Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନବୀନ ଓଡିଶା ଏବଂ 5ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନଙ୍କୁ ସ୍ବାଗତ କରିବା ପାଇଁ ପ୍ରବଳ ଭିଡ
ଆଜିର ଖବର

ନବୀନ ଓଡିଶା ଏବଂ 5ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନଙ୍କୁ ସ୍ବାଗତ କରିବା ପାଇଁ ପ୍ରବଳ ଭିଡ

November 1, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନବୀନ ଓଡିଶା ଏବଂ 5ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ପ୍ରବଳ ଭିଡ

ଭୁବନେଶ୍ବର:  5ଟି ଏବଂ ଆମ ଓଡିଶା ନବୀନ ଓଡିଶାର ଅଧ୍ୟକ୍ଷ ଭାବେ ଭି କେ ପାଣ୍ଡିଆନଙ୍କୁ ନିଯୁକ୍ତି ମିଳିବା ପରେ ତାଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ଏହି ନୂଆ ନିଯୁକ୍ତି ଘୋଷଣା ପରେ ରାଜ୍ୟର ବିଭିନ୍ନ ସଂଗଠନ ତରଫରୁ ତାଙ୍କୁ ସ୍ବାଗତ କରିବା ପାଇଁ ଲୋକଙ୍କ ମଧ୍ୟରେ ଆଗ୍ରହ ପରିଲକ୍ଷିତ ହୋଇଛି। ମଙ୍ଗଳବାର ଦିନ ନବୀନ ନିବାସରେ ତାଙ୍କୁ ସାକ୍ଷାତ କରିବା ପାଇଁ ସେହିପରି ପ୍ରବଳ ଭିଡ ପରିଲକ୍ଷିତ ହୋଇଥିଲା।

ତାଙ୍କୁ ସ୍ବାଗତ କରିବା ପାଇଁ 27ଟି ସରକାରୀ ସେବା ସଂଘ ଏବଂ କେତେକ ଘରୋଇ ସଂଘ ତରଫରୁ ନବୀନ ନିବାସରେ ଭିଡ କରିଥିଲେ। ଏହି ସଂଗଠନ ମଧ୍ୟରେ ଅଛନ୍ତି ଓଡିଶା ମେଡିକାଲ ସେବା ସଂଘ, ଓଡିଶା ସୂଚନା ସେବା ସଂଘ, ଓଡିଶା ବିଦ୍ୟୁତ ସେବା କର୍ମଚାରୀ ସଂଘ, ନିଖିଳ ଓଡିଶା ବିଦ୍ୟୁତ ମଞ୍ଚ, ଓଡିଶା ଭେଟନାରୀ ସେବା ସଂଘ, ଓଡିଶା ଟାକ୍ସ ଏବଂ ଆକାଉଣ୍ଟ ସେବା ସଂଘ, ଓଡିଶା ସେକେଣ୍ଡାରୀ ସ୍କୁଲ ଶିକ୍ଷକ ସଂଘ ପ୍ରଭୃତି ଅଛନ୍ତି।

ସମସ୍ତେ ପାଣ୍ଡିଆନଙ୍କ କାର୍ଯ୍ୟଶୈଳୀ ଏବଂ ଓଡିଶା ବିକାଶର କର୍ଣ୍ଣଧାର ହୋଇ କାମ କରିଥିବାରୁ ତାଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। ଓଡିଶା ରୂପାନ୍ତରଣ କାର୍ଯ୍ୟ ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବପ୍ନକୁ ସାକାର କରିଥିବାରୁ ପାଣ୍ଡିଆନଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। ବର୍ତ୍ତମାନ ରାଜ୍ୟ ଏକ ଭଲ ସମୟରେ ଗତି କରୁଥିବା ବେଳେ ଭବିଷ୍ୟତରେ ଏହା ଜାରୀ ରହିବ ବୋଲି ସମସ୍ତେ ଆଶା ବ୍ୟକ୍ତ କରିଛନ୍ତି।

