହାସଲରେ ସହାୟକ ହେବ। ଆରଆରଭିଏଲରେ ଏହି ନିବେଶ ଭାରତୀୟ ଅର୍ଥନୀତି ତଥା ଆମ ବ୍ୟବସାୟିକ ମୂଳଭିତ୍ତି ଏବଂ କାର୍ଯ୍ୟ ସମ୍ପାଦନ କ୍ଷମତା ନେଇ ସେମାନଙ୍କର ରହିଥିବା ବିଶ୍ୱାସର ପରିଚାୟକ। “

ଏହି ଅବସରରେ ଆବୁଧାବି ଇନଭେଷ୍ଟମେଣ୍ଟ ଅଥୋରିଟିର ଘରୋଇ ଇକ୍ୱିଟି ବିଭାଗର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ହମଦ ଅଲଢ଼ହେରିକହିଛନ୍ତି ” ଦ୍ରୁତ ଗତିରେ ଆଗକୁ ବଢୁଥିବା ଏକ ବଜାରରେ ରିଲାଏନ୍ସ ରିଟେଲ ଦୃଢ ଅଭିବୃଦ୍ଧି ଓ ନମନୀୟତା ପ୍ରଦର୍ଶିତ କରିଛି । ରିଲାଏନ୍ସ ସହିତ ଆମର ସହଭାଗିତା ବଢ଼ାଇ ଭାରତର ଦ୍ରୁତ ଅଭିବୃଦ୍ଧିଶୀଳ ଉପଭୋକ୍ତା କ୍ଷେତ୍ରରେ ଆମ ଉପସ୍ଥିତି ବୃଦ୍ଧି କରି ଆମେ ବେଶ ଆନନ୍ଦିତ। “

ଆରଆରଭିଏଲ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.