Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆରେ ଏମ୍‌.ଏସ୍‌.ସ୍ୱାମୀନାଥନ ସ୍ମାରକୀ ଆଲୋଚନାଚକ୍ର ଆୟୋଜିତ
ଆଜିର ଖବର

ସୋଆରେ ଏମ୍‌.ଏସ୍‌.ସ୍ୱାମୀନାଥନ ସ୍ମାରକୀ ଆଲୋଚନାଚକ୍ର ଆୟୋଜିତ

October 30, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଫ୍ୟାକଲ୍ଟି ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ (ଆଇଏଏସ୍‌)ରେ ପ୍ରଖ୍ୟାତ କୃଷି ବୈଜ୍ଞାନିକ ସ୍ୱର୍ଗତଃ ଏମ୍‌.ଏସ୍‌.ସ୍ୱାମୀନାଥନ୍‌ଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।

ଏହି ଆଲୋଚନାଚକ୍ରରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ଉଦ୍ଭିଦ ପ୍ରଜନନ ଓ ଆନୁବଂଶିକ ବିଭାଗର ପ୍ରତିଷ୍ଠିତ ପ୍ରଫେସର ତଥା ଧାନ ଗବେଷଣାର ଜଣେ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ବୈଜ୍ଞାନିକ ପ୍ରଫେସର ସତ୍ୟ ରଞ୍ଜନ ଦାସ ମୁଖ୍ୟ ଅତିଥି ତଥା ଆଲୋଚନା ବକ୍ତା ଭାବେ ଯୋଗ ଦେଇଥିଲେ।

ଏହି ଅବସରରେ ପ୍ରଫେସର ଦାସ ଓଡ଼ିଶାର ଜଳବାୟୁରେ ଧାନ କିସମର ପ୍ରକାରଭେଦ, ଜଳବାୟୁ ପରିବର୍ତନରେ ଧାନ ଗବେଷଣାର ଦିଗ, ଉଦ୍ଭିଦ ପ୍ରଜନନ ବିଜ୍ଞାନର ପାରମ୍ପରିକ ଓ ଅତ୍ୟାଧୁନିକ ଦିଗ ଉପରେ ବିଷଦ ଆଲୋକପାତ କରିଥିଲେ।

କୃଷି ମହାବିଦ୍ୟାଳୟ ପକ୍ଷରୁ ପ୍ରଫେସର ଦାସଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା।
କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗ ଦେଇ ସ୍ୱାମୀନାଥନ୍‌ଙ୍କ ସ୍ମୃତିରେ ଅନୁଷ୍ଠିତ ଏହି ଆଲୋଚନାକୁ ଏକ ପ୍ରଶଂସନୀୟ ପଦକ୍ଷେପ ବୋଲି କହିଥିଲେ।

ଆଇଏଏସ୍‌ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ ଅତିଥି ପରିଚୟ ପ୍ରଦାନ କରିବା ସହ ସ୍ୱାଗତ ଭାଷଣ ଦେଇଥିଲେ। ଏହି ଆଲୋଚନାରେ ଅନ୍ୟତମ ଅତିଥି ପ୍ରଫେସର ସତ୍ୟ ରଞ୍ଜନ ଦାସ ଓଡ଼ିଶାର ଜଳବାୟୁରେ ଧାନ କିସମର ପ୍ରକାରଭେଦ, ଜଳବାୟୁ ପରିବର୍ତନରେ ଧାନ ଗବେଷଣାର ଦିଗ, ଉଦ୍ଭିଦ ପ୍ରଜନନ ବିଜ୍ଞାନର ପାରମ୍ପରିକ ଓ ଅତ୍ୟାଧୁନିକ ଦିଗ ଉପରେ ବିଷଦ ଆଲୋକପାତ କରିଥିଲେ।

