Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଅପନା ଚନ୍ଦ୍ରାୟାନ’ ଓ୍ୱେବପୋର୍ଟାଲ ଏବଂ ସ୍ପେଶାଲ୍ ମଡ୍ୟୁଲର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ
ଆଜିର ଖବର

‘ଅପନା ଚନ୍ଦ୍ରାୟାନ’ ଓ୍ୱେବପୋର୍ଟାଲ ଏବଂ ସ୍ପେଶାଲ୍ ମଡ୍ୟୁଲର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

October 17, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ଚନ୍ଦ୍ରାୟାନ- ୩ ଭଳି ସଫଳତାକୁ ସବୁ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କ ପର୍ଯ୍ୟନ୍ତ ପହଞ୍ଚାଇବା ପାଇଁ ଉଦ୍ୟମ ହେଉ। ଏନସିଇଆରଟି, ସିବିଏସଇ ସହ ଅନ୍ୟ ରାଜ୍ୟ ବୋର୍ଡ ମଧ୍ୟ ଏଥିପାଇଁ ସହଯୋଗୀ ହେବା ଦରକାର ବୋଲି ମଙ୍ଗଳବାର ‘ଅପନା ଚନ୍ଦ୍ରାୟାନ’ ଓ୍ୱେବପୋର୍ଟାଲ ଏବଂ ସ୍ପେଶାଲ୍ ମଡ୍ୟୁଲର ଶୁଭାରମ୍ଭ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଶ୍ରୀ ପ୍ରଧାନ ଚନ୍ଦ୍ରାୟାନର ସଫଳତାକୁ ନେଇ ପୁସ୍ତକ ପ୍ରସ୍ତୁତ ଓ ସ୍ପେଶାଲ୍ ମଡ୍ୟୁଲର ଶୁଭାରମ୍ଭ ପାଇଁ ଏନସିଇଆରଟିକୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଚନ୍ଦ୍ରାୟାନ-୩ ମିଶନର ସଫଳତା ଏକବିଂଶ ଶତାବ୍ଦୀର ଗୌରବ ମଧ୍ୟରୁ ଏକ ବଡ଼ ଉପଲବ୍ଧି। ବିଫଳତା ହିଁ ମଣିଷକୁ ସଫଳତା ଦିଏ। ବିଫଳତାରୁ ହିଁ ପ୍ରେରଣା ମିଳେ। ଆଜିର କାର୍ଯ୍ୟକ୍ରମକୁ ନେଇ ଚନ୍ଦ୍ରାୟାନ-୩ ଦ୍ୱାରା ପିଲାଙ୍କ ମଧ୍ୟରେ ଚନ୍ଦ୍ରାୟାନର ବ୍ୟାପକତାକୁ ଜାଣିବା ସହ ସେମାନଙ୍କର ବୈଜ୍ଞାନିକ ହେବା ପାଇଁ ଆଗ୍ରହ ବଢିବ।

ଚନ୍ଦ୍ରାୟାନ ମିଶନକୁ ନେଇ ଏନସିଇଆରଟି ଦ୍ୱାରା ୧୦ଟି ପୁସ୍ତକ ପ୍ରସ୍ତୁତ ହୋଇଛି। ପ୍ରାରମ୍ଭିକରୁ ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ପଢାଯିବାର ବ୍ୟବସ୍ଥା ହୋଇଛି। ଏହି ବିଷୟବସ୍ତୁ କେବଳ ଦେଶରେ ଥିବା ୨୬ କୋଟି ସ୍କୁଲ ଛାତ୍ରଛାତ୍ରୀଙ୍କ ପାଖରେ ନୁହେଁ ବରଂ ସବୁ ଛାତ୍ରଛାତ୍ରୀଙ୍କ ପାଖରେ ପହଞ୍ଚାଇବା ଦରକାର। ତେବେ କେବଳ ଚନ୍ଦ୍ରାୟାନ-୩ ନୁହେଁ ଦେଶର ଅନ୍ୟ ଉପଲବ୍ଧି ତଥା ମହିଳା ସଶକ୍ତିକରଣ, କୋଭିଡ୍ ପରିଚାଳନା, ଜି-୨୦ ସଫଳତା, ଭାରତ ବିଶ୍ୱର ପଞ୍ଚମ ଅର୍ଥନୀତି ହେବାର ଯାତ୍ରା ଭଳି ଅନ୍ୟ ବିଷୟରେ ମଧ୍ୟ ମଡ୍ୟୁଲ୍ ପ୍ରସ୍ତୁତ କରିବା ପାଇଁ ଶ୍ରୀ ପ୍ରଧାନ ଏନସିଇଆରଟିକୁ ପରାମର୍ଶ ଦେଇଥିଲେ। ସମାଜ ଜୀବନରେ ହେଉଥିବା ଘଟଣାକୁ ଟେକ୍ନୋଲୋଜି ଜରିଆରେ ନୂଆପିଢି ପାଖରେ ପହଞ୍ଚାଇବା ପାଇଁ ମଧ୍ୟ କେନ୍ଦ୍ରମନ୍ତ୍ରୀ ଆହ୍ୱାନ କରିଥିଲେ।

