Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକ ବାଲିଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ: ସ୍ୱାସ୍ଥ୍ୟ, ପରିମଳ ଓ ଖାଦ୍ୟ ସୁରକ୍ଷା ଉପରେ ଗୁରୁତ୍ୱାରୋପ
ଆଜିର ଖବର

କଟକ ବାଲିଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ: ସ୍ୱାସ୍ଥ୍ୟ, ପରିମଳ ଓ ଖାଦ୍ୟ ସୁରକ୍ଷା ଉପରେ ଗୁରୁତ୍ୱାରୋପ

October 14, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଐତିହାସିକ କଟକ ବାଲିଯାତ୍ରା ଚଳିତ ବର୍ଷ ନଭେମ୍ବର ୨୭ ରୁ ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହାକୁ ଯେପରି ଶୃଙ୍ଖଳିତ ତଥା ସରସ ସୁନ୍ଦର ଭାବେ ପାଳନ କରାଯିବ ଏହା ଉପରେ ସରକାର ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରିଛନ୍ତି।

ଏଥି ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଭଚ୍ୟୁଆଲ ମାଧ୍ୟମରେ ଅନୁଷ୍ଠିତ ହୋଇଛି।
ମେଳା ପଡିଆ ପ୍ରସ୍ତୁତି, ରାସ୍ତାଘାଟ ଉନ୍ନତିକରଣ, ଜଳ ଯୋଗାଣ, ୨୪ ଘଣ୍ଟିଆ ବିଦ୍ୟୁତ ଯୋଗାଣ, ଶୌଚାଳୟ ନିର୍ମାଣ, ଆଇନ ଶୃଙ୍ଖଳା ରକ୍ଷା, ନିରାପତ୍ତା ଓ ଟ୍ରାଫିକ ନିୟନ୍ତ୍ରଣ, ସିସି ଟିଭି ବ୍ୟବସ୍ଥା ନିମନ୍ତେ ପଦକ୍ଷେପ ଗ୍ରହଣ କରିବାକୁ ଶ୍ରୀ ସାହୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଅଗ୍ନିଶମ, ନଦୀପଠାରେ ସୁରକ୍ଷା ବ୍ୟବସ୍ତା ଓ ସ୍ୱାସ୍ଥ୍ୟ, ପରିମଳ ଓ ଯାତ୍ରା ସମୟରେ ବିକ୍ରୟ କରାଯାଉଥବା ଖାଦ୍ୟମାନ ଯାଞ୍ଚ ବ୍ୟବସ୍ଥା କଡାକଡି କରିବାକୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି।

ଚଳିତ ବର୍ଷ “ଚାଲ ଯିବା କଟକ ବାଲିଯାତ୍ରା” ଭଳି ସ୍ଲୋଗାନ ଆରମ୍ଭ କରିବାକୁ କଟକ ମେୟର ଶ୍ରୀ ସୁବାସ ସିଂ ବୈଠକରେ ପ୍ରସ୍ତାବ ଦେଇଥିଲେ।

ରାଜ୍ୟ ପର୍ଯ୍ୟଟନ ପ୍ରୋତ୍ସାହନ ଏବଂ ଆତିଥେୟତା ପର୍ଯ୍ୟଟନ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯିବ। ଏଥି ନିମନ୍ତେ ବିଭଗ ପକ୍ଷରୁ ପ୍ରାୟ ୫୦ ଲକ୍ଷ ଟଙ୍କା ବ୍ୟୟ କରାଯିବ। ସେହିଭଳି ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ସ୍ୱତନ୍ତ୍ର ପଦକ୍ଷେପ ପୂର୍ବକ ଆଧୁନିକ ସାଜସଜ୍ଜା ସହ ଉଚ୍ଚକୋଟୀର ଦଳ ମାନେ କାର୍ଯ୍ୟକ୍ରମ ପରିବେଷଣ କରିବେ। ଏଥି ପାଇଁ ମଧ୍ୟ ସଂସ୍କୃତି ବିଭାଗ ୫୦ ଲକ୍ଷ ଟଙ୍କା ଖର୍ଚ୍ଚ କରିବ।

ଉକ୍ତ ବୈଠକରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ସୁରେଶ ଚନ୍ଦ୍ର ଦଳାଇ, ସିଡିଏ ଅଧ୍ୟକ୍ଷ ଅନିଲ କୁମାର ସାମଲ, କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ, କଟକ ମହାନଗର କମିଶନର ନିଖିଳ ପବନ କଲ୍ୟାଣ, ଓରମାସ ସିଇଓ ଗୁହା ପୁନମ ତାପସ କୁମାର, ଖାଦ୍ୟ ସୁରକ୍ଷା କମିଶନର ଡଃ ପୋମା ଟୁଡୁ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ସ୍ୱତନ୍ତ୍ର ଶାସନ ସଚିବ ମଧୁସୂଦନ ଦାଶ, ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଆଚାର୍ଯ୍ୟ, ପର୍ଯ୍ୟଟନ ବିଭାଗ ଓଏସଡ଼ି ଅଂଶୁମାନ ରଥ ପ୍ରମୁଖ ଉପସ୍ଥିତ ଥିଲେ।

କଟକ ବାଲିଯାତ୍ରା ଖାଦ୍ୟ ସୁରକ୍ଷା ପ୍ରସ୍ତୁତି ବୈଠକ ସ୍ୱାସ୍ଥ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 4, 2026

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ବଢିଲା ସୁନା ଏବଂ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ ଆଜିର ଦର

February 4, 2026
Latest News

ସୁପ୍ରିମକୋର୍ଟରେ SIR ଶୁଣାଣି: ଇସି ବିରୋଧରେ ଅନେକ ଅଭିଯୋଗ ଆଣିଲେ ମମତା ବାନାର୍ଜୀ

February 4, 2026

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 4, 2026

ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ

February 4, 2026

ଏଆଇ-ଆଧାରିତ ରେଳ ରୋବୋକପ୍ “ଏଏସସି ଅର୍ଜୁନ”ର ଐତିହାସିକ ସଫଳତା

February 4, 2026

ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.