Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ ‌ଦ୍ୱାରା ୨୬ତମ ଦିବସରେ ୧୫୦ ଆଇଡିଆ ସଂଗ୍ରହ 
ଆଜିର ଖବର

ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ ‌ଦ୍ୱାରା ୨୬ତମ ଦିବସରେ ୧୫୦ ଆଇଡିଆ ସଂଗ୍ରହ 

October 18, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ମଙ୍ଗଳବାର ଯାତ୍ରାର ୨୬ତମ ଦିବସରେ ୧୫୦ ଆଇଡିଆ ସଂଗ୍ରହ କରିଛି। ଷ୍ଟାର୍ଟଅପ ଭ୍ୟାନ ଗୁଡ଼ିକ ଖୋର୍ଦ୍ଧା ଜିଲ୍ଲାର ୫ଟି ଶିକ୍ଷାନଷ୍ଠାନ ଗସ୍ତ କରିଥିବା ବେଳେ, ବିଭିନ୍ନ ଜିଲ୍ଲାରେ ୭ଟି ବୁଟକ୍ୟାମ୍ପ୍ ମାଧ୍ୟମରେ ପହଞ୍ଚି ଆଇଡିଆ ସଂଗ୍ରହ କରିଛି। ଏହି ଯାତ୍ରା ଅର୍ନ୍ତଗତ ଭ୍ୟାନ ଗୁଡିକ ସମୁଦାୟ ୧୨ଟି କଲେଜ ଗସ୍ତ କରି ୧୦୨୫ ଜଣ ଛାତ୍ରୀଛାତ୍ରଙ୍କ ଠାରୁ ୧୫୦ଟି ଆଇଡିଆ ସଂଗ୍ରହ କରିଛି।

ମଙ୍ଗଳବାର ଓଡ଼ିଶା ଷ୍ଟାର୍ଟଅପ୍ ଯାତ୍ରା ଓ ଏକ୍ସପ୍ରେସ୍ ଖୋର୍ଦ୍ଧା ଜିଲ୍ଲାର ୫ଟି ଅନୁଷ୍ଠାନ, ମଧୁସୂଦନ ଇନଷ୍ଟିଚ୍ୟୁଟ୍ ଅଫ୍ କୋ-ଅପରେଟିଭ୍ ମ୍ୟାନେଜମେଣ୍ଟ, ଦେବ ରାୟ କଲେଜ, ବିଜୁ ପଟ୍ଟନାୟକ ବିଜ୍ଞାନ ଓ ଶିକ୍ଷା ମହାବିଦ୍ୟାଳୟ, ରାଜଧନୀ ଇଞ୍ଜିନିୟରିଂ କଲେଜ ଓ ରିଜନାଲ କଲେଜ ଅଫ ମ୍ୟାନେଜମେଣ୍ଟ ପରିଦର୍ଶନ କରିଛି। ଯେବେକି  ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ (ବଲାଙ୍ଗୀର), ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ବରଗଡ଼), ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ (ଦେବଗଡ଼), ଡିଏଭି ପବ୍ଲିକ ସ୍କୁଲ (ଝାରସୁଗୁଡ଼ା), ଡିଏଭି ପବ୍ଲିକ ସ୍କୁଲ (ଅନୁଗୁଳ)ରେ ଏକ୍ସପ୍ରେସ ବୁଟ୍ କ୍ୟାମ୍ପ ଅନୁଷ୍ଠିତ ହୋଇଛି। ସେହିପରି ଏନ୍ଆଇଟି ରାଉରକେଲା ଓ ଯାଜପୁର ଏନ୍ ସି ସ୍ବୟଂଶାସିତ ମହାବିଦ୍ୟାଳୟରେ ଦୁଇଟି ଯାତ୍ରା ବୁଟକ୍ୟାମ୍ପ ଅନୁଷ୍ଠିତ ହୋଇଛି।

ବର୍ତ୍ତମାନ ସୁଦ୍ଧା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ୨୦୧ଟି କଲେଜ୍ ଏବଂ ୬୨ଟି ବିଦ୍ୟାଳୟ ଗସ୍ତ କରିସାରିଥିବାବେଳେ ଏଥିରେ ୨୯,୦୦୦ ରୁ ଅଧିକ ବିଦ୍ୟାର୍ଥୀ ଅଂଶଗ୍ରହଣ କରିଛନ୍ତି ଏବଂ ୩୦୦୦ରୁ ଉର୍ଦ୍ଧ୍ୱ ଷ୍ଟାର୍ଟଅପ୍ ଆଇଡିଆ ସଂଗ୍ରହ ହୋଇପାରିଛି। ଏହା ୨୦୨୫ ସୁଦ୍ଧା ରାଜ୍ୟ ସରକାରଙ୍କ ୫୦୦୦ ଷ୍ଟାର୍ଟଅପ୍ ସୃଷ୍ଟି କରିବା ଲକ୍ଷ୍ୟ ପାଇଁ ଭିତିଭୂମି ତିଆରି କରିପାରିଛି।

ବୁଧବାର ଷ୍ଟାର୍ଟଅପ୍ ଓଡ଼ିଶା ଯାତ୍ରା ଏବଂ ଷ୍ଟାର୍ଟଅପ୍ ଏକ୍ସପ୍ରେସ ଏହାର ଯାତ୍ରାକୁ ଆଗକୁ ବଢ଼ାଇ ସ୍ୱାଧିନ ଆବାସିକ ମହାବିଦ୍ୟାଳୟ, ଆଇଟିଆଇ ଶୈଳବାଳା, ନିମାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟ, ଇନ୍ଦିରା ଗାନ୍ଧୀ ମହିଳା ମହାବିଦ୍ୟାଳୟ ଏବଂ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ ଷ୍ଟଡିଜ୍ ପରିଦର୍ଶନ କରିବ। ଛାତ୍ରଛାତ୍ରୀଙ୍କୁ ଉଦ୍ୟୋଗୀତା ଓ ସୃଜନଶିଳତାର ବ୍ୟାପକ ଧାରଣା ଦେବା ପାଇଁ ମଦରସ୍ ପବ୍ଲିକ ସ୍କୁଲ(ଖୋର୍ଦ୍ଧା), ପିପି ଏକାଡେମୀ (ବଲାଙ୍ଗୀର), ସେଣ୍ଟ ଥେରେସା ଇଂରାଜୀ ବିଦ୍ୟାଳୟ (ସୁନ୍ଦରଗଡ଼), ଜବାହର ନବୋଦୟ ବିଦ୍ୟାଳୟ (ଝାରସୁଗୁଡ଼ା)ରେ ଏକ୍ସପ୍ରେସ୍ ବୁଟ୍ କ୍ୟାମ୍ପ ଅନୁଷ୍ଠିତ ହେବ। ବଲାଙ୍ଗୀର ଜିଲ୍ଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଓ ସରକାରୀ ପଲିଟେକ୍ନିକ୍ ରେ ଏହି ଦୁଇଟି ଯାତ୍ରା ବୁଟକ୍ୟାମ୍ପ ଅନୁଷ୍ଠିତ ହେବ।

ଓଡିଶା ସରକାର ଷ୍ଟାର୍ଟଅପ୍ ଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.