Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ
ଆଜିର ଖବର

ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ

October 11, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ଆନ୍ତର୍ଜାତୀୟ ବାଳିକା ଦିବସ ପାଳିତ

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ତରଫରୁ ଆଜି ଆନ୍ତର୍ଜାତୀୟ ବାଳିକା ଦିବସ ୨୦୨୩ ଅନୁଷ୍ଠିତ ହୋଇଯାଇଛି। ଖୋର୍ଦ୍ଧା ଜିଲ୍ଲାର ୨୬ ଜଣ ମନୋନୀତ ସଖି ଓ ସହେଲି ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ବାଳିକା ଶିକ୍ଷାର ଗୁରୁତ୍ବ ତଥା ଅଧା ପାଠ ନ ଛାଡିବା ପାଇଁ ପିଲା ମାନେ କଣ କରିବେ ଏହି ବିଷୟକୁ ନେଇ ପିଲା ମାନଙ୍କ ମଧ୍ୟରେ ଏକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇ ୩ ଜଣ କୃତୀ ପ୍ରତିଯୋଗୀଙ୍କୁ ବଛା ହୋଇଥିଲା।

ଅଂଶ ଗ୍ରହଣ କରିଥିବା ସମସ୍ତ ପିଲା ମାନଙ୍କୁ ମାନପତ୍ର ଦ୍ବାରା ସମ୍ମାନିତ କରାଯାଇଥିଲା । ପ୍ରତିଯୋଗିତା ର ବିଚାରକ ଭାବରେ ସୁଷମା ମହାନ୍ତି, ଅତିରିକ୍ତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ସୁରଥ ବିଶ୍ବାଳ, ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ମମତା, ବାଣୀଶ୍ରୀ ପଟ୍ଟନାୟକ, ଜିଲ୍ଲା ଶିଶୁ ମଙ୍ଗଳ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ। ମୁଖ୍ୟ ଅତିଥି ଭାବେ ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଯୋଗ ଦେଇ ପିଲା ମାନଙ୍କୁ ପାଠ ପଢାର ମହତ୍ତ୍ବ ବିଷୟରେ ବୁଝାଇଥିଲେ।

ଝିଅ ଜନ୍ମ ଭଗବାନଙ୍କ ଏକ ଆଶୀର୍ବାଦ ବୋଲି କହିଥିଲେ ଖୋର୍ଦ୍ଧା ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଣି ନିରୂପମା ପାଣି। ସେ ପିଲାମାନଙ୍କୁ ସୁଷମ ଖାଦ୍ୟ ଖାଇବା, ଶିକ୍ଷା ତଥା ବାପା ମା ଆଉ ଗୁରୁଜନ ମାନଙ୍କୁ ସମ୍ମାନ ଦେବା ପାଇଁ ଉପଦେଶ ଦେଇଥିଲେ। କିଶୋର କିଶୋରୀ ପିଲା ମାନେ କିପରି ରକ୍ତହୀନତା କୁ ଦୂରେଇ ଏକ ସୁସ୍ଥ ଜୀବନ ଶୈଳୀ ଆପଣେଇବେ ଏବଂ ଏକ ନିରାପଦ ଭବିଷ୍ୟତ ଗଠନ କରିପାରିବେ ବୋଲି ଅତିଥିମାନେ କହିଥିଲେ।

ଅନ୍ୟମାନଙ୍କ ମଧ୍ୟରେ କାର୍ଯ୍ୟନିର୍ବାହୀ ସୁରକ୍ଷା ଅଧିକାରୀ ମୌଜ ମଣି ନାୟକ, ବାଲ୍ୟ ବିବାହ ନିଷେଧ ଅଧିକାରିଣୀ ସୁଜାତା ତ୍ରିପାଠୀ, ମିନାକ୍ଷୀ ପଟ୍ଟନାୟକ ଆଦି ଯୋଗ ଦେଇଥିଲେ। ଶୁଭସ୍ମୀତା ବେହେରା, କଳ୍ପନା ପରିଡା, ଲକି ସନ୍ତୋଷ, ଜାନକୀ, ସଂଗୀତା ଆଦି ପରିଚାଳନାରେ ସହଯୋଗ କରିଥିଲେ।

ସ୍ୱାତୀ ତନ୍ମୟା ମିଶ୍ର, ଜିଲ୍ଲା ସଂଯୋଜିକା ଏକ୍ସନଏଡ ସଭା କୁ ପରିଚାଳନା କରିଥିଲେ ଏବଂ ଅଭିଲିପ୍ସା ବେହେରା,ପୋଷଣ ସଂଯୋଜିକା ସଭାରେ ଶପଥ ପାଠ କରେଇବା ସହ ଧନ୍ୟବାଦ ଅର୍ପଣ କରିଥିଲେ।

khordha ଖୋର୍ଦ୍ଧା
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026
Latest News

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.