ସେ କହିଛନ୍ତି ଯେ, ଇସ୍ରୋ ଚେୟାରମ୍ୟାନ ଏସ୍ ସୋମନାଥ ଏନସିଇଆରଟି ପାଠ୍ୟକ୍ରମ ଦ୍ୱାରା ସେ ବୈଜ୍ଞାନିକ ହେବାର ପ୍ରେରଣା ପାଇଥିଲେ। ଏଆଇସିଟିଇ କରିକୁଲମରୁ ଭଲ ଇଞ୍ଜିନିୟରିଂ ହୋଇଥିଲେ ଏବଂ ଆଇଆଇଟି ଭଳି ଅନୁଷ୍ଠାନ ତାଙ୍କୁ ପ୍ରତିଯୋଗିତା ମୂଳକ ହେବା ପାଇଁ ଶିକ୍ଷା ଦେଇଥିଲା। ଏହି କାରଣରୁ ଆଜି ଭାରତର ଚନ୍ଦ୍ରାୟାନ- ୩ ମିଶନ ସଫଳତା ହାସଲ କରିପାରିଛି। ଭାରତ ଅନେକ ସଫଳତା ହାସଲ କରୁଥିବା ବେଳେ ଆଗାମୀ ଦିନରେ ଆାଗାମୀ ପିଢିର ଯାନ ବାହାର କରିବ, ଲଞ୍ଚ ପ୍ୟାଡ୍ ତିଆରି ହେବ, ମନୁଷ୍ୟକୁ ଦୃଷ୍ଟିରେ ରଖି ଲ୍ୟାବ୍ ତିଆରି କରାଯାଇ ବିଭିନ୍ନ ଗବେଷଣା ହେବ।

ଉଲ୍ଲେଖନୀୟ, ଏହି କାର୍ଯ୍ୟକ୍ରମରେ ଇସ୍ରୋ ଚେୟାରମ୍ୟାନ ତଥା ଚନ୍ଦ୍ରାୟାନ ମିଶନର ସଫଳତା ପଛର ମୁଖ୍ୟ ଏସ୍ ସୋମନାଥ ମଧ୍ୟ ଉପସ୍ଥିତ ରହି ଅଭିଭାଷଣ ପ୍ରଦାନ କରିଥିଲେ। ଚନ୍ଦ୍ରାୟାନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ବୁଲିବା ସହ ଛାତ୍ରଛାତ୍ରୀଙ୍କ ଦକ୍ଷତାକୁ କେନ୍ଦ୍ରମନ୍ତ୍ରୀ ପ୍ରଶଂସା କରିଥିଲେ।

ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଆଜି ୨୫ ଲକ୍ଷ ମହିଳାଙ୍କୁ ପ୍ରଦାନ କଲେ ୨,୫୦୦ କୋଟି ଟଙ୍କା

October 3, 2025

ଦେଶରେ ଦୁଗ୍ଧ ବ୍ୟବସାୟ ୭୦ ପ୍ରତିଶତର ଅଦ୍ଭୁତ ଅଭିବୃଦ୍ଧି ଘଟିଛି, ଅମିତ ଶାହ

October 3, 2025

ସମ୍ବଲପୁର ରେଢାଖୋଲରେ ୯ତମ ରାବଣ ପୋଡି ମହୋତ୍ସବ ଅନୁଷ୍ଠିତ

October 3, 2025

ହୀରାକୁଦରେ ଉଦଘାଟିତ ହେଲା ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’

October 3, 2025
Latest News

ମୁଖ୍ୟମନ୍ତ୍ରୀ ଆଜି ୨୫ ଲକ୍ଷ ମହିଳାଙ୍କୁ ପ୍ରଦାନ କଲେ ୨,୫୦୦ କୋଟି ଟଙ୍କା

October 3, 2025

ଦେଶରେ ଦୁଗ୍ଧ ବ୍ୟବସାୟ ୭୦ ପ୍ରତିଶତର ଅଦ୍ଭୁତ ଅଭିବୃଦ୍ଧି ଘଟିଛି, ଅମିତ ଶାହ

October 3, 2025

ସମ୍ବଲପୁର ରେଢାଖୋଲରେ ୯ତମ ରାବଣ ପୋଡି ମହୋତ୍ସବ ଅନୁଷ୍ଠିତ

October 3, 2025

ହୀରାକୁଦରେ ଉଦଘାଟିତ ହେଲା ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’

October 3, 2025

ପାହାଡ ଧସିବା ନେଇ ଆଇଆଇଟି ଭୁବନେଶ୍ୱରର ବଡ ଗବେଷଣା, ପାର୍ବତ୍ୟ ଅଞ୍ଚଳର ଛୋଟ ଜଳାଶୟ ମୁଖ୍ୟ କାରଣ

October 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.