Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ଏନ୍‌ଏସ୍‌ଏସ୍‌ର ମେଗା ଓରିଏଂଟେସନ୍ କାର୍ଯ୍ୟକ୍ରମ
ଆଜିର ଖବର

ସୋଆ ଏନ୍‌ଏସ୍‌ଏସ୍‌ର ମେଗା ଓରିଏଂଟେସନ୍ କାର୍ଯ୍ୟକ୍ରମ

October 17, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ନ୍ୟାସ୍‌ନାଲ୍ ସର୍ଭିସ୍ ସ୍କିମ୍ (ଏନ୍‌ଏସ୍‌ଏସ୍‌) ଶାଖା ପକ୍ଷରୁ ମଙ୍ଗଳବାର ଏକ ମେଗା ଓରିଏଂଟେସନ୍ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଓ ବିଶ୍ୱବିଦ୍ୟାଳୟ ସ୍ତରୀୟ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ସାମାଜିକ ସୁରକ୍ଷା ଓ ସଶକ୍ତିକରଣ, ଭିନ୍ନକ୍ଷମ ଏବଂ ସାଧାରଣ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସେ ନିଜେ ଛାତ୍ରାବସ୍ଥାରେ ଜଣେ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ଥିଲେ ବୋଲି କହିଥିଲେ। ସ୍ୱାଧୀନତା ସଂଗ୍ରାମ ନିମନ୍ତେ ଗାନ୍ଧିଜୀଙ୍କର ନିଃସ୍ୱାର୍ଥପର କାର୍ଯ୍ୟ ଓ ସଂଗ୍ରାମର ଉଦାହରଣ ଦେଇ ଶ୍ରୀ ପଣ୍ଡା ଯୁବକ ମାନଙ୍କୁ ସମାଜ ସେବାରେ ବ୍ରତୀ ହୋଇ ଦେଶର ଅଗ୍ରଗତି ନିମନ୍ତେ କାର୍ଯ୍ୟ କରିବା ଉଚିତ୍ ବୋଲି କହିଥିଲେ।

ଏହି ଅବସରରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ନିଜ ଅଭିଭାଷଣରେ ଏନଏସ୍‌ଏସ୍‌ର ସ୍ୱେଚ୍ଛାସେବୀମାନେ ସମାଜ ସହିତ ନିଜକୁ ଜଡ଼ିତ କରିବା ସହ ଯୁବକମାନେ ନେତୃତ୍ୱ ନେବା ପାଇଁ ଆଗେଇ ଆସିବା ଆବଶ୍ୟକ ବୋଲି କହିଥିଲେ।

ସୋଆ ଏନଏସ୍‌ଏସ୍‌ର ପ୍ରୋଗ୍ରାମ କୋର୍ଡିନେଟର ତଥା ବିଶ୍ୱବିଦ୍ୟାଳୟର ଆନ୍ତର୍ଜାତିକ ସମ୍ପର୍କ ଓ ୟୁନିଭର୍ସିଟି ଆଉଟରିଚ୍ ପ୍ରୋଗ୍ରାମର ନିର୍ଦ୍ଦେଶକ ପ୍ରଫେସର ନଚିକେତା ଶର୍ମା ଅତିଥିମାନଙ୍କର ପରିଚୟ ପ୍ରଦାନ ସହିତ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଏନ୍‌ଏସ୍‌ଏସ୍‌ର ଆଂଚଳିକ ନିର୍ଦ୍ଦେଶିକା ସରିତା ପଟେଲ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଶୃଙ୍ଖଳିତ ହେବା ନିମନ୍ତେ ଉପଦେଶ ଦେଇଥିଲେ। ବିଶେଷରେ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନେ ଅଧିକ ଶୃଙ୍ଖଳିତ ହେବାକୁ ସେ ଆହ୍ୱାନ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ସୋଆର ନିର୍ଦ୍ଦେଶକ (ହେଲ୍‌ଥ ସାଇନ୍‌ସେସ୍‌) ତଥା ବିଶିଷ୍ଟ ହୃଦରୋଗ ବିଶେଷଜ୍ଞ ପ୍ରଫେସର (ଡାକ୍ତର) ଶିଶୁଶଙ୍କର ମିଶ୍ର ଯୋଗ ଦେଇ ହୃଦ୍‌ଘାତ ଓ ନିରାକରଣ ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ବୁଝାଇଥିଲେ।

କାର୍ଯ୍ୟକ୍ରମରେ ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ଆଇଟିଇଆର୍‌, ପ୍ରଫେସର ରେଣୁ ଶର୍ମା ସୋଆର ଛାତ୍ରଛାତ୍ରୀମାନଙ୍କର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ତଥ୍ୟ ଉପସ୍ଥାପନ କରିଥିଲେ।

ଶେଷରେ ଏନ୍‌ଏସ୍‌ଏସ୍ ବ୍ୟୁରୋର ଆଡିସ୍‌ନାଲ୍ ପ୍ରୋଗ୍ରାମ୍ କୋର୍ଡିନେଟର ଡକ୍ଟର କମଳଲୋଚନ ମହାନ୍ତ ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ଏନ୍‌ଏସ୍‌ଏସ୍‌ର ପୂର୍ବତନ ପ୍ରୋଗ୍ରାମ ଅଫିସରଙ୍କ ସମେତ ଜାତୀୟ ଓ ରାଜ୍ୟସ୍ତରରେ ପୁରସ୍କାର ପାଇଥିବା ଏବଂ ବିଶ୍ୱବିଦ୍ୟାଳୟ ସ୍ତରୀୟ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀମାନଙ୍କୁ ପୁରସ୍କୃତ କରାଯାଇଥିଲା।

ଶିକ୍ଷା ଓ ଅନୁସନ୍ଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.