Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାପାନ-ଭାରତ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳା ଅଂଶୀଦାରୀ ସହଯୋଗ ବୁଝାମଣାପତ୍ରକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ
ଆଜିର ଖବର

ଜାପାନ-ଭାରତ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳା ଅଂଶୀଦାରୀ ସହଯୋଗ ବୁଝାମଣାପତ୍ରକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

October 25, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
କ୍ୟାବିନେଟ ମଞ୍ଜୁରି
କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଜାପାନ-ଭାରତ ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳା ଅଂଶୀଦାରୀ ସହଯୋଗ ବୁଝାମଣାକୁ ଅନୁମୋଦନ କରାଯାଇଛି। ଏହି ସହଯୋଗ ବୁଝାମଣାପତ୍ର (ଏମ୍‌ଓସି  ୨୦୨୩ ଜୁଲାଇରେ ସ୍ୱାକ୍ଷର କରାଯାଇଥିଲା। ଏଥିରେ ଭାରତ ପକ୍ଷରୁ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ଏବଂ ଜାପାନ ପକ୍ଷରୁ ଅର୍ଥନୀତି, ବାଣିଜ୍ୟ ଓ ଉଦ୍ୟୋଗ ମନ୍ତ୍ରଣାଳୟର ପ୍ରତିନିଧି ସ୍ୱାକ୍ଷର କରିଥିଲେ। ଏହା ଭାରତ-ଜାପାନ ସେମି କଣ୍ଡକ୍ଟର ଯୋଗାଣ ଶୃଙ୍ଖଳା ଅଂଶୀଦାରୀ ନାମରେ ପରିଚିତ।

ଏହି ଏମ୍‌ଓସି ଦୁଇ ଦେଶ ମଧ୍ୟରେ ସେମି କଣ୍ଡକ୍ଟର କାରବାର ଓ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ କରିବାରେ ସହାୟକ ହେବ। ଡିଜିଟାଲ ଟେକ୍‌ନୋଲୋଜି ଓ ଉଦ୍ୟୋଗର ବିକାଶରେ ସେମିକଣ୍ଡକ୍ଟରର ଭୂମିକା ବିଶେଷ ଗୁରୁତ୍ୱପୂର୍ଣ୍ଣ। ତେଣୁ ଭାରତ ଓ ଜାପାନ ଉଭୟ ଏହି ବୁଝାବଣା ସହଯୋଗ ଦ୍ୱାରା ଉପକୃତ ହେବେ। ଏହି ଏମ୍‌ଓସି ସ୍ୱାକ୍ଷରିତ ହେବା  ଦିନ ଠାରୁ କାର‌୍ୟ୍ୟକାରୀ ହେବା ସହିତ ପାଞ୍ଚ ବର୍ଷ ଯାଏ ବଳବତ୍ତର  ରହିବ। ଏହା ଦ୍ୱାରା ଉଭୟ ଦେଶ ଜି୨ଜି ଓ ବି୨ଜି ଦ୍ୱିପାକ୍ଷିକ ସହଯୋଗ ଭିତ୍ତିରେ ପରସ୍ପରକୁ ସାହାଯ୍ୟ କରି ଉତ୍ତମ ମାନର ସେମିକଣ୍ଡକ୍ଟର ଯୋଗାଣ ଶୃଙ୍ଖଳାକୁ ସୁଦୃଢ କରିବାକୁ କାମ କରିବେ।

