Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚିଲିକା ନିର୍ବାଚନ ମଣ୍ଡଳୀର ବହୁ ବିଜେପି କର୍ମକର୍ତ୍ତା ବିଜେଡିରେ ହେଲେ ସାମିଲ
ଆଜିର ଖବର

ଚିଲିକା ନିର୍ବାଚନ ମଣ୍ଡଳୀର ବହୁ ବିଜେପି କର୍ମକର୍ତ୍ତା ବିଜେଡିରେ ହେଲେ ସାମିଲ

October 16, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଚିଲିକା ନିର୍ବାଚନ ମଣ୍ଡଳୀର ବହୁ ବିଜେପି କର୍ମକର୍ତ୍ତା ବିଜେଡିରେ ହେଲେ ସାମିଲ

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଣପୁର ବ୍ଲକ ଓ ଏନଏସିର ବିଜେପି କର୍ମକର୍ତ୍ତା ଏବଂ କର୍ମୀ ଆଜି ଶଙ୍ଖଭବନ ଠାରେ ବିଜୁ ଜନତା ଦଳ ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବା ବିଜେପି କର୍ମକର୍ତ୍ତାଙ୍କୁ ଉପଢୌକନ ଦେଇ ଶ୍ରୀ ମଙ୍ଗରାଜ ଦଳକୁ ସ୍ୱାଗତ କରିଥିଲେ। ବିଜୁ ଜନତା ଦଳରେ ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ଚିଲିକା ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ସାଂସଦ ଶ୍ରୀ ମଙ୍ଗରାଜ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବିଜେପି କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ଯୋଗ ଦେଲୁ ବୋଲି କହିଥିଲେ। ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ବାଣପୁର ଏନଏସିର ପୂର୍ବତନ କାଉନସିଲର ତଥା ଖୋର୍ଦ୍ଧା ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚାର ପୂର୍ବତନ ଉପସଭାପତି ପ୍ରଣତୀ ମାର୍ଥା, ୱାର୍ଡ଼ ସଭାପତି ବିଶ୍ୱନାଥ ଦଳେଇ, ମହିଳା ସଭାପତି ପ୍ରତୀମା ମଲ୍ଲିକ, ପୂର୍ବତନ କାଉନସିଲର ଝରିଆ ପ୍ରଧାନ, ବରିଷ୍ଠ ନେତା ଦୀନବନ୍ଧୁ ପ୍ରଧାନ ଓ ଯୋଗେନ୍ଦ୍ର ବାରିକ, ଯୁବ ସଂଗଠକ ମନୋଜ ସାହୁ, ପୂର୍ବତନ କାଉନସିଲର ସୁଧାକର ଭୋପା, ଖୋର୍ଦ୍ଧା ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ଉପସଭାପତି କାବେରୀ ଜେନା ବିଜେଡିରେ ସାମିଲ ହୋଇଥିଲେ।

ସେହିପରି ବାଣପୁର ଏନଏସିର ପୂର୍ବତନ ଯୁବ ସଭାପତି ନାରାୟଣ ଦାସ, ଏସ୍‌ସି ମୋର୍ଚ୍ଚାର ମହିଳା ସଭାପତି ଉତ୍ତରା ମଲ୍ଲିକ ଏବଂ ବାଣପୁର ବ୍ଲକ ତୁମୁରାପୁଟ ଶାସନ ଗ୍ରାମ ପଞ୍ଚାୟତର ସଞ୍ଜୟ କୁମାର ବଳିଆର ସିଂହ, ଅନୀଲ କୁମାର ସ୍ୱାଇଁ, ରାଧାକାନ୍ତ ରଥ, ରଞ୍ଜନ କୁମାର ରାଉତରାୟ, ଜୟନ୍ତ କୁମାର ସ୍ୱାଇଁ, ରାଜେଶ କୁମାର ବେହେରା, ବିଜୟ ପାତ୍ର, ମାନସ ବେହେରା, ଜିତୁନ ବେହେରା, ସଂକଳ୍ପ ବେହେରା, ରଘୁନାଥ ବାରିକ, ନବଘନ ନାୟକ, ସୌରୀ ବେହେରା, ମକଦମ ବେହେରାଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ୍‌ ହୋଇଥିଲେ।

ଏହି ମିଶ୍ରଣ ପର୍ବରେ ଚିଲିକା ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ସୌମ୍ୟ ଶଙ୍କର ଚକ୍ର (ରାଜା), ବାଣପୁର ଏନଏସି ଚେୟାରମ୍ୟାନ ମିଟୁ ନାୟକ, ଜିଲ୍ଲା ପରିଷଦ ଉପସଭାପତି ଗୋପୀନାଥ ମହାରଣା, ବାଣପୁରବ୍ଲକ ପୂର୍ବତନ ଚେୟାରମ୍ୟାନ ମାନସ ପ୍ରଧାନ, ଯୁବନେତା ଜଗତ ବଲ୍ଲଭ ମହାରଥା, ତୁମୁରାପୁଟ ଶାସନ ଗ୍ରାମପଞ୍ଚାୟତ ସରପଞ୍ଚ ଅକ୍ଷୟ କୁମାର ସେଠୀ, ଯଦୁ ପ୍ରଧାନ, ମନୋଜ ପ୍ରଧାନ ଓ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଉପସ୍ଥିତ ଥିଲେ।

ଚିଲିକା ଚିଲିକା ନିର୍ବାଚନ ମଣ୍ଡଳି ଚିଲିକା ନିର୍ବାଚନ ମଣ୍ଡଳୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026

ଓଡ଼ିଶାରେ ସମବାୟ କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସମୀକ୍ଷା

February 13, 2026

ଆଜି ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

February 13, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026
Latest News

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026

ଓଡ଼ିଶାରେ ସମବାୟ କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସମୀକ୍ଷା

February 13, 2026

ଆଜି ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

February 13, 2026

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.