Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବାଣପୁର ଓ ଚିଲିକା ବ୍ଲକରେ ‘ଆମ ଓଡିଶା ନବୀନ ଓଡିଶା’ ଯୋଜନା ଉଦଘାଟିତ
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବାଣପୁର ଓ ଚିଲିକା ବ୍ଲକରେ ‘ଆମ ଓଡିଶା ନବୀନ ଓଡିଶା’ ଯୋଜନା ଉଦଘାଟିତ

October 26, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଓ ଚିଲିକା ବ୍ଲକରେ ରାଜ୍ୟ ସରକାରଙ୍କ ‘ଆମ ଓଡିଶା ନବୀନ ଓଡିଶା’ ଯୋଜନା ଉଦଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭରଚ୍ୟୁଆଲ ମୋଡରେ ଉଦଘାଟନ କରିଛନ୍ତି।

ଏହି ଅବସରରେ ଉଭୟ ବ୍ଲକ ପ୍ରଶାସନ ପକ୍ଷରୁ ଉଭୟ ସ୍ଥାନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ର ଆୟୋଜନ କରାଯାଇଥିଲା। ପ୍ରତି ଗାଁ ହେବ ସଶକ୍ତ ଓଡ଼ିଶାର ପ୍ରତିଛବି ନାରାରେ ଏହି ଯୋଜନା ର ଶୁଭାରମ୍ଭ କରାଯାଇଥିବା ବେଳେ ଏହି ଯୋଜନାରେ ଖୋର୍ଦ୍ଧା ଜିଲ୍ଲାର ୧୦ ଗୋଟି ବ୍ଲକରେ ୯୫ କୋଟି ଟଙ୍କା ବ୍ୟୟରେ ୨ହଜାର ୭୬୩ ଟି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ସାମିଲ ହୋଇଛି। ବିଶେଷ କରି ଏ ଅଞ୍ଚଳର ମଠ ମନ୍ଦିର ନିର୍ମାଣ ଉପରେ ସରକାର ଗୁରୁତ୍ୱ ଦେଇଥିବା ବେଳେ ସମସ୍ତ ସ୍କୁଲ କଲେଜକୁ ୫-ଟି ରେ ସାମିଲ କରାଇ ଶିକ୍ଷାର ବିକାଶ ପ୍ରତି ଧ୍ୟାନ ଦେଇ ଥିବାରୁ ମୁଖ୍ୟମନ୍ତ୍ରୀ ଓ ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ କୃତଜ୍ଞତା ଜଣାଇଥିଲେ ଉପସ୍ଥିତ ଜନସାଧାରଣ।

ଏହି ପରିପ୍ରେକ୍ଷୀରେ ଚିଲିକା ବ୍ଲକରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ। ଅନୁରୂପ ଭାବେ ବାଣପୁରରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣା ଯୋଗଦେଇଥିଲେ।

ଏହି ଯୋଜନା ଅନ୍ତର୍ଗତ ଚିଲିକା ବ୍ଲକ ଚଣ୍ଡେଶ୍ୱରସ୍ଥିତ ବାବା ଚଣ୍ଡୀହର ଦେବ ମନ୍ଦିରକୁ ୧ କୋଟି, ବାଲୁଗାଁ କଲେଜକୁ ୧.୫ କୋଟି, ବାଣପୁର ମା’ ଭଗବତୀ ମନ୍ଦିରକୁ ୩୦ କୋଟିରୁ ଊର୍ଦ୍ଧ୍ଵ, ଗୋଦାବରୀଶ ମହାବିଦ୍ୟାଳୟକୁ ୨.୨୫ କୋଟି ଏବଂ ବାଣପୁର ଓ ଚିଲିକା ବ୍ଲକର ୩୪ ଗୋଟି ପଞ୍ଚାୟତକୁ ୧୭ କୋଟି ସହିତ ମୋଟ ୮ଟି ପ୍ରକଳ୍ପ ପାଇଁ ୬୨.୪୩ କୋଟି ଟଙ୍କା ମଞ୍ଜୁର ହୋଇଥିବା ଜଣାପଡିଛି।

ବାଣପୁର ବ୍ଲକରେ ବିଡ଼ିଓ ଶୀତଲ ଅଗ୍ରୱାଲ ଏବଂ ଚିଲିକା ବ୍ଲକରେ ବିଡ଼ିଓ ଜଗଦୀଶ ଷଡ଼ଙ୍ଗୀ ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ଉଭୟ ବ୍ଲକରେ କାର୍ଯ୍ୟକ୍ରମ ନୋଡାଲ ଅଧିକାରୀ ଭାବେ ଅତିରିକ୍ତ ଜିଲ୍ଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ ଏବଂ ଉପଜିଲ୍ଲାପାଳ ଦୀପ୍ତିରଞ୍ଜନ ସେଠି ଉପସ୍ଥିତ ଥିଲେ।

ସୂଚନା ଥାଉକି ଚିଲିକା ନିର୍ବାଚନମଣ୍ଡଳିରେ ଆଜିର ଉକ୍ତ କାର୍ଯ୍ୟକ୍ରମକୁ ବିଜେପି ବର୍ଜନ କରିଛି, ଯାହା ଫଳରେ ଉଭୟ ବ୍ଲକର ୩୪ ଗୋଟି ପଞ୍ଚାୟତରୁ ବିଜେପି ସମର୍ଥିତ ୨୩ ଜଣ ସରପଞ୍ଚ ଓ ୨୪ ଜଣ ସମିତି ସଭ୍ୟଙ୍କ ସମେତ ଉଭୟ ବ୍ଲକ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଏହି କାର୍ଯ୍ୟକ୍ରମରେ ଅନୁପସ୍ଥିତ ଥିଲେ।

ଆମ ଓଡିଶା ନବୀନ ଓଡ଼ିଶା ଚିଲିକା ନବୀନ ପଟ୍ଟନାୟକ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026
Latest News

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.