Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସୀୟ କ୍ରୀଡ଼ାରେ ପଦକ ସଂଖ୍ୟା ୧୦୦ ଅତିକ୍ରମ କରିଥିବାରୁ ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ଏସୀୟ କ୍ରୀଡ଼ାରେ ପଦକ ସଂଖ୍ୟା ୧୦୦ ଅତିକ୍ରମ କରିଥିବାରୁ ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ

October 7, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଚୀନରେ ଚାଲିଥିବା ୧୯ ତମ ଏସୀୟ କ୍ରୀଡ଼ାରେ ପଦକ ସଂଖ୍ୟା ୧୦୦ ପାର ହୋଇଥିବାରୁ କେନ୍ଦ୍ର ଯୁବ ଓ କ୍ରୀଡ଼ା ମନ୍ତ୍ରୀ ଆଥଲେଟ ମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି, ୧୪୦ କୋଟି ଭାରତୀୟଙ୍କ ତରଫରୁ ସମସ୍ତ ଆଥଲେଟଙ୍କୁ ମୋର ଶୁଭେଚ୍ଛା। ସେମାନେ ଭବିଷ୍ୟତର କ୍ରୀଡ଼ାବିତମାନଙ୍କ ପାଇଁ ପ୍ରେରଣା। ସେ କହିଛନ୍ତି ଯେ ଏସୀୟ କ୍ରୀଡ଼ାର ୭୨ ବର୍ଷର ଇତିହାସରେ ଆମ ଆଥଲେଟମାନେ ଏଥର ଅନେକ ରେକର୍ଡ ଭାଙ୍ଗିବା ସହ ଅନେକ ନୂଆ ଏସୀୟ ରେକର୍ଡ ମଧ୍ୟ କରିଛନ୍ତି। ଆଥଲେଟିକ୍ସରେ ୨୯ ପଦକ, ସୁଟିଂରେ ୨୨ ପଦକ ନୂଆ ରେକର୍ଡ। ଅନୁରାଗ ସିଂହ ଠାକୁର ଆହୁରି ମଧ୍ୟ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦୂରଦୃଷ୍ଟି ଏବଂ ତାଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସୁବିଧା ଏବଂ ଆମ ଖେଳାଳିଙ୍କ କଠିନ ପରିଶ୍ରମ ଏବଂ ସଂକଳ୍ପ ଭାରତ କୁ ୧୦୦ ପଦକ ଜିତିବା ସୁନିଶ୍ଚିତ କରିଛି। ଏହି ଏସୀୟ କ୍ରୀଡ଼ାରେ ଇତିହାସ ରଚିଥିବାରୁ ମୁଁ ସମସ୍ତ କ୍ରୀଡ଼ାବିତମାନଙ୍କୁ ଅଭିନନ୍ଦନ ଜଣାଉଛି।

ଏସୀୟ କ୍ରୀଡ଼ାରେ ହକି ଦଳ ବହୁତ ଭଲ ପ୍ରଦର୍ଶନ କରିଛି ଏବଂ ଏହା ଭବିଷ୍ୟତ ପ୍ରତିଯୋଗିତାରେ ଆତ୍ମବିଶ୍ୱାସ ସହ ଆଗକୁ ବଢ଼ିବାରେ ସହାୟକ ହେବ ବୋଲି ସେ କହିଛନ୍ତି। ସେ କହିଥିଲେ ଯେ ପ୍ରଧାନମନ୍ତ୍ରୀ ମୋଦୀ “ଖେଲଗେ ତୋ ଖିଲୋଗେ”ର ସ୍ଲୋଗାନ୍ ଦେଇଥିଲେ ଏବଂ କହିଥିଲେ ଯେ ଚିନ୍ତାଧାରାରେ ପରିବର୍ତ୍ତନ ଏବଂ ସୁବିଧା ପ୍ରଦାନ ଦ୍ୱାରା ଫଳାଫଳ ଆସିବ ଏବଂ ଏହା ଆଜି ପରିଲକ୍ଷିତ ହେଉଛି।

ଅନୁରାଗ ଠାକୁର ଏସୀୟ କ୍ରୀଡା ଚୀନ ପ୍ରଧାନମନ୍ତ୍ରୀ ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭକ୍ତଙ୍କ ଉପରେ ମାଡ଼ିଗଲା ଟ୍ରକ୍, ୧୫ ମୃତ

October 18, 2026

IDBI Bank Sale Controversy: ଆଡିବିଆଇ ବ୍ୟାଙ୍କ ବିକିବା ପ୍ରସ୍ତାବକୁ ବିରୋଧ କରି କର୍ମଚାରୀ ସଂଘର ଧର୍ମଘଟ ଆହ୍ବାନ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026

ବନ ବିଭାଗର ୬୫ ଲକ୍ଷରୁ ଅଧିକ ଟଙ୍କା ହଡ଼ପ କରି ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ

October 18, 2026
Latest News

ଭକ୍ତଙ୍କ ଉପରେ ମାଡ଼ିଗଲା ଟ୍ରକ୍, ୧୫ ମୃତ

October 18, 2026

IDBI Bank Sale Controversy: ଆଡିବିଆଇ ବ୍ୟାଙ୍କ ବିକିବା ପ୍ରସ୍ତାବକୁ ବିରୋଧ କରି କର୍ମଚାରୀ ସଂଘର ଧର୍ମଘଟ ଆହ୍ବାନ

October 18, 2026

ପ୍ରାଚୀନ ଅଷ୍ଟଶମ୍ଭୁ ମନ୍ଦିରରୁ ଐତିହାସିକ ପୁରାତନ ବୀରଶିଳା ଆବିଷ୍କୃତ

October 18, 2026

Vedanta Investment: ଜିଙ୍କ୍ ଉତ୍ପାଦନ ଦ୍ୱିଗୁଣିତ କରିବା ପାଇଁ ୬୦୦ ନିୟୁତ ଡଲାର ନିବେଶ କରିବ ବେଦାନ୍ତ

October 18, 2026

Twin City Durga Puja: କଟକ ଭୁବନେଶ୍ବରରେ ଧୂମଧାମରେ ଚାଲିଛି ଦୁର୍ଗାପୂଜା, ଚାରିଆଡେ ଉତ୍ସବର ପରିବେଶ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.