Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ମ୍ୟାଚରୁ ବାଦ ପଡିଲେ ହାର୍ଦ୍ଦିକ ପାଣ୍ଡ୍ୟା: ବିସିସିଆଇ ଜାରି କଲା ଡାକ୍ତରୀ ରିପୋର୍ଟ
ଆଜିର ଖବର

ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ମ୍ୟାଚରୁ ବାଦ ପଡିଲେ ହାର୍ଦ୍ଦିକ ପାଣ୍ଡ୍ୟା: ବିସିସିଆଇ ଜାରି କଲା ଡାକ୍ତରୀ ରିପୋର୍ଟ

October 20, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ତଥା ଉପ-ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଛନ୍ତି। ପୁଣେରେ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ମ୍ୟାଚରେ ସେ ଆହତ ହୋଇଥିଲେ। ପାଣ୍ଡ୍ୟାଙ୍କ ଡାକ୍ତରୀ ରିପୋର୍ଟ ବିସିସିଆଇ ପ୍ରକାଶ କରିଛି। ବିସିସିଆଇ କହିଛି ଯେ, ଧର୍ମଶାଳାରେ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ମ୍ୟାଚରେ ହାର୍ଦ୍ଦିକ ଭାରତ ପାଇଁ ଖେଳି ପାରିବେ ନାହିଁ। ୨୦୨୩ ବିଶ୍ୱକପ ସମୟରେ ପାଣ୍ଡ୍ୟାଙ୍କ ଆଘାତ ଭାରତ ପାଇଁ ଏକ ବଡ ଝଟକା।

ବିସିସିଆଇ ଏହାର ୱେବସାଇଟ୍ ମାଧ୍ୟମରେ ପାଣ୍ଡ୍ୟାଙ୍କ ବିଷୟରେ ସୂଚନା ଦେଇଥିଲା। ବିସିସିଆଇ ନିଜ ୱେବସାଇଟରେ ଲେଖିଛି ଯେ, ବାଂଲାଦେଶ ବିପକ୍ଷ ମ୍ୟାଚରେ ଭାରତୀୟ ଦଳର ଉପ-ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଛନ୍ତି। ତାଙ୍କ ବାମ ଗୋଡରେ ଆଘାତ ଲାଗିଛି। ପାଣ୍ଡ୍ୟାଙ୍କୁ ସ୍କାନ କରାଯାଇଛି ଏବଂ ଡାକ୍ତର ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି। ସେ ବିସିସିଆଇ ମେଡିକାଲ ଦଳର ତତ୍ତ୍ବାବଧାନରେ ଅଛନ୍ତି। ଅକ୍ଟୋବର ୨୦ ତାରିଖରେ ଟିମ୍ ଇଣ୍ଡିଆ ସହିତ ହାର୍ଦ୍ଦିକ ଧର୍ମଶାଳା ଯିବେ ନାହିଁ। ସେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍ ପାଇଁ ସିଧାସଳଖ ଲକ୍ଷ୍ନୌରେ ଯୋଗଦେବେ।

ଗୁରୁବାର ଦିନ ପୁଣେରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ମ୍ୟାଚ୍ ଖେଳାଯାଇଥିଲା। ଟିମ୍ ଇଣ୍ଡିଆ ଏହାକୁ ୭ ୱିକେଟ୍ ରେ ଜିତିଛି। ପ୍ରଥମେ ବ୍ୟାଟିଂ କରି ବାଂଲାଦେଶ ୨୫୬ ରନ୍ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତ ୪୧.୩ ଓଭରରେ ଲକ୍ଷ୍ୟ ହାସଲ କରିଥିଲା। ବାଂଲାଦେଶ ଇନିଂସ ସମୟରେ ହାର୍ଦ୍ଦିକ ପାଣ୍ଡ୍ୟା ନିଜର ପ୍ରଥମ ଓଭର ବୋଲିଂ କରିଥିଲେ। ଏହି ସମୟରେ ସେ ଆହତ ହୋଇଥିଲେ। ପାଣ୍ଡ୍ୟା ଓଭରର ମାତ୍ର ତିନୋଟି ବଲ ବୋଲିଂ କରିବାରେ ସକ୍ଷମ ହୋଇଥିଲେ। ଏହା ପରେ ହାର୍ଦ୍ଦିକଙ୍କ ଓଭର ବିରାଟ କୋହଲି ଶେଷ କରିଥିଲେ।

cricket hardik pandya worldcup ଉପ-ଅଧିନାୟକ ଧର୍ମଶାଳା ନ୍ୟୁଜିଲ୍ୟାଣ୍ଡ ବିସିସିଆଇ ଭାରତୀୟ କ୍ରିକେଟ୍ ଦଳ ହାର୍ଦ୍ଦିକ ପାଣ୍ଡ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ବ ଅସ୍ଥିରତା ସମୟରେ ଭାରତର ସୁଦୃଢ ତୈଳ ନିରାପତ୍ତା

March 8, 2026

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ

March 8, 2026
Latest News

ବିଶ୍ବ ଅସ୍ଥିରତା ସମୟରେ ଭାରତର ସୁଦୃଢ ତୈଳ ନିରାପତ୍ତା

March 8, 2026

ଏନଏଚଆରସିଙ୍କ ହସ୍ତକ୍ଷେପ ପରେ ଥାଇଲ୍ୟାଣ୍ଡରୁ ଫେରିଲେ ନିର୍ଯାତିତ ଛଅ ଓଡ଼ିଆ ଶ୍ରମିକ

March 8, 2026

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ

March 8, 2026

କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.