Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କତରରେ ମୃତ୍ୟୁଦଣ୍ଡରେ ଦଣ୍ଡିତ ହେଲେ ୮ ପୂର୍ବତନ ଭାରତୀୟ ନୌସେନା ଅଧିକାରୀ: ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିବ ଭାରତ
ଆଜିର ଖବର

କତରରେ ମୃତ୍ୟୁଦଣ୍ଡରେ ଦଣ୍ଡିତ ହେଲେ ୮ ପୂର୍ବତନ ଭାରତୀୟ ନୌସେନା ଅଧିକାରୀ: ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରିବ ଭାରତ

October 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆରବ ଦେଶ କତରରେ ଆଜି ୮ ଜଣ ଭାରତୀୟଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଏହି ସମସ୍ତ ଅଧିକାରୀଙ୍କୁ ଗୁପ୍ତଚର ଅଭିଯୋଗରେ ଦଣ୍ଡିତ କରାଯାଇଛି। ଆଠ ମାସ ପୂର୍ବେ ଗୁପ୍ତଚର ଅଭିଯୋଗରେ କତରରେ ୮ ଜଣ ପୂର୍ବତନ ଭାରତୀୟ ନୌସେନା ଅଧିକାରୀଙ୍କୁ ଗିରଫ କରାଯାଇଥିଲା। ଏହି ଗିରଫ ଗତ ବର୍ଷ ସେପ୍ଟେମ୍ବରରେ ହୋଇଥିଲା। ଏହି ପରିପ୍ରେକ୍ଷୀରେ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତି ଜାରି କରି କହିଛି ଯେ ମୃତ୍ୟୁଦଣ୍ଡର ନିଷ୍ପତ୍ତିକୁ ନେଇ ଆମେ ଆଶ୍ଚର୍ଯ୍ୟ ହୋଇଛୁ। ଏକ ବିସ୍ତୃତ ନିଷ୍ପତ୍ତି ଅପେକ୍ଷା କରାଯାଇଛି।

ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ, ଆମେ ପରିବାର ସଦସ୍ୟ ଏବଂ ଆଇନ ଦଳ ସହ ଯୋଗାଯୋଗରେ ଅଛୁ ଏବଂ ସମସ୍ତ ଆଇନଗତ ବିକଳ୍ପ ଅନୁସନ୍ଧାନ କରୁଛୁ। ଆମେ ଏହି ବିଷୟକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରୁଛୁ ଏବଂ ଏହା ଉପରେ ତୀକ୍ଷ୍ଣ ନଜର ରଖିଛୁ। ସମସ୍ତ କନସୁଲର ଏବଂ ଆଇନଗତ ସହାୟତା ପ୍ରଦାନ ଜାରି ରଖିବ। ଏହି ନିଷ୍ପତ୍ତିକୁ କତର କର୍ତ୍ତୃପକ୍ଷଙ୍କ ନିକଟରେ ମଧ୍ୟ ଉଠାଇବ।

ଏହି ସମସ୍ତ ଅଧିକାରୀ ଭାରତୀୟ ନୌସେନାରେ ବିଭିନ୍ନ ପଦବୀରେ କାର୍ଯ୍ୟ କରିଛନ୍ତି। ସେମାନେ ଇସ୍ରାଏଲ ପାଇଁ ଗୁପ୍ତଚର କରିଥିବା ଅଭିଯୋଗ ହୋଇଛି। ପ୍ରତିଷ୍ଠିତ ଅଧିକାରୀମାନେ ମଧ୍ୟ ଏହି ୮ ଜଣଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ। ସେମାନେ ଥରେ ପ୍ରମୁଖ ଭାରତୀୟ ଯୁଦ୍ଧ ଜାହାଜର ନେତୃତ୍ଵ ନେଉଥିଲେ। ବର୍ତ୍ତମାନ ଡହରା ଗ୍ଲୋବାଲ୍ ଟେକ୍ନୋଲୋଜିଜ ଏବଂ କନସଲଟାନ୍ସି ସର୍ଭିସେସ୍ ପାଇଁ କାମ କରୁଥିଲେ। ଏହା ଏକ ଘରୋଇ ସଂସ୍ଥା, ଯାହା କତରର ସଶସ୍ତ୍ର ବାହିନୀକୁ ତାଲିମ ଏବଂ ଆନୁଷଙ୍ଗିକ ସେବା ଯୋଗାଇଥାଏ।

କତର ନୌସେନା ଅଧିକାରୀ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026
Latest News

ଅଙ୍ଗଦାନକୁ ପ୍ରୋତ୍ସାହନ ଦେବାକୁ ସରକାରଙ୍କ ନୂଆ ପଦକ୍ଷେପ, ଲଞ୍ଚ ହେଲା ‘ଇ-ଟ୍ରାନ୍ସପ୍ଲାଣ୍ଟ’ ପ୍ଲାଟଫର୍ମ

August 4, 2026

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.