Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ପୋଲିସ ପକ୍ଷରୁ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ପାଳିତ
ଆଜିର ଖବର

ଓଡିଶା ପୋଲିସ ପକ୍ଷରୁ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ପାଳିତ

October 31, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡିଶା ପୋଲିସ ପକ୍ଷରୁ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ୭ମ ଓଏସଏପି ବାଟାଲିୟନ, ଭୁବନେଶ୍ବରଠାରେ ଅନୁଷ୍ଠିତ ହୋଇଛି। ସ୍ଵାଧୀନ ଭାରତର ପ୍ରଥମ ଉପପ୍ରଧାନମନ୍ତ୍ରୀ ତଥା ସ୍ବରାଷ୍ଟ୍ର ମନ୍ତ୍ରୀ ଲୌହମାନବ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମ ଦିବସକୁ ଦେଶବ୍ୟାପୀ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଇଛି। ଏହି ଅବସରରେ ଓଏସଏପି ପଡିଆରେ ବିଧିବଦ୍ଧ ଭାବେ ପ୍ୟାରେଡ ଆୟୋଜନ କରାଯାଇ ସର୍ଦ୍ଦାର ପଟେଲଙ୍କ ସ୍ମୁତିଚାରଣ କରାଯାଇଥିଲା।

ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ସୁନୀଲ କୁମାର ବଂସଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ୟାରେଡ ଅଭିବାଦନ ଗ୍ରହଣ କରିଥିଲେ। ଶ୍ରୀ ବଂସଲ ସର୍ଦ୍ଦାର ପଟେଲଙ୍କ ଜୀବନ ଦର୍ଶନ ଉପରେ ଆଲୋଚନା କରିବା ସହ ତାଙ୍କ କାର‌୍ୟ୍ୟକ୍ଷବଳୀ, କାର‌୍ୟ୍ୟଦକ୍ଷତା, ଦେଶପ୍ରେମ ଓ ସ୍ଵାଧୀନତା ସଂଗ୍ରାମରେ ଅତୁଳନୀୟ ଅବଦାନ ସମ୍ପର୍କରେ ଆଲୋକପାତ କରିଥିଲେ।  ସ୍ଵାଧୀନତା ପରେ ୫୫୦ ରୁ ଉର୍ଦ୍ଧ୍ଵ ଛୋଟ ଛୋଟ ଦେଶୀୟ ରାଜ୍ୟଗୁଡିକୁ ଭାରତରେ ମିଶାଇବା ପାଇଁ ସର୍ଦ୍ଦାର ପଟେଲ ଯେଉଁ ଅକ୍ଲାନ୍ତ ପରିଶ୍ରମ କରିଥିଲେ, ତାହା ଅତୁଳନୀୟ ଥିଲା। ଯାହା ଫଳରେ ବିଶ୍ଵ ଦରବାରରେ ଭାରତ ଆଜି ଏକ ସ୍ଵତନ୍ତ୍ର ରାଷ୍ଟ୍ର ଭାବେ ପରିଚୟ ଲାଭ କରିଛି। ଦେଶର ପ୍ରତ୍ୟେକ ନାଗରିକ ଭାଇଚାରା, ବନ୍ଧୁତା ଏବଂ ଏକତା  ହୋଇ ଚାଲିବା ସହ ସମସ୍ତଙ୍କ ମନରେ ଦେଶପ୍ରେମ ରହିବା ଉଚିତ ବୋଲି ଶ୍ରୀ ବଂସଲ କହିଥିଲେ। ଏହା ସହ ଆଗାମୀ ଦିନରେ ସମସ୍ତେ ମିଳିମିଶି ରାଜ୍ୟରେ ଆଇନଶୃଙ୍ଖଳା ନିୟନ୍ତ୍ରଣ କରିବା ସହ ଅପରାଧ ଦମନ କରିବାକୁ ଶ୍ରୀ ବଂସଲ ଆହ୍ଵାନ ଦେଇଥିଲେ।

ଏହି ପ୍ୟାରେଡରେ ଏନଡିଆରଏଫ (ମୁଣ୍ଡଳୀ), ୭ମ ଓଏସଏପି ବାଟାଲିୟନ (ଭୁବନେଶ୍ବର), ଓ.ଏସ.ଏ.ପି  ଷଷ୍ଠ ବାଟାଲିୟନ (କଟକ), ଷଷ୍ଠ ଆଇ.ଆର ବାଟାଲିୟନ (ଖୋର୍ଦ୍ଧା), ଓଡ୍ରାଫ, ଫାୟାର ସର୍ଭିସ (କଟକ), ପୋଲିସ କଲର ପାର୍ଟି (କଟକ), ବ୍ୟାଣ୍ଡ ପାର୍ଟି (କଟକ) ଅଂଶଗ୍ରହଣ କରିଥିଲେ କ୍ଷ  ତାପସ ରଞ୍ଜନ ଦାସ (ଉକ୍ଟଜ୍ଞଜ୍ଞୟଗ୍ଧ.)ପ୍ୟାରେଡର ନେତୃତ୍ଵ ନେଇଥିଲେ।