ନବୀନ ଓଡିଶା ଏବଂ 5ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। ଓଡିଶାର ବିକାଶ ପାଇଁ ମିଳିତ ଭାବେ କାର୍ଯ୍ୟ କରିବାକୁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ସେ କହିଥିଲେ ଯେ, ଆମେ ସମସ୍ତେ ଟିମ ଓଡିଶା ହୋଇ କାମ କରିବା। ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନକୁ ସାକାର କରିବା କାର୍ଯ୍ୟରେ ସମସ୍ତେ ନିଜକୁ ନିୟୋଜିତ ରଖିବା ପାଇଁ ସେ ପରାମର୍ଶ ଦେଇଥିଲେ।

ଏଥିସହିତ ସେ କହିଥିଲେ ଯେ, ସମସ୍ତେ ଏକାଠି କାମ କରି ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନକୁ ସାକାର କରିବା ସହିତ ଏକ ନୂଆ ଓଡିଶା ସଶକ୍ତ ଓଡିଶା ଗଠନ କରିବା। ସମସ୍ତେ ଲୋକଙ୍କ ସେବା କାର୍ଯ୍ୟ କରିବାକୁ ଆଗ୍ରହ ପ୍ରକାଶ କରିବା ଉଚିତ ବୋଲି ପାଣ୍ଡିଆନ କହିଥିଲେ। ପୂର୍ବରୁ ବିଭିନ୍ନ ବର୍ଗର ଲୋକ ତଥା ରାଜ୍ୟର ବିଭିନ୍ନ ସଂଗଠନ ପାଣ୍ଡିଆନଙ୍କୁ ସାକ୍ଷାତ କରି ନୂଆ ଦାୟିତ୍ବ ନେଇ ଥିବାରୁ ଅଭିନନ୍ଦନ ଜଣାଇଥିଲେ।

‘ଆମ ଓଡିଶା ନବୀନ ଓଡିଶା’ vkpandian ନବୀନ ଓଡିଶା ଅଧ୍ୟକ୍ଷ ପାଣ୍ଡିଆନ ଭିକେପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ବରଫ ତଳେ ବିପଦର ବିସ୍ଫୋରଣ: GLOF ନେଇ ବଢୁଛି ଚିନ୍ତା

August 27, 2026

ଆଜି ‘ଖେଲୋ ଇଣ୍ଡିଆ ଡାଏଲଗ୍’ରେ ଯୁବବର୍ଗଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 27, 2026

ଦୁର୍ଘଟଣାରେ ଜୀବନ ହାରିଲେ ପୂର୍ବତନ ସରପଞ୍ଚ ତଥା ପିଇଓ ମୁନେସ ପ୍ରଧାନ

August 27, 2026

ପୂର୍ବତନ ବିଧାୟକ ସତ୍ୟ ଭୂଷଣ ସାହୁଙ୍କ ବିୟୋଗରେ ବାଚସ୍ପତିଙ୍କ ଗଭୀର ଶୋକବ୍ୟକ୍ତ

August 27, 2026
Latest News

ବରଫ ତଳେ ବିପଦର ବିସ୍ଫୋରଣ: GLOF ନେଇ ବଢୁଛି ଚିନ୍ତା

August 27, 2026

ଆଜି ‘ଖେଲୋ ଇଣ୍ଡିଆ ଡାଏଲଗ୍’ରେ ଯୁବବର୍ଗଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 27, 2026

ପର୍ଯ୍ୟାପ୍ତ ପିଆଜ ଉପଲବ୍ଧତା ଏବଂ ଋତୁକାଳୀନ ଦରବୃଦ୍ଧି ନିୟନ୍ତ୍ରଣ ଲାଗି ସରକାରଙ୍କ ସକ୍ରିୟ ପଦକ୍ଷେପ

August 27, 2026

ନେପାଳରେ ଆକସ୍ମିକ ବନ୍ୟା ପରିସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 27, 2026

ଦୁର୍ଘଟଣାରେ ଜୀବନ ହାରିଲେ ପୂର୍ବତନ ସରପଞ୍ଚ ତଥା ପିଇଓ ମୁନେସ ପ୍ରଧାନ

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.