Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୬ ମାସିଆ ପେଡ୍ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମରେ ସିଙ୍ଗାପୁର ଗଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ 
ଆଜିର ଖବର

୬ ମାସିଆ ପେଡ୍ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମରେ ସିଙ୍ଗାପୁର ଗଲେ ବିଶ୍ୱ ଦକ୍ଷତା କେନ୍ଦ୍ରର ୨୪ ଜଣ ଛାତ୍ରଛାତ୍ରୀ 

October 18, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀମାନଙ୍କ ଭିତରୁ ପ୍ରତିବର୍ଷ ୨୪ ଜଣଙ୍କୁ ବଛାଯାଇ “ଷ୍ଟୁଡେଣ୍ଟ ଇଣ୍ଟର୍ଣ୍ଣସିପ୍‌” କାର୍ଯ୍ୟକ୍ରମରେ ସିଙ୍ଗାପୁର ପଠାଯାଉଛି। ଏହି କ୍ରମରେ ୨୦୨୨-୨୩ ବ୍ୟାଚର ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ମଙ୍ଗଳବାର ଦିନ ସିଙ୍ଗାପୁରରେ ପହଞ୍ଚିଛନ୍ତି।

ଏହି ଛାତ୍ରଛାତ୍ରୀମାନେ ଭୁବନେଶ୍ୱର-ସିଙ୍ଗାପୁର ସିଧାସଳଖ ବିମାନ ଯୋଗେ ମଙ୍ଗଳବାର ସକାଳୁ ଯାତ୍ରା କରିଥିଲେ। ବିମାନରେ ବସି ବିଦେଶ ଯାଉଥିବାରୁ ସେମାନଙ୍କ ଭିତରେ ବିଶେଷ ଉତ୍ସାହ ଦେଖିବାକୁ ମିଳିଥିଲା। ଏହି ସୁଯୋଗ ପାଇଁ ଛାତ୍ରଛାତ୍ରୀମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଶ୍ୱ ଦକ୍ଷତା କେନ୍ଦ୍ରକୁ ଧନ୍ୟବାଦ ଜଣାଇଛନ୍ତି।

ଏହି ଅବସରରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର ସିଙ୍ଗାପୁର ଯାଇଥିବା ଛାତ୍ରଛାତ୍ରୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହି କାର୍ଯ୍ୟକ୍ରମ ସେମାନଙ୍କ ଭିତରେ ଥିବା ଦକ୍ଷତାକୁ ଆହୁରି ଶାଣିତ କରିବା ସହ ସେମାନଙ୍କ ମନରେ ନୂଆ ସାହସ ଆଣିଦେବ ବୋଲି ସେ କହିଛନ୍ତି।

“ସିଙ୍ଗାପୁର ଯାଇ ସେଠାରେ ବଡ଼ କମ୍ପାନିରେ କାମ କରିବି ବୋଲି କେବେ ଭାବି ନଥିଲି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସରେ ତାଲିମ ନେବା ଫଳରେ ଏହି ସ୍ୱପ୍ନ ଆଜି ସାକାର ହୋଇଛି। ସିଙ୍ଗାପୁରରେ ମତେ ଅନେକ କଥା ଶିଖିବାକୁ ମିଳିବ। ଅନ୍ତର୍ଜାତୀୟ ସ୍ତରର କମ୍ପାନିଗୁଡ଼ିକରେ କିପରି ଉନ୍ନତ ମାନର ବୈଷୟିକ ଜ୍ଞାନକୌଶଳକୁ ବ୍ୟବହାର କରି କାମ କରାଯାଉଛି ତାହା ଜାଣିବାର ସୁଯୋଗ ମିଳିବ”, କହନ୍ତି ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ର ସୁମନ କୁମାର ମଲ୍ଲିକ।

୬ ମାସିଆ ପେଡ୍ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମରେ ଯାଇଥିବା ଛାତ୍ରଛାତ୍ରୀମାନେ ସିଙ୍ଗାପୁରର ବିଭିନ୍ନ ପ୍ରମୁଖ କମ୍ପାନିରେ କାମ କରିବେ। ନୂଆ ନୂଆ ଜ୍ଞାନକୌଶଳକୁ ବ୍ୟବହାର କରି ବିଶ୍ୱସ୍ତରୀୟ କମ୍ପାନିଗୁଡ଼ିକରେ କିପରି କାମ କରାଯାଏ ତାହା ସେମାନେ ଶିଖିବାକୁ ପାଇବେ।

“ଅନ୍ତର୍ଜାତୀୟ ସ୍ତରର କମ୍ପାନିରେ କାମ କରିବାକୁ ଦିନେ ମୁଁ ଲକ୍ଷ୍ୟ ରଖିଥିଲି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ଇଲେକ୍ଟ୍ରିକାଲ ଟେକ୍ନୋଲୋଜିରେ ତାଲିମ ନେବା ଫଳରେ ମୋର ଲକ୍ଷ୍ୟ ପୂରଣ ହୋଇଛି। ଷ୍ଟୁଡେଣ୍ଟ ଇଣ୍ଟର୍ଣ୍ଣସିପ୍ କାର୍ଯ୍ୟକ୍ରମରେ ସିଙ୍ଗାପୁର ଯାଇ ସେଠାରେ ବଡ଼ କମ୍ପାନିରେ କାମ କରି ଏକ ନୂଆ ଅନୁଭୂତି ହାସଲ କରିପାରିବ। ଏହା ମୋ’ କ୍ୟାରିୟରକୁ ନୂଆ ରାସ୍ତା ଦେଖାଇବ”, କହନ୍ତି ବିଶ୍ୱ ଦକ୍ଷତା କେନ୍ଦ୍ରର ଛାତ୍ରୀ ଶ୍ରୁତି ଅର୍ପିତା ବୁଡ୍।

“ସ୍କିଲ୍ଡ ଇନ୍ ଓଡ଼ିଶା” କାର୍ଯ୍ୟକ୍ରମ ଅଧୀନରେ ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ ତଥା ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳରେ ବିଶ୍ୱ ଦକ୍ଷତା କେନ୍ଦ୍ର ସ୍ଥାପନ କରାଯାଇଛି। ଏଠାରେ ୭ଟି ଅତ୍ୟାଧୁନିକ ବିଷୟରେ ଓଡ଼ିଶାର ଯୁବପିଢ଼ିଙ୍କୁ ଫିନିସିଙ୍ଗ୍ ସ୍କୁଲ ଢାଞ୍ଚାରେ ତାଲିମ ଦିଆଯାଇ ଦେଶ ବିଦେଶର ଶିଳ୍ପ ଦୁନିଆ ଏବଂ ସେବା କ୍ଷେତ୍ରରେ ନିଯୁକ୍ତି ସୁଯୋଗ ପାଇଁ ପ୍ରସ୍ତୁତ କରାଯାଉଛି।

ବିଶ୍ୱ ଦକ୍ଷତା କେନ୍ଦ୍ର ସିଙ୍ଗାପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.