Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଓ ନିର୍ଦ୍ଦେଶକଙ୍କ ଶଙ୍ଖାରୀ ଗସ୍ତ
ଆଜିର ଖବର

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଓ ନିର୍ଦ୍ଦେଶକଙ୍କ ଶଙ୍ଖାରୀ ଗସ୍ତ

October 14, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ଓ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ ବାଲେଶ୍ବର ଜିଲ୍ଲାର ଶଙ୍ଖାରୀ ଗସ୍ତ କରି ମନ୍ମଥ ମନୋଜ ସ୍ମାରକୀ କାର୍ଯ୍ୟର ସମୀକ୍ଷା କରିଛନ୍ତି।

ଓଡ଼ିଶାର ବରପୁତ୍ର ପଦ୍ମଭୂଷଣ ମନୋଜ ଦାସଙ୍କ ସ୍ମୃତି ଉଦ୍ଦେଶ୍ୟରେ ତାଙ୍କ ଜନ୍ମ ସ୍ଥାନ ଶଙ୍ଖାରୀଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସ୍ମୃତି ସଂଗ୍ରାହଳୟ ନିର୍ମାଣ କରାଯାଉଛି। ଏଠାରେ ସମସ୍ତ ଉନ୍ନତିକରଣ କାର୍ଯ୍ୟ ପ୍ରାୟ ଶେଷ ହୋଇଛି। ଏହାର ଲୋକାର୍ପଣ ପରେ ଶୃଙ୍ଖଳିତ ପରିଚାଳନା ଉପରେ ମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ସାକ୍ଷୀଗୋପାଳସ୍ଥିତ ଗୋପବନ୍ଧୁ ଦାସଙ୍କ ଜନ୍ମସ୍ଥାନ ସୁଆଣ୍ଡୋ ଠାରେ ନିର୍ମିତ ସଂଗ୍ରାହଳୟର ପରିଚାଳନା ଭଳି ଅନୁରୂପ ବ୍ୟବସ୍ଥା ଗ୍ରହଣ କରିବା ଉପରେ ଶ୍ରୀ ପାତ୍ର ଗୁରୁତ୍ୱାରୋପ କରିଥିଲେ।

ଶଙ୍ଖାରୀଠାରେ ମନୋଜ ଦାସଙ୍କ ବାସ ଭବନ, ରାଧାକୃଷ୍ଣ ମନ୍ଦିର, ପୁଷ୍କରିଣୀ ପୁନଃରୁଦ୍ଧାର, ମୁକ୍ତାକାଶ ରଙ୍ଗମଞ୍ଚ, ବ୍ୟାଖ୍ୟାନ କେନ୍ଦ୍ର, ପାଠାଗାର ଓ ଗ୍ୟାଲେରୀ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିବା ସହ ମନୋଜ ଦାସଙ୍କ ସମ୍ପର୍କୀୟ ରଞ୍ଜିତା ଦାସ ଓ ସଂଘମିତ୍ରା ଦାସ, ପ୍ରକଳ୍ପ ନିମନ୍ତେ ଜମି ପ୍ରଦାନ କରିଥିବା ବ୍ୟକ୍ତି ବିଶେଷ ଓ ସମ୍ପୃକ୍ତ ଅଂଶୀଦାର ମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ସେ ଆଲୋଚନା କରିଥିଲେ।

ଏହାପରେ ସେମାନେ ସହରସ୍ଥିତ ପୁରାତନ କୀର୍ତ୍ତିରାଜି ଲାଲ ଗୀର୍ଜା ବୁଲି ଦେଖିବା ସହ ଏହାର ସଂରକ୍ଷଣ ଓ ଉନ୍ନତିକରଣ ସମ୍ପର୍କରେ ଆଲୋଚନ କରିଥିଲେ। ଏଥିସହ ମନ୍ତ୍ରୀ ଶ୍ରୀ ପାତ୍ର ରୀତି ଯୁଗୀୟ କବି ତଥା ରସକଲ୍ଲୋଳର ରଚୟିତା ଦୀନକୃଷ୍ଣ ଦାସଙ୍କ ଜନ୍ମସ୍ଥାନ ମୁଣ୍ଡତୁଣ୍ଡିଆ ଗସ୍ତକରି ଥିଲେ। ସେଠାରେ କବିଙ୍କ ପ୍ରତିମୂର୍ତ୍ତି, ପାଠାଗାର ଓ ବ୍ୟାଖ୍ୟାନ କେନ୍ଦ୍ର ନିର୍ମାଣ କରାଯିବ। ଦୀନକୃଷ୍ଣ ଦାସଙ୍କ ଜନ୍ମସ୍ଥାନ ଉନ୍ନତିକରଣ ସଂକ୍ରାନ୍ତରେ ବାଲେଶ୍ୱର ଜିଲ୍ଲାପାଳ ପ୍ରାୟ ୧ କୋଟି ୬୪ ଲକ୍ଷ ଟଙ୍କାର ବ୍ୟୟ ଅଟକଳ ପ୍ରଦାନ କରିଛନ୍ତି।

ଏହି ଗସ୍ତ ଅବସରରେ ଇନଟାକ ସଂସ୍ଥାର ନିର୍ଦ୍ଦେଶକ ମଲ୍ଲିକା ମିତ୍ର, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ପିନାକୀ ସ୍ୱାଇଁ, ପ୍ରତ୍ନତତ୍ତ୍ୱ ଅଧିକ୍ଷକ ଅଶ୍ବିନୀ ଶତପଥୀ, ଜିଲ୍ଲା ସଂସ୍କୃତି ଅଧିକାରୀ ମନସ୍ବିନୀ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026

ବାଣପୁରରେ ଚର୍ଚ୍ଚିତ ଯୌତୁକ ଜନିତ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

January 21, 2026
Latest News

ତ୍ରିଦିବସୀୟ ‘ସମାବେଶୀ ଶିକ୍ଷା ସମ୍ମିଳନୀ’ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦଘାଟିତ

January 21, 2026

ଏଆଇ କ୍ଷମତା ସମ୍ପନ୍ନ ରାଷ୍ଟ୍ରଗୁଡ଼ିକର ପ୍ରଥମ ସମୂହରେ ଭାରତ ସାମିଲ ରହିଛି: ଅଶ୍ୱିନୀ ବୈଷ୍ଣବ

January 21, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଓଡିଶାର ମୁଖ୍ୟ ଶାସନ ସଚିବଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ୍

January 21, 2026

ବାଣପୁରରେ ଚର୍ଚ୍ଚିତ ଯୌତୁକ ଜନିତ ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ

January 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.