Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ ଜନ୍ମ ଜୟନ୍ତୀ ଅବସରରେ ସ୍ୱତନ୍ତ୍ର ପୁସ୍ତକ ପ୍ରଦର୍ଶନୀ
ଆଜିର ଖବର

ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ ଜନ୍ମ ଜୟନ୍ତୀ ଅବସରରେ ସ୍ୱତନ୍ତ୍ର ପୁସ୍ତକ ପ୍ରଦର୍ଶନୀ

October 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ ଜନ୍ମ ଜୟନ୍ତୀ ଅବସରରେ ସ୍ୱତନ୍ତ୍ର ପୁସ୍ତକ ପ୍ରଦର୍ଶନୀ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ବିଶିଷ୍ଟ କୃଷି ବୈଜ୍ଞାନିକ, ପ୍ରବୀଣ ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ବିଧାୟକ, ସାଂସଦ ଓ ପ୍ରଜାମଣ୍ଡଳ ସଂଗଠକ ଗଡ଼ଜାତଗାନ୍ଧୀ ସାରଙ୍ଗଧର ଦାସଙ୍କ ଉପରେ ଏକ ସ୍ୱତନ୍ତ୍ର ପୁସ୍ତକ ପ୍ରଦର୍ଶନୀ ଓ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଛି। ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏ ଉକ୍ତ ବୈଠକରେ ଅଧ୍ୟକ୍ଷତା କରିଥିଲେ।

ପାଠକପାଠିକାମାନେ କିପରି ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ନିଜ ଜୀବନରେ ଉନ୍ନତି କରି ସଫଳତାର ଶୀର୍ଷରେ ପହଞ୍ଚି ପାରିବେ ବୋଲି ସେ କହିଥିଲେ। ପୂର୍ବବର୍ଷ ତାଙ୍କ ଉପରେ ଏକ ସ୍ୱତନ୍ତ୍ର ଡାକ ଲଫାପା ଉନ୍ମୋଚନ କରାଯାଇଥିଲା ବୋଲି ସେ ସୂଚନା ଦେଇଥିଲେ। ପୂର୍ବତନ ଭାରପ୍ରାପ୍ତ ଅଧିକାରୀ ଶ୍ରୀ ଲକ୍ଷ୍ମୀଧର ବେହେରା ଏହି ଅବସରରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ଗଡଜାତ ଗାନ୍ଧୀଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ବିଭାଗୀୟ ଯୁଗ୍ମ ଶାସନ ସଚିବ ତଥା ସ୍ୱତନ୍ତ୍ର କର୍ତ୍ତବ୍ୟରତ ଅଧିକାରୀ ଶ୍ରୀମତୀ ଅତସୀ ଦାସ କାର୍ଯ୍ୟକ୍ରମରେ ସଂଯୋଜନା କରିବା ସହ ସ୍ୱାଗତ ଭାଷଣ ପ୍ରଦାନ ଅବସରରେ ନିଜ କର୍ମମୟ ସମୟକୁ ଗଡ଼ଜାତ ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ କରି କିପରି ସମାଜରେ ପ୍ରତିଷ୍ଠିତ ହୋଇପାରିବା ସେ ବିଷୟରେ ମତବ୍ୟକ୍ତ କରିଥିଲେ।

ଶେଷରେ ଗ୍ରନ୍ଥାଗାରିକା ଶ୍ରୀମତୀ ସଂଘମିତ୍ରା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଗ୍ରନ୍ଥାଧ୍ୟକ୍ଷ ଶ୍ରୀ ରୁଦ୍ର ପ୍ରସାଦ ବେହେରା, ଗ୍ରନ୍ଥାଧ୍ୟକ୍ଷ ଶ୍ରୀ ପଦ୍ମନାଭ ଜେନା, ଗ୍ରନ୍ଥାଧ୍ୟକ୍ଷ ଶ୍ରୀ ବିଦ୍ୟାଧର ପଣ୍ଡା, ଗ୍ରନ୍ଥାଧକ୍ଷା ଶ୍ରୀମତୀ ସଳିତା ପାତ୍ର, ମଞ୍ଜୁରାଣୀ ମୁଦୁଲି, ପାଠାଗାରର ସମସ୍ତ କର୍ମଚାରୀ, ପାଠକ ଓ ପାଠିକାମାନେ ଭାଗ ନେଇଥିଲେ।

ଗଡ଼ଜାତ ଗାନ୍ଧୀ ପାଠାଗାର ରାଜ୍ୟ ଗ୍ରନ୍ଥାଗାର ସାରଙ୍ଗଧର ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026

ପି.ଏମ୍ କିଷାନରେ ଆବଶ୍ୟକ ହେଉଥିବା ସମସ୍ତ ମାନଦଣ୍ଡକୁ ପୂରଣ କରି ସହାୟତା ଲାଭ କରନ୍ତୁ: ମୁଖ୍ୟମନ୍ତ୍ରୀ

March 13, 2026
Latest News

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026

ବଢୁଥିବା ନିଖୋଜ ବ୍ୟକ୍ତି ଘଟଣା ଉପରେ ଏନଏଚଆରସିର ଉଦବେଗ: ଓଡ଼ିଶା ସମେତ ୫ ରାଜ୍ୟକୁ ନୋଟିସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.