ପୃଷ୍ଠଭୂମି:- ଭାରତରେ ଏକ ସୁଦୃଢ ଓ ଉତ୍ତମ ଇଲେକ୍‌ଟ୍ରୋନିକ୍ସ  ତଥା ସେମିକଣ୍ଡକ୍ଟର ଉତ୍ପାଦନ ଭିତ୍ତିଭୂମି ନିର୍ମାଣ କରିବାକୁ ଇଲେକ୍‌ଟ୍ରୋନିକ୍ସ୍ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ  ଗୁରୁତ୍ୱର ସହିତ କାମ କରୁଛି। ଭାରତରେ ସେମି କଣ୍ଡକ୍ଟର ଫ୍ୟାବ୍ସ, ଡିସ୍‌ପ୍ଲେ ଫ୍ୟାବ୍ସ, କମ୍ପାଉଣ୍ଡ ସେମିକଣ୍ଡକ୍ଟର /ସିଲିକନ୍ ଫଟୋନିକ୍ସ/ସେନ୍‌ସର୍‌/ଡିସକ୍ରିଟ୍ ସେମିକଣ୍ଡକ୍ଟର, ସେମି କଣ୍ଡକ୍ଟର ପ୍ରସ୍ତୁତି, ଟେଷ୍ଟିଂ, ମାର୍କିଂ ଓ ପ୍ୟାକେଜିଂ (ଏଟିଏମ୍‌ପି) ଆଉଟସୋର୍ସଡ୍ ସେମି କଣ୍ଡକ୍ଟର ଆସେମ୍ଲି ଓ ଟେଷ୍ଟ (ଓଏସ୍‌ଏଟି) ବ୍ୟବସ୍ଥା  ନିର୍ମାଣ ଉପରେ ଗୁରୁ୍‌ତ୍ୱ ଦିଆଯାଉଛି ଏବଂ ଏ କ୍ଷେତ୍ରରେ ଜାପାନର ସାହାଯ୍ୟ ସହଯୋଗ ଓ ଅଂଶଦାରୀ ଲୋଡାଯାଇଛି।

ସେମିକଣ୍ଡକ୍ଟର ନିର୍ମାଣ ଓ ଯୋଗାଣ କ୍ଷେତ୍ରରେ ଯେ କୌଣସି ରାଷ୍ଟ୍ର ତଥା ଆର୍ନ୍ତଜାତିକ ସହଯୋଗ ପାଇବାକୁ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟକୁ ସରକାର କ୍ଷମତା ପ୍ରଦାନ କରିଛନ୍ତି। ଦେଶର ଇଲେକ୍ଟ୍ରୋନିକ୍ସ ଓ ଆଇଟି ଉଦ୍ୟୋଗ କ୍ଷେତ୍ରରେ ସେମିକଣ୍ଡକ୍ଟର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବାରୁ ଭାରତ ଏ କ୍ଷେତ୍ରରେ ଆତ୍ମନିର୍ଭର ହେବାକୁ ଉଦ୍ୟମ କରୁଛି। ସେମିକଣ୍ଡକ୍ଟର ଅଭାବ ଯୋଗୁଁ ଆମ ଆଇଟି, ଡିଜିଟାଲ ଓ ପ୍ରଯୁକ୍ତି କ୍ଷେତ୍ର ଯେପରି ପଛରେ ପଡି ନ ଯାଏ ସେଥି ପାଇଁ ସରକାର ବିଭିନ୍ନ ପଦକ୍ଷେପ ଓ କୌଶଳ କାର‌୍ୟ୍ୟକାରୀ କରୁଛନ୍ତି।

ଜାପାନ-ଭାରତ ନରେନ୍ଦ୍ର ମୋଦୀ ବୁଝାମଣାପତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଆମେରିକାରେ UPIର ନୂଆ ଅଧ୍ୟାୟ, Zelle ସହ ହେବ ଡିଜିଟାଲ୍‌ ପେମେଣ୍ଟ ବ୍ରିଜ୍‌

September 12, 2026

ପୁଣି ଭୂକମ୍ପରେ ଥରିଲା ଇଣ୍ଡୋନେସିଆ: ୨୪ ଘଣ୍ଟାରେ ଦ୍ୱିତୀୟ ଭୂକମ୍ପ

September 12, 2026

କେନାଲରେ ବୁଡି ଭାଇ ଭଉଣୀ ମୃତ

September 12, 2026

ଦିଲ୍ଲୀରେ ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଆରମ୍ଭ

September 12, 2026
Latest News

ବଦଳାନ୍ତୁ ଶୋଇବାର ଶୈଳୀ, ନଚେତ୍ ରୋଗରେ ପଡ଼ିପାରନ୍ତି

September 12, 2026

ଆମେରିକାରେ UPIର ନୂଆ ଅଧ୍ୟାୟ, Zelle ସହ ହେବ ଡିଜିଟାଲ୍‌ ପେମେଣ୍ଟ ବ୍ରିଜ୍‌

September 12, 2026

ପୁଣି ଭୂକମ୍ପରେ ଥରିଲା ଇଣ୍ଡୋନେସିଆ: ୨୪ ଘଣ୍ଟାରେ ଦ୍ୱିତୀୟ ଭୂକମ୍ପ

September 12, 2026

କେନାଲରେ ବୁଡି ଭାଇ ଭଉଣୀ ମୃତ

September 12, 2026

ଦିଲ୍ଲୀରେ ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ ଆରମ୍ଭ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.