ଆଜି ରୋଜଗାର ମେଳା ଅଧୀନରେ ୫୧ ହଜାର ନବ ନିଯୁକ୍ତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ

Published: Oct 28, 2023, 8:35 am IST

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, କୌଶଳ ବିକାଶ ଏବଂ ଉଦ୍ୟମଶୀଳତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୧୬୦ ରୁ ଅଧିକ ନବନିଯୁକ୍ତଙ୍କୁ, କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ, ଆଦିବାସୀ ବ୍ୟାପାର ଏବଂ ଜଳ ଶକ୍ତି ବିଶ୍ୱେଶ୍ୱର ଟୁଡୁ କଟକ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ୧୧୦ ରୁ ଅଧିକ  ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ଏବଂ ସେହିଭଳି ବିଶାଖାପାଟନମ୍ ଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୮୦ ରୁ ଅଧିକ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ। 

ରୋଜଗାର ସୃଷ୍ଟି ପାଇଁ ସର୍ବୋଚ୍ଚ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା ପୂରଣ ଦିଗରେ ରୋଜଗାର ମେଳା ଏକ ପଦକ୍ଷେପ। ରୋଜଗାର ମେଳା ଆଗାମୀ ନିଯୁକ୍ତି ସୃଷ୍ଟିରେ ଏକ ଉଲ୍ଲେଖନୀୟ ପଦକ୍ଷେପ ଭାବରେ କାର୍ଯ୍ୟ କରିବ ଏବଂ ଯୁବକମାନଙ୍କୁ ସେମାନଙ୍କର ସଶକ୍ତିକରଣ ଏବଂ ଜାତୀୟ ବିକାଶରେ ଅଂଶଗ୍ରହଣ ପାଇଁ ଉପଯୁକ୍ତ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି।

ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ କର୍ମଚାରୀମାନେ ଟ୍ରେନ୍ ମ୍ୟାନେଜର, ଷ୍ଟେସନ ମାଷ୍ଟର, ସିନିୟର କମର୍ସିଆଲ୍ କମ୍ ଟିକେଟ୍ କ୍ଲର୍କ, ଇନ୍ସପେକ୍ଟର, ସବ୍ ଇନ୍ସପେକ୍ଟର, କନଷ୍ଟେବଳ, ଷ୍ଟେନୋଗ୍ରାଫର, ଜୁନିଅର ଆକାଉଣ୍ଟାଣ୍ଟ, ଡାକ ସହାୟକ, ଇନକମ୍ ଟାକ୍ସ ଇନସପେକ୍ଟର ପରି ବିଭିନ୍ନ ପଦ / ପଦବୀରେ ଯୋଗଦେବେ। ଏହା ସହି ତରହିଛି ଟ୍ୟାକ୍ସ ଇନ୍ସପେକ୍ଟର, ଟ୍ୟାକ୍ସ ଆସିଷ୍ଟାଣ୍ଟ, ସିନିୟର ଡ୍ରଟସମ୍ୟାନ୍, ଜେଇ/ସୁପରଭାଇଜର, ଆସିଷ୍ଟାଣ୍ଟ ପ୍ରଫେସର, ଶିକ୍ଷକ, ଲାଇବ୍ରେରିଆନ୍, ନର୍ସ, ପ୍ରୋବେସନାରୀ ଅଫିସର, ପିଏ, ଏମଟିଏସ ଓ ଆହୁରି ଅନେକ।

ନୂତନ ଭାବେ ନିଯୁକ୍ତ କର୍ମଚାରୀମାନେ ମଧ୍ୟ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ତାଲିମ ଗ୍ରହଣ କରିବାର ସୁଯୋଗ ପାଇବେ, ଯାହା ବିଭିନ୍ନ ସରକାରୀ ବିଭାଗର ସମସ୍ତ ନୂତନ ନିଯୁକ୍ତ କର୍ମଚାରୀଙ୍କ ପାଇଁ ଏକ ଅନଲାଇନ୍ ଓରିଏଣ୍ଟେସନ୍ ପାଠ୍ୟକ୍ରମ ଅଟେ।

Related posts