ଏହି ଆଲୋଚନାରେ କୃଷି ମହାବିଦ୍ୟାଳୟ ପକ୍ଷରୁ ପ୍ରଫେସର ଦାସଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ପ୍ରଫେସର ପ୍ରଭାତ କୁମାର ଷଢ଼ଙ୍ଗୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ପ୍ରଫେସର ସରୋଜ କୁମାର ମହାନ୍ତି ଆଲୋଚନାର ଆଭିମୁଖ୍ୟ ବିଷୟରେ ସୂଚନା ଦେଇଥିବା ବେଳେ ପ୍ରଫେସର ଭବେନ୍ଦ୍ର ବୈଶାଖ ଧନ୍ୟବାଦ ଦେଇଥିଲେ।

ଏହି ଆଲୋଚନାରେ କୃଷି ମହାବିଦ୍ୟାଳୟର ଉପଦେଷ୍ଟା ପ୍ରଫେସର ବିଜୟ କୁମାର ସାହୁ, ସୋଆର ଆଡିସ୍‌ନାଲ ଡିନ୍ (ରିସର୍ଚ୍ଚ) ତଥା ଆଇଏଏସ୍‌ର ଓଏସ୍‌ଡି ପ୍ରଫେସର ପ୍ର୍ରିୟବ୍ରତ ପଟ୍ଟନାୟକ, ସମସ୍ତ ବିଭାଗର ବିଭାଗୀୟ ମୁଖ୍ୟ, ଅଧ୍ୟାପକଙ୍କ ସମେତ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ। ଡକ୍ଟର ଅଂଶୁମାନ ଜେନା, ଡକ୍ଟର ଭୁବନାନନ୍ଦ ଅଧିକାରୀ, ରାଜୀବ କୁମାର ବେହେରା, ବିଦ୍ୱାନ ରଞ୍ଜନ ସାହୁ, ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଆଇଏଏସ୍‌ ଶିକ୍ଷା ଓ ଅନୁସନ୍ଧାନ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦ ଘରେ ଭୟଙ୍କର ଅଗ୍ନିକାଣ୍ଡ: ଶୋଇଥିବାବେଳେ ଜୀବନ୍ତ ଜଳିଗଲେ ବାପା, ଅଳ୍ପକେ ବର୍ତ୍ତିଲେ ପୁଅ

September 14, 2026

ଗଣେଶ ଚତୁର୍ଥୀ: ଜାଣନ୍ତୁ ଗଣେଶ ପୂଜାରେ ଶାନ୍ତ ହୁଅନ୍ତି କେଉଁ ଗ୍ରହ?

September 14, 2026

ନୂଆଖାଇ ଯେଉଁଥିରେ ରହିଛି ଭକ୍ତି ସହ ଭାବର ଏକ ପ୍ରଚଣ୍ଡ ବନ୍ଧନ

September 14, 2026

ଆଜି ଗଣେଶ ପୂଜାରେ ଜପ କରନ୍ତୁ ଏହି ୧୪ଟି ନାମ: ମିଳିବ ସଫଳତା

September 14, 2026
Latest News

ବନ୍ଦ ଘରେ ଭୟଙ୍କର ଅଗ୍ନିକାଣ୍ଡ: ଶୋଇଥିବାବେଳେ ଜୀବନ୍ତ ଜଳିଗଲେ ବାପା, ଅଳ୍ପକେ ବର୍ତ୍ତିଲେ ପୁଅ

September 14, 2026

ଗଣେଶ ଚତୁର୍ଥୀ: ଜାଣନ୍ତୁ ଗଣେଶ ପୂଜାରେ ଶାନ୍ତ ହୁଅନ୍ତି କେଉଁ ଗ୍ରହ?

September 14, 2026

ପ୍ରଥମ ଥର ଏଲେନା ରିବାକିନା ୟୁଏସ୍ ଓପନ୍ ଚାମ୍ପିଅନ୍

September 14, 2026

ନୂଆଖାଇ ଯେଉଁଥିରେ ରହିଛି ଭକ୍ତି ସହ ଭାବର ଏକ ପ୍ରଚଣ୍ଡ ବନ୍ଧନ

September 14, 2026

ଆଜି ଗଣେଶ ପୂଜାରେ ଜପ କରନ୍ତୁ ଏହି ୧୪ଟି ନାମ: ମିଳିବ ସଫଳତା

September 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.