Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ଭେଟିଲେ ବିହାର କ୍ୟାଡର ନୂଆ ଆଇଏଏସ
ଆଜିର ଖବର

ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ଭେଟିଲେ ବିହାର କ୍ୟାଡର ନୂଆ ଆଇଏଏସ

October 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟ ଶାସନ ସଚିବ
ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କୁ ଭେଟିଲେ ବିହାର କ୍ୟାଡର ନୂଆ ଆଇଏଏସ

ଭୁବନେଶ୍ବର: ଆଜି ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କୁ ୨୦୨୨ ମସିହା ବ୍ୟାଚ୍ ର ୧୦ ଜଣ ବିହାର କ୍ୟାଡର ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଶିକ୍ଷାନବିଶ (ଆଇଏଏସ୍ ଅଫିସରର୍ସ ଟ୍ରେନି) ସୌଜନ୍ୟମୂଳକ ସାକ୍ଷାତ କରିଥିଲେ।

ଗୋପବନ୍ଧୁ ପ୍ରଶାସନିକ ଏକାଡେମୀରେ ଜିଲ୍ଲା ସଂପର୍କିତ କାର‌୍ୟ୍ୟ ପରିଚାଳନା ସଂକ୍ରାନ୍ତୀୟ ପ୍ରଶିକ୍ଷଣ ନେବାକୁ ଆସିଥିବା ଏହି ଶିକ୍ଷାନବିଶମାନଙ୍କୁ ମୁଖ୍ୟ ଶାସନ ସଚିବ ଶ୍ରୀ ଜେନା ତାଙ୍କର ଦୀର୍ଘଦିନର ପ୍ରଶାସନିକ ଅଭିଜ୍ଞତା ପ୍ରକାଶ କରିଥିଲେ। ଆଇଏଏସ୍ ଶିକ୍ଷାନବିଶମାନଙ୍କ ସହିତ ଦୀର୍ଘ ସମୟ ଧରି ସେ ଆଲୋଚନା କରିଥିଲେ।

ଓଡିଶାରେ ସଂଘଠିତ ୧୯୯୯ ମହାବାତ୍ୟା ଠାରୁ ଆରମ୍ଭ କରି ପରବର୍ତ୍ତୀ ବିଭିନ୍ନ ବର୍ଷରେ ଦେଖାଦେଇଥିବା  ବାତ୍ୟା , ୨୦୧୯ରେ ଫନି ବାତ୍ୟା ଏବଂ  ଗତ ଜୁନ୍ ମାସରେ ଘଟି ଯାଇଥିବା  ବାହାନଗା ରେଳ ଦୁର୍ଘଟଣା ପର‌୍ୟ୍ୟନ୍ତ ବିଭିନ୍ନ ବିପର‌୍ୟ୍ୟୟ ସମୟରେ କିପରି ଆହ୍ୱାନମୂଳକ ପଦକ୍ଷେପ ନିଆଯାଇ ସେସବୁର ପରିଚାଳନାରେ ସମୟୋପଯୋଗୀ ତ୍ୱରିତ ପଦକ୍ଷେପ ଗ୍ରହଣ  କରାଯାଇଥିଲା, ସେ ସଂପର୍କରେ ଅବଗତ କରିଥିଲେ।

ଚାକିରି କ୍ଷେତ୍ରରେ ନୂଆକରି ଯୋଗଦାନ କରୁଥିବା ଅଧିକାରୀମାନଙ୍କୁ ଆଗାମୀ ଦିନରେ ଭିନ୍ନ ଭିନ୍ନ ପ୍ରାକୃତିକ ବିପର‌୍ୟ୍ୟୟର ପରିଚାଳନା ଓ ଆହ୍ୱାନକୁ ସାମନା କରିବାକୁ ପଡ଼ିପାରେ ଏବଂ ଏ ଦିଗରେ ବିସ୍ତୃତ ଯୋଜନା, ଦୃଢ଼ନିଷ୍ଠା ଓ ପ୍ରତିବଦ୍ଧତା  ଅଧିକାରୀମାନଙ୍କୁ ସଫଳତାର ସହିତ କାର‌୍ୟ୍ୟ ସଂପାଦନ କରିବାରେ ସହାୟକ ହେବ ବୋଲି ସେ କହିଥିଲେ।

ଏହି ସାକ୍ଷାତକାର ସମୟରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତଥା ପର‌୍ୟ୍ୟଟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର ଓ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ଅତିରିକ୍ତ ମହାନିର୍ଦ୍ଦେଶକ ମନିଷ୍ ଅଗ୍ରଓ୍ୱାଲ ଉପସ୍ଥିତ ଥିଲେ।

ପ୍ରଦୀପ କୁମାର ଜେନା ମୁଖ୍ୟ ଶାସନ ସଚିବ
Share. Facebook Twitter LinkedIn Email WhatsApp Copy Link

Related Posts

ପାକିସ୍ତାନ ସହ ବଡ଼ ଚୁକ୍ତି ଭାଙ୍ଗି ବହୁତ କ୍ଷତି ପହଞ୍ଚାଇଲା ଭାରତର “ମିତ୍ର”: ଇଣ୍ଡିଆକୁ ଲାଭ!

February 10, 2026

ଭାରତ ସହିତ ମ୍ୟାଚ୍‌ ରେ ନୂଆ ବିବାଦ ସୃଷ୍ଟି କଲା ପାକିସ୍ତାନ: ଅସୀମ ମୁନିରଙ୍କ ନାମ ଉଲ୍ଲେଖ କରି ଦେଲା ଧମକ

February 10, 2026

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026
Latest News

ପାକିସ୍ତାନ ସହ ବଡ଼ ଚୁକ୍ତି ଭାଙ୍ଗି ବହୁତ କ୍ଷତି ପହଞ୍ଚାଇଲା ଭାରତର “ମିତ୍ର”: ଇଣ୍ଡିଆକୁ ଲାଭ!

February 10, 2026

ଭାରତ ସହିତ ମ୍ୟାଚ୍‌ ରେ ନୂଆ ବିବାଦ ସୃଷ୍ଟି କଲା ପାକିସ୍ତାନ: ଅସୀମ ମୁନିରଙ୍କ ନାମ ଉଲ୍ଲେଖ କରି ଦେଲା ଧମକ

February 10, 2026

ବିସିସିଆଇର କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ ପଡ଼ିଲେ ଏହି ୫ ପ୍ରମୁଖ ଖେଳାଳି: ଜାଣନ୍ତୁ ସେମାନେ କିଏ?

February 10, 2026

ରାଜ୍ୟ ପୋଲିସ ଆଥଲେଟିକ୍ସ ଚାମ୍ପିୟନ୍‌ସିପ: ପଢନ୍ତୁ ଦ୍ୱିତୀୟ ଦିନର ମୁଖ୍ୟ ଇଭେଣ୍ଟ ଓ ପଦକ ବିଜେତା

February 10, 2026

ପାଠପଢ଼ାର ଚାପ ଏବଂ ଥକାପଣ ଦୂର କରିବା ପାଇଁ ଆପଣ କଳାକୁ ବ୍ୟବହାର କରିପାରିବେ: ପ୍ରଧାନମନ୍ତ୍ରୀ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.