Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସେବା, ସୁଶାସନ, ଗରିବ କଲ୍ୟାଣ ଓ ମିଶନ ଲାଇଫ ସମ୍ପର୍କିତ କର୍ମଶାଳା
ଆଜିର ଖବର

ସେବା, ସୁଶାସନ, ଗରିବ କଲ୍ୟାଣ ଓ ମିଶନ ଲାଇଫ ସମ୍ପର୍କିତ କର୍ମଶାଳା

October 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ, ବାଲେଶ୍ୱର ପକ୍ଷରୁ ନଅ ବର୍ଷର ସେବା, ସୁଶାସନ, ଗରିବ କଲ୍ୟାଣ ଏବଂ ମିଶନ ଲାଇଫ ସମ୍ପର୍କୀତ କର୍ମଶାଳା ଭଦ୍ରକ ଜିଲ୍ଲାର ଧାମନଗର ବ୍ଲକ ଅନ୍ତର୍ଗତ ଧୁଷୁରୀ ପଞ୍ଚାୟତରେ ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାକୁ ଧାମନଗର ବିଧାୟକ ସୁରଜ ସୂର୍ଯ୍ୟବଂଶୀ ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଉଦ୍‌ଘାଟନ କରିଥିଲେ।

କର୍ମଶାଳା ବ୍ୟତୀତ ଦୁଇଦିନିଆ ଫଟୋ ଚିତ୍ର ପ୍ରଦର୍ଶନୀକୁ ମଧ୍ୟ ଫିତାକାଟି ଉଦ୍‌ଘାଟନ କରିଥିଲେ। ଏହି ଫଟୋଚିତ୍ର ପ୍ରଦର୍ଶନୀରେ ଭାରତ ସରକାରଙ୍କ ୯ବର୍ଷର ସେବା, ସୁଶାସନ, ଗରିବ କଲ୍ୟାଣ ଅନ୍ତର୍ଗତ ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଏବଂ ମିଶନ ଲାଇଫ ସମ୍ପର୍କରେ ପ୍ରଦର୍ଶନ କରାଯାଇଛି। ସମ୍ମାନୀତ ଅତିଥିଭାବେ ଧୁଷୁରୀ ସରପଞ୍ଚ ଅନ୍ତର୍ଯ୍ୟାମୀ ପତି, ରାଧାବଲ୍ଲଭପୁର ପଞ୍ଚାୟତର ସରପଞ୍ଚ ସରୋଜ କୁମାର ସ୍ୱାଇଁ ଯୋଗଦେଇଥିବାବେଳେ ଅତିଥି ବକ୍ତାଭାବେ ଆଖଣ୍ଡଳମଣି ମହାବିଦ୍ୟାଳୟର ଅଧ୍ୟାପକ ନିହାର ରଞ୍ଜନ କର, ଧୁଷୁରୀ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ମହାନ୍ତି ଯୋଗଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଧୁଷୁରୀ ପଞ୍ଚାୟତର ସ୍ୱଂୟ ସହାୟିକା ଗୋଷ୍ଠୀର ମହିଳା, ଗ୍ରାମବାସୀ ଓ ଛାତ୍ରଛାତ୍ରୀମାନେ ଯୋଗଦେଇଥିଲେ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ଏକ ସଚେତନତା ପଦଯାତ୍ରାରେ ଅଂଶଗ୍ରହଣକାରୀ ମାନଙ୍କୁ ନେଇ ଗ୍ରାମ ପରିକ୍ରମା କରାଯାଇଥିଲା। କାର୍ଯ୍ୟକ୍ରମର ପୂର୍ବଦିନ ଅନୁଷ୍ଠିତ ଚିତ୍ରାଙ୍କନ ଏବଂ ବକ୍ତୃତା ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ପୁରସ୍କାର ଏବଂ ମାନପତ୍ର ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମ ଦୁଇଦିନ ବ୍ୟାପୀ ଚାଲିବ। ପ୍ରତ୍ୟେକ ଦିନ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। କ୍ଷେତ୍ର ପ୍ରଚାର ଅଧିକାରୀ ନିର୍ମାଲ୍ୟ ବେହେରା ସଭା ପରିଚାଳନା କରିଥିବାବେଳେ ସହଯୋଗୀ ଖଗେଶ ବାଇପାଇ ଧନ୍ୟବାଦ ଅର୍ପଣ କରିଥିଲେ।

କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ବାଲେଶ୍ୱର ଭାରତ ସରକାର ସୁରଜ ସୂର୍ଯ୍ୟବଂଶୀ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026
Latest News

ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

August 14, 2026

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

କଟକ ଦୁଷ୍କର୍ମ ମାମଲା: ୫ ଗିରଫ, ଅନ୍ୟ ଜଣେ ଫେରାର

August 14, 2026

ଅଗଷ୍ଟ ୧୪ ତାରିଖ ଶୁକ୍ରବାରରେ ସାତଟି ରାଶିର ଭାଗ୍ୟରେ ଦେଖାଦେବ ବଡ ପରିବର୍ତ୍ତନ

August 14, 2026

ଶୋ’ରୁମ୍‌ରେ ଚୋରର ହାଇଡ୍ରାମା: କଫି ପିଇଲା, ନାଚିଲା, ବାଇକ୍‌ ନେଇ ମାରିଲା ଛୁ’

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.