ଏହି କାର‌୍ୟ୍ୟକ୍ରମରେ ସ୍ଵତନ୍ତ୍ର ଆରକ୍ଷୀ ମହାନିର୍ଦ୍ଦେଶକ (ଏଚଆରପିସି) ଏ. ଏମ.  ପ୍ରସାଦ, ନିର୍ଦ୍ଦେଶକ (ଏସସିଆରବି) ବିନୟତୋଷ ମିଶ୍ର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଏସ.ଏ.ପି) ଆର.ପି. କୋଚେ, ନିର୍ଦ୍ଦେଶକ (ଭିଜିଲାନ୍ସ) ୟଶୱନ୍ତ ଜେଠୱା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ମୁଖ୍ୟାଳୟ) ଆର. କେ. ଶର୍ମା, ପୋଲିସ କମିଶନର (ଭୁବନେଶ୍ବର-କଟକ) ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମବ୍ରାଞ୍ଚ) ଅରୁଣ ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଅପରେସନ) ଏସ. ଦେବଦତ୍ତ ସିଂ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୁନୀକିକରଣ) ରାଜେଶ କୁମାରଙ୍କ ସମେତ ପୋଲିସ ବିଭାଗର ବହୁ ବରିଷ୍ଠ ପୋଲିସ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ।

ସେହିପରି ପୂର୍ବାହ୍ନରେ ରାଜ୍ୟ ପୋଲିସ ମୁଖ୍ୟାଳୟ କଟକଠାରେ ରାଷ୍ଟ୍ରୀୟ ଏକତା ଦିବସ ଶପଥ ପାଠ କାରାଯାଇଥିଲା କ୍ଷ ଆଇ.ଜି. (କାର୍ମିକ) ପ୍ରବୀଣ କୁମାର ଉପସ୍ଥିତ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ରାଷ୍ଟ୍ରର ଏକତା, ଅଖଣ୍ଡତା ଓ ସୁରକ୍ଷାକୁ ବଜାୟ ରଖିବା ପାଇଁ ନିଜକୁ ସମର୍ପିତ କରିବାକୁ ଏବଂ ଏହି ବାର୍ତ୍ତା ଦେଶବାସୀଙ୍କ ମଧ୍ୟରେ ପ୍ରଚାର କରିବା ପାଇଁ ପ୍ରୟାସ କରିବାକୁ ଶପଥ ପାଠ କରାଇଥିଲେ।

ଓଏସଏପି ବାଟାଲିୟନ ଓଡିଶା ପୋଲିସ ଭୁବନେଶ୍ବର ରାଷ୍ଟ୍ରୀୟ ଏକତା ଦିବସ ସର୍ଦ୍ଦାର ବଲ୍ଲଭଭାଇ ପଟେଲ
Share. Facebook Twitter LinkedIn Email WhatsApp Copy Link

Related Posts

୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ କରିବେ ସରକାର: ଜାଣନ୍ତୁ ଏହାର ଖର୍ଚ୍ଚ କେତେ?

July 18, 2026

ପ୍ରକୃତରେ ମାଇଲେଜ୍ ହ୍ରାସ କରେ କି E20 ଇନ୍ଧନ?: ଜାଣନ୍ତୁ ବିଶେଷଜ୍ଞମାନେ କୁହନ୍ତି

July 18, 2026

ଲର୍ଡସରେ ଇତିହାସ ରଚିବେ ରୋହିତ ଶର୍ମା: ଭାଙ୍ଗିପାରନ୍ତି ଏହି ଦୁଇଟି ରେକର୍ଡ

July 18, 2026

ନୟାଗଡ଼: ବାସସ୍ଥାନ ଯୋଜନାରୁ ବଞ୍ଚିତ ଦିନ ମଜୁରିଆଙ୍କ ପାଲ ତଳେ କଟୁଛି ଜୀବନ

July 18, 2026
Latest News

୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ କରିବେ ସରକାର: ଜାଣନ୍ତୁ ଏହାର ଖର୍ଚ୍ଚ କେତେ?

July 18, 2026

ପ୍ରକୃତରେ ମାଇଲେଜ୍ ହ୍ରାସ କରେ କି E20 ଇନ୍ଧନ?: ଜାଣନ୍ତୁ ବିଶେଷଜ୍ଞମାନେ କୁହନ୍ତି

July 18, 2026

ଜନ୍ତର ମନ୍ତରରେ ଉତ୍ତେଜନା: ଅଭିଜିତ ଦୀପକେଙ୍କ ଉପରକୁ କାଳି ଫିଙ୍ଗିଲେ ମହିଳା

July 18, 2026

ସୋନମ ୱାଙ୍ଗଚୁକଙ୍କ ସମ୍ପର୍କରେ ସରକାର ଏବଂ ସିଜେପି କୁ ସମାଲୋଚନା କଲେ ପ୍ରିୟଙ୍କା ଚତୁର୍ବେଦୀ

July 18, 2026

ଲର୍ଡସରେ ଇତିହାସ ରଚିବେ ରୋହିତ ଶର୍ମା: ଭାଙ୍ଗିପାରନ୍ତି ଏହି ଦୁଇଟି ରେକର୍ଡ

July 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.