Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରରେ ଖୁଚୁରା ବ୍ୟବସାୟୀ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

ଭୁବନେଶ୍ୱରରେ ଖୁଚୁରା ବ୍ୟବସାୟୀ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

October 15, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଶାରଦୀୟ ନବରାତ୍ରୀର ଶୁଭ ଅବସରରେ ଭୁବନେଶ୍ୱର ଠାରେ କୋକା-କୋଲା ଇଣ୍ଡିଆ ଓ ଜାତୀୟ ଦକ୍ଷତା ବିକାଶ ନିଗମ(ଏନଏସଡିସି)ର ମିଳିତ ସହଯୋଗରେ ଆରମ୍ଭ ହୋଇଥିବା ‘ଖୁଚୁରା ବ୍ୟବସାୟୀ ତାଲିମ’ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ଭାରତ ସରକାରଙ୍କ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଅଧୀନରେ ଖୁଚୁରା ବେପାରୀ ମାନଙ୍କୁ ଅଧିକ ଦକ୍ଷ କରିବା ସହ ସେମାନେ କିପରି ନିଜ ବ୍ୟବସାୟ ପରିଧିକୁ ବଢାଇପାରିବେ ସେ ଦିଗରେ ତାଲିମ ପ୍ରଦାନ କରିବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ। ଏହି କାର୍ଯ୍ୟକ୍ରମ ଜରିଆରେ ଦେଶର ୧ କୋଟି ୪୦ ଲକ୍ଷ ରିଟେଲର ଡିଜିଟାଲ ତାଲିମ ପାଇବେ। ନିଜ ମୋବାଇଲରେ ଆପ୍ ଡାଉନଲୋଡ କରି କିମ୍ବା ୱେବସାଇଟ ମାଧ୍ୟମରେ ଦକ୍ଷତା ବିକାଶ ପାଇଁ ତାଲିମ ନେବେ। ଖୁଚୁରା ବ୍ୟବସାୟୀଙ୍କୁ ସ୍କିଲ ଇଣ୍ଡିଆ ଡିଜିଟାଲ ପୋର୍ଟାଲ ମାଧ୍ୟମରେ ୧୪ ଘଣ୍ଟାର ଉନ୍ନତମାନର ରିଟେଲ୍ ପ୍ରଶିକ୍ଷଣ ଦିଆଯିବ । ଖାଉଟିଙ୍କୁ ଆକୃଷ୍ଟ କରିବା ଭଳି ଯୋଜନା ସହ ବ୍ୟବସାୟ କରିବାର କୌଶଳ ଓ ଡିଜିଟାଲ ପ୍ଲାଟଫର୍ମର ବ୍ୟାପକ ସୁଯୋଗକୁ ବ୍ୟବହାର କରିବା ନେଇ ତାଲିମ ଦିଆଯିବ। ଏହି ଅଭିନବ କାର୍ଯ୍ୟକ୍ରମରେ ସହଯୋଗୀ ହୋଇଥିବା କୋକା-କୋଲା ଇଣ୍ଡିଆକୁ ଧନ୍ୟବାଦ ଜଣାଇବା ସହ ସମସ୍ତ ଟ୍ରେନିଂ ମଡ୍ୟୁଲକୁ ଓଡ଼ିଆ ଭାଷା ସମେତ ସବୁ ଭାରତୀୟ ଭାଷାରେ ଉପଲବ୍ଧ କରାଇବା ପାଇଁ ସେ ପରାମର୍ଶ ଦେଇଛନ୍ତି।

ଦେଶର ଅର୍ଥନୀତିରେ ବୃହତ ଶିଳ୍ପ ଓ କାରଖାନା ଗୁଡ଼ିକ ମଜଭୂତ ସ୍ତମ୍ଭ। ତେବେ ଛୋଟ ଛୋଟ ବ୍ୟବସାୟୀମାନେ କୌଣସି ଗୁଣରେ ଟାଟା, ବିର୍ଲା, ଅଦାନୀଠୁ କମ ନୁହଁନ୍ତି। ବଡ ବ୍ୟବସାୟୀଙ୍କ ଭଳି ଛୋଟ ଦୋକାନୀଙ୍କୁ ସ୍କିଲିଂ, ରି-ସ୍କିଲିଂ ଓ ଅପ୍-ସ୍କିଲିଂ କରାଇବା ସହ ଭାଷାଶୈଳୀର ପ୍ରଶିକ୍ଷଣ ଦିଆଗଲେ ଦେଶର ଅର୍ଥନୀତି ମଜବୁତ୍ ହେବ। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିବଦ୍ଧତା ଦେଖାଇଛନ୍ତି। ଆଜି ପରିବର୍ତ୍ତିତ ଦୁନିଆରେ ଭାରତରେ ୟୁପିଆଇ ପେମେଣ୍ଟ ନୂଆ ରୂପ ନେଇଛି। ଏହା ହିଁ ମୋଦିଙ୍କ ଡିଜିଟାଲ ଇଣ୍ଡିଆ, ନୂଆ ଭାରତ। ଆଜିର ବୁଝାମଣା ପତ୍ର କ୍ଷୁଦ୍ର ବେପାରୀ ତଥା ଖୁଚୁରା ବ୍ୟବସାୟୀଙ୍କୁ ଦକ୍ଷ କରିବା ସହ ସେମାନଙ୍କୁ ଆଗକୁ ବଢିବା ପାଇଁ ରାସ୍ତା ଦେଖାଇବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

ଏହି ଅବସରରେ ଶ୍ରୀ ପ୍ରଧାନ କୋକା-କୋଲାର ସଫଳ ରିଟେଲରଙ୍କୁ ପୁରସ୍କୃତ କରିବା ସହ ନିଜର କଳା ଦକ୍ଷତାର ଉପଯୋଗ କରି ସ୍ୱାବଲମ୍ବୀ ହୋଇଥିବା ମହିଳା ମାନଙ୍କୁ ସମ୍ମାନିତ କରିଥିଲେ। ସ୍କିଲ୍ ଇଣ୍ଡିଆ ଡିଜିଟାଲ ଆପ୍ ଡାଉନଲୋଡ୍ କରି ସେଥିରେ ଥିବା ଭିଡିଓରୁ ଶିକ୍ଷା ନେବା ପାଇଁ କେନ୍ଦ୍ରମନ୍ତ୍ରୀ ରିଟେଲର ମାନଙ୍କୁ ପରାମର୍ଶ ଦେଇଥିଲେ।

ଖୁଚୁରା ବ୍ୟବସାୟୀ ତାଲିମ କାର୍ଯ୍ୟକ୍ରମ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026
Latest News

ଇ-୨୦ ଡିପଫେକ୍ ମାମଲା: ନୀତିନ ଗଡକରୀଙ୍କ ସପକ୍ଷରେ ରାୟ ଦେଲେ ହାଇକୋର୍ଟ

August 5, 2026

NEET-UG ପ୍ୟାଟର୍ନରେ ବଡ଼ ପରିବର୍ତ୍ତନ: ସୁପ୍ରିମକୋର୍ଟଙ୍କ ସମ୍ମୁଖରେ ଯୋଜନା ପ୍ରକାଶ କଲେ ସରକାର

August 5, 2026

ମହିଳାଙ୍କୁ ସୁନା ଏବଂ ଶାଢୀ, ହଜ୍ ତୀର୍ଥଯାତ୍ରା ପାଇଁ ସବସିଡି ବୃଦ୍ଧି: ପଢନ୍ତୁ ତାମିଲନାଡୁ ବଜେଟ

August 5, 2026

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.