Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଶା ଗସ୍ତରେ ଜମ୍ମୁ କଶ୍ମୀର ଉପରାଜ୍ୟପାଳ: ପରିଦର୍ଶନ କଲେ ବିଶ୍ୱ ଦକ୍ଷତା କେନ୍ଦ୍ର
ଆଜିର ଖବର

ଓଡ଼ିଶା ଗସ୍ତରେ ଜମ୍ମୁ କଶ୍ମୀର ଉପରାଜ୍ୟପାଳ: ପରିଦର୍ଶନ କଲେ ବିଶ୍ୱ ଦକ୍ଷତା କେନ୍ଦ୍ର

November 4, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା ଜମ୍ମୁ କଶ୍ମୀରର (କେନ୍ଦ୍ର ଶାସିତ ଅଞ୍ଚଳ) ମାନ୍ୟବର ଉପରାଜ୍ୟପାଳ ମନୋଜ ସିହ୍ନା ଭୁବନେଶ୍ୱରଠାରେ ସ୍ଥାପିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରିଛନ୍ତି। ଶୁକ୍ରବାର ଦିନ ସେ ବିଶ୍ୱ ଦକ୍ଷତା କେନ୍ଦ୍ରକୁ ଆସି ବିଭିନ୍ନ ଲାବୋରେଟୋରି ବୁଲି ଦେଖିଥିଲେ। ଛାତ୍ରଛାତ୍ରୀ ଓ ପ୍ରଶିକ୍ଷକମାନଙ୍କ ସହ କଥା ହୋଇ ଏଠାରେ ଦିଆଯାଉଥିବା ଅତ୍ୟାଧୁନିକ ତାଲିମ ପାଠ୍ୟକ୍ରମ ବିଷୟରେ ପଚାରି ବୁଝିଥିଲେ।

ଉପରାଜ୍ୟପାଳ ଶ୍ରୀ ସିହ୍ନା ବିଶ୍ୱ ଦକ୍ଷତା କେନ୍ଦ୍ରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇ ସ୍ୱାଗତ କରାଯାଇଥିଲା।

“ବର୍ତ୍ତମାନ ସମୟରେ ଦେଶ ବା ରାଜ୍ୟର ବିକାଶରେ ଦକ୍ଷ ଯୁବପିଢ଼ିଙ୍କର ଆବଶ୍ୟକତା ରହିଛି । ତେଣୁ ଏ ଦିଗରେ ବିଶ୍ୱ ଦକ୍ଷତା କେନ୍ଦ୍ର ଏକ ବଡ଼ ଭୂମିକା ଗ୍ରହଣ କରୁଛି । ଏହି କେନ୍ଦ୍ରରେ ଓଡ଼ିଶାର ଯୁବପିଢ଼ି ଶିଳ୍ପ ଉପଯୋଗୀ ତାଲିମ ନେଇ ସେମାନଙ୍କ ଦକ୍ଷତାକୁ ଏକ ନୂଆ ଉଚ୍ଚତାକୁ ନେଇପାରୁଛନ୍ତି”, କହିଛନ୍ତି ଉପରାଜ୍ୟପାଳ ଶ୍ରୀଯୁକ୍ତ ମନୋଜ ସିହ୍ନା ।

ଓଡ଼ିଶାରେ ଏଭଳି ଏକ ଅତ୍ୟାଧୁନିକ ଦକ୍ଷତା ବିକାଶ କେନ୍ଦ୍ର କରାଯାଇଥିବାରୁ ସେ ଓଡ଼ିଶା ସରକାର ଓ ସିଙ୍ଗାପୁରର ଆଇଟିଇଇଏସ୍ ସଂସ୍ଥାକୁ ଧନ୍ୟବାଦ ଦେଇଥିଲେ । ବିଶ୍ୱ ଦକ୍ଷତା କେନ୍ଦ୍ରର ସ୍କୁଲ ଅଫ୍ ଇଞ୍ଜିନିୟରିଂ ଓ ସ୍କୁଲ ଅଫ୍ ସର୍ଭିସେସ୍ ବିଭାଗରେ ରହିଥିବା ଅତ୍ୟାଧୁନିକ ତାଲିମ ପାଠ୍ୟକ୍ରମକୁ ସେ ପ୍ରଶଂସା କରିଥିଲେ ।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଚଳିତ ଶିକ୍ଷାବର୍ଷରୁ ଭର୍ଟିକାଲ ଟାନ୍ସପୋର୍ଟେସନ ବିଷୟରେ ନୂତନ ପାଠ୍ୟକ୍ରମ ଆରମ୍ଭ ହୋଇଛି । ତେଣୁ ଉପରାଜ୍ୟପାଳ ଭର୍ଟିକାଲ ଟ୍ରାନ୍ସପୋର୍ଟେସନ ସହିତ ଇଲେକ୍ଟ୍ରିକାଲ ଟେକ୍ନୋଲୋଜି, ମେକାଟ୍ରୋନିକ୍ସ, ମେକାନିକାଲ ଆଣ୍ଡ ଇଲେକ୍ଟ୍ରିକାଲ ସର୍ଭିସେସ୍ ସହିତ ସ୍କୁଲ ଅଫ୍‌୍ ସର୍ଭିସେସର ବିଭିନ୍ନ ବିଭାଗକୁ ଯାଇଥିଲେ । ସେଠାରେ ଛାତ୍ରଛାତ୍ରୀଙ୍କ ତାଲିମ ପାଇଁ ରହିଥିବା ବିଭିନ୍ନ ଆଧୁନିକ ଉପକରଣକୁ ଦେଖି ଖୁସି ହୋଇଥିଲେ ।

ସରକାରୀ ଆଇଟିଆଇ ଓ ପଲିଟେକନିକ କଲେଜର ପ୍ରଶିକ୍ଷକମାନଙ୍କ ଦକ୍ଷତା ବିକାଶ ପାଇଁ ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ସମୟରେ \”ଟ୍ରେନିଙ୍ଗ ଅଫ ଟ୍ରେନର୍ସ\’ କାର୍ଯ୍ୟକ୍ରମ କରାଯାଉଛି । ଏହି କାର୍ଯ୍ୟକ୍ରମକୁ ମଧ୍ୟ ଉପରାଜ୍ୟପାଳ ଉଚ୍ଚ ପ୍ରଶଂସା କରିଥିଲେ ।

ଏହି ଗସ୍ତରେ ଉପରାଜ୍ୟପାଳଙ୍କ ପ୍ରମୁଖ ସଚିବ ଡକ୍ଟର ମନଦୀପ କୁମାର ଭଣ୍ଡାରି, ଓଏସଡି ଲେଫ୍ଟେନାଣ୍ଟକର୍ଣ୍ଣଲ ପ୍ରଶାନ୍ତ ଜନକର, ଜମ୍ମୁ କଶ୍ମୀରର ଦକ୍ଷତା ବିକାଶ ବିଭାଗର ସଚିବ ସୌରଭ ଭଗତ, ଅହମ୍ମଦାବାଦ ବିଶ୍ୱବିଦ୍ୟାଳୟର କୁଳପତି ତଥା ପରିଚାଳନା ବୋର୍ଡର ଅଧ୍ୟକ୍ଷ ପ୍ରଫେସର ପଙ୍କଜ ଚନ୍ଦ୍ରା ଆସିଥିଲେ ।

ବିଶ୍ୱ ଦକ୍ଷତା କେନ୍ଦ୍ରରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ମୁଖ୍ୟ ପରାମର୍ଶଦାତା (ଆନୁଷ୍ଠାନିକ ଦକ୍ଷତା ବିକାଶ) ସୁବ୍ରତ ବାଗଚୀ, ଓଡ଼ିଶା ଦକ୍ଷତା ବିକାଶ ପ୍ରାଧୀକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ ଅଳକା ମିଶ୍ର, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ, ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ରେଘୁ ଜି, ଅତିରିକ୍ତ ସଚିବ ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଓଓ ପିନାକୀ ପଟ୍ଟନାୟକ, ବିଶ୍ୱ ଦକ୍ଷତା କେନ୍ଦ୍ରର ଅଧ୍ୟକ୍ଷ ସଙ୍ଗରଣ ଗୋପାଳ, ଉପାଧ୍ୟକ୍ଷ ଡକ୍ଟର ଶୁଭଙ୍ଗ କିଶୋର ଦାସ ପ୍ରମୁଖ ଯୋଗ ଦେଇଥିଲେ ।

ବିଶ୍ୱ ଦକ୍ଷତା କେନ୍ଦ୍ର ଭୁବନେଶ୍ୱର ମନୋଜ ସିହ୍ନା
Share. Facebook Twitter LinkedIn Email WhatsApp Copy Link

Related Posts

ଖରାଦିନେ ଗର୍ଭବତୀ ମହିଳା କିପରି ଯତ୍ନ ନେବେ

April 29, 2026

ରାଶିଫଳ: ଆଜି ଏପ୍ରିଲ ୨୯ ତାରିଖ ବୁଧବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

April 29, 2026

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026
Latest News

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ :’ଦିଦି’ ବ୍ରାଣ୍ଡ ପାଇଁ ଏକ ପରୀକ୍ଷା

April 29, 2026

ଖରାଦିନେ ଗର୍ଭବତୀ ମହିଳା କିପରି ଯତ୍ନ ନେବେ

April 29, 2026

ରାଶିଫଳ: ଆଜି ଏପ୍ରିଲ ୨୯ ତାରିଖ ବୁଧବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

April 29, 2026

ଚ଼ିଲିକା ପୁସ୍ତକ ମେଳାର ଉଦଯାପନୀ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ, ଗଣଶିକ୍ଷା ମନ୍ତ୍ରୀ

April 28, 2026

ବସ୍ ଟ୍ରକ ମୁହାଁମୁହିଁ ଧକ୍କା : ୨ ମୃତ

